Posted inଜାତୀୟ

ଆସ୍ଥା ଭୋଟ ଜିତିଲେ ମାନ୍‌

ଚଣ୍ଡିଗଡ଼,୩।୧୦: ପଞ୍ଜାବ ବିଧାନସଭାରେ କଂଗ୍ରେସ ବିଧାୟକମାନଙ୍କ କକ୍ଷତ୍ୟାଗ ସତ୍ତ୍ୱେ ଆମ୍‌ ଆଦ୍‌ମୀ ପାର୍ଟି ସରକାର ସୋମବାର ଆସ୍ଥା ଭୋଟ ଜିତିଯାଇଛନ୍ତି। ରାଜ୍ୟରେ ଭାଜପାର ଅପରେଶନ ଲୋଟସ୍‌ ବିଫଳ ହୋଇଥିବା ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ୍‌ ଆସ୍ଥା ଭୋଟ ଜିତିବା ପରେ କହିଛନ୍ତି। ବିଧାନସଭାରେ ମୁଖ୍ୟମନ୍ତ୍ରୀ ଆସ୍ଥା ପ୍ରସ୍ତାବ ଆଣିଥିଲେ। ଏହା ଉପରେ ଆଲୋଚନା ବେଳେ ଏଏପି ବିଧାୟକମାନେ ଭାଜପାର ଅପରେଶନ ଲୋଟସ୍‌ ଅଭିଯାନକୁ କଡ଼ା ସମାଲୋଚନା କରିଥିଲେ। ରାଜ୍ୟ ସରକାରକୁ ଭାଙ୍ଗିବା ପାଇଁ ଏହି ଦଳ ଉଦ୍ୟମ କରୁଥିବା ଏବଂ ଏଥିପାଇଁ ଅନୂ୍ୟନ ୧୦ ଜଣ ବିଧାୟକଙ୍କୁ ୨୫ କୋଟି ଲେଖାଏ ଟଙ୍କା ଯଚାଯାଇଥିବା ଏଏପି ପୂର୍ବରୁ ଅଭିଯୋଗ କରିଥିଲା। ଆସ୍ଥା ପ୍ରସ୍ତାବ ଉପରେ ଆଲୋଚନା ପରେ ବାଚସ୍ପତି କୁଲତର ସିଂ ସନ୍ଧଓ୍ବାନ ଏହା ଉପରେ ମତାମତ ଲୋଡ଼ିଥିଲେ। ପ୍ରସ୍ତାବକୁ ସମର୍ଥନ କରୁଥିବା ସଦସ୍ୟମାନେ ହାତ ଟେକିବାକୁ କୁହାଯାଇଥିଲା। ଆଲୋଚନା ଆରମ୍ଭରୁ କଂଗ୍ରେସ ବିଧାୟକମାନେ କକ୍ଷତ୍ୟାଗ କରି ଚାଲିଯାଇଥିଲେ। ୯୧ ଏଏପି ବିଧାୟକଙ୍କ ସମେତ ୯୩ ଜଣ ପ୍ରସ୍ତାବକୁ ସମର୍ଥନ କରିଥିବା ବେଳେ କେହି ବିରୋଧ କରି ନ ଥିଲେ। ଫଳରେ ସର୍ବସମ୍ମତକ୍ରମେ ପ୍ରସ୍ତାବ ଗୃହୀତ ହୋଇଥିବା ବାଚସ୍ପତି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଅପହଞ୍ଚ: ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବାରୁ ଗର୍ଭବତୀଙ୍କ ଅକାଳ ମୃତ୍ୟୁ ଅଭିଯୋଗ

ଦାରିଙ୍ଗବାଡି, ୩।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ଗର୍ଭବତୀଙ୍କ ଗୁରୁବାର ଅପରାହ୍ନରେ ଅକାଳରେ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ରାସ୍ତା…

ଟ୍ରମ୍ପଙ୍କ ମିଛର ପର୍ଦ୍ଦାଫାସ କଲା ଆମେରିକୀୟ ରିପୋର୍ଟ: ଖୋଲିଗଲା ସବୁ ପୋଲ୍‌, ଏବେ ବି..

ନୂଆଦିଲ୍ଲୀ,୩।୪:ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ପ୍ରମୁଖ ଗୋଇନ୍ଦା ରିପୋର୍ଟ ଆମେରିକା ଏବଂ ଇସ୍ରାଏଲର ଦାବି ଉପରେ ପ୍ରଶ୍ନ ଉଠାଇଛି। ଆମେରିକୀୟ ଗୋଇନ୍ଦା ସୂତ୍ରରୁ ଜଣାପଡିଛି…

‘ଏବେ ଆରମ୍ଭ ତ ହୋଇ ନାହିଁ…’, ଇରାନର ସର୍ବବୃହତ ପୋଲ ଉପରେ ଆକ୍ରମଣ ପରେ ତେହରାନକୁ ପୁଣି କଡ଼ା ଚେତାବନୀ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୩।୪: ବର୍ତ୍ତମାନ ଆମେରିକା ଏବଂ ଇରାନ ମଧ୍ୟରେ ଏକ ସଂଘର୍ଷ ଚାଲିଛି। ଆମେରିକା ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ ଆରମ୍ଭ କରୁଛି। ଗତକାଲି ରାତିରେ, ଆମେରିକା ଇରାନର…

ପଦରୁ ହଟଯିବା ପରେ ପ୍ରଥମଥର ମୁହଁ ଖୋଲିଲେ ରାଘବ ଚଢା: କହୁ କହୁ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୩।୪: ଆମ ଆଦମୀ ପାର୍ଟି (AAP) ନେତା ଏବଂ ରାଜ୍ୟ ସଭା ଏମ୍‌ପି ରାଘବ ଚଢା ଉପନେତା ପଦରୁ ହଟିବା ପରେ ପ୍ରଥମ ଥର ପାଇଁ ଏନେଇ…

ବୃଦ୍ଧି ନା ହ୍ରାସ? ଆଜି ଦେଶରେ ପେଟ୍ରୋଲ-ଡିଜେଲର ମୂଲ୍ୟ କେତେ? ଆସିଲା ଅପଡେଟ୍‌

ନୂଆଦିଲ୍ଲୀ,୩।୪: ପଶ୍ଚିମ ଏସିଆରେ ଭୂରାଜନୈତିକ ଉତ୍ତେଜନା ମଧ୍ୟରେ ବିଶ୍ୱ ତୈଳ ବଜାରରେ ଉଲ୍ଲେଖନୀୟ ପରିବର୍ତ୍ତନ ଜାରି ରହିଥିଲେ ମଧ୍ୟ ଭାରତରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ୩…

ଏକମାତ୍ର ଦେଶ ଭାବେ ଭାରତ ହରାଇଛି…ଯୁଦ୍ଧ ମଧ୍ୟରେ ୬୦ ଦେଶକୁ ନେଇ ଚାଲିଥିବା ବୈଠକରେ ହୃଦୟର କଥା କହିଲା ଭାରତ

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଇରାନ ନିୟନ୍ତ୍ରଣରେ ଥିବା ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲିବା ପାଇଁ ଭାରତ ଦାବି କରିଛି। ଭାରତ ଏହା ମଧ୍ୟ…

ପାଳନ ହେବ ଐତିହାସିକ ଜମ୍ବୁ ମହୋତ୍ସବ: ଅଗ୍ନିଶମ, ବିଦ୍ୟୁତ୍‌, ସ୍ବାସ୍ଥ୍ୟ, ପାନୀୟଜଳକୁ ଗୁରୁତ୍ୱ ଦେଇ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ଝାମୁଯାତ୍ରାରେ ଐତିହାସିକ ଜମ୍ବୁ ମହୋତ୍ସବ ପାଳନ କରିବାକୁ ପ୍ରଶାସନିକ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri