ନୂଆ ରୂପରେ ସଜେଇ ହେଲା ଭାଗବତ ଟୁଙ୍ଗି

ବେଗୁନିଆ,୧୮ା୪(ହରପ୍ରସନ୍ନ ପଣ୍ଡା)ବେଗୁନିଆ ବ୍ଲକ ପୋଡ଼ାଡିହ ପଞ୍ଚାୟତ ଅନ୍ତର୍ଗତ ତଳଗଡ଼ ଗାଁରେ ବୁଧବାର ପବିତ୍ର ରାମନବମୀରେ ଆଧ୍ୟାତ୍ମିକ ଭାବଧାରା ଦେଖିବାକୁ ମିଳିଛି। ବିଶ୍ୱାଳସାହିସ୍ଥିତ ଭାଗବତ ଦେବଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବ ପାଳିତ ହୋଇଯାଇଛି। ପୀଠ ପରିସରରେ ଶାନ୍ତି ମହାଯଜ୍ଞ ବିଧି ମୁତାବକ ସାଲାମଣ୍ଡନ, ଅଙ୍କୁରାରୋପଣ, କଳସ ଶୋଭାଯାତ୍ରା ପରେ ଗୃହ ପ୍ରବେଶ ଉତ୍ସବ କରାଯାଇଥିଲା। ଅପରାହ୍ନରେ ଯଜ୍ଞ ପୂର୍ଣ୍ଣାହୁତି ସମ୍ପନ୍ନ ହେବା ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା। ଗ୍ରାମର ବିଶ୍ୱାଳସାହି, ଦଳବେହେରା ସାହି ଏବଂ ବଳିୟାରସିଂହ ସାହିର ଶ୍ରଦ୍ଧାଳୁମାନେ ଏକାଠି ହୋଇ ନୂଆ ରୂପରେ ସଜେଇ ହୋଇଥିବା ଭାଗବତ ଦେବଙ୍କ ପୀଠରେ ଭାଗବତ ପୁରାଣ ପାଠ କରିଥିଲେ।

ସୂଚନା ଅନୁଯାୟୀ, ୧୯୦୪ ମସିହାରୁ ସ୍ଥାପିତ ଏହି ଟୁଙ୍ଗୀ ପରବର୍ତ୍ତୀ ସମୟରେ ଜରାଜୀର୍ଣ୍ଣ ହୋଇପଡ଼ିଥିଲା। ଏ ସମ୍ପର୍କରେ ୨୦୧୫-୧୬ ମସିହାରୁ ଦୈନିକ ’ଧରିତ୍ରୀ’ରେ ବାରମ୍ବାର ଖବର ପ୍ରକାଶ ପାଇଥିଲା। ଏପରିକି ୨୦୧୯ ମାର୍ଚ୍ଚ ୧୭ରେ ‘ଅର୍ଥ ମିଳିଲାନି, ଗ୍ରାମବାସୀ କଲେ ଜରାଜୀର୍ଣ୍ଣ ଟୁଙ୍ଗୀ ମରାମତି’ ଶୀର୍ଷକ ତଥ୍ୟଭିତ୍ତିକ ଉପସ୍ଥାପନା ଧରିତ୍ରୀରେ ପ୍ରକାଶ ପାଇବା ପରେ ପ୍ରଶାସନ ସହଯୋଗର ହାତ ବଢାଇଥିଲା। ବ୍ଲକ ପ୍ରଶାସନ ମାତ୍ର ୨୫ ହଜାର ଟଙ୍କା ସହାୟତା ଦେଇ ଚୁପ୍‌ ବସିପଡିଥିଲା। ୨୦୨୦ ଓ ୨୦୨୧ ମସିହାରେ ବାରମ୍ବାର ଭିନ୍ନ ଶୈଳୀରେ ଉକ୍ତ ଟୁଙ୍ଗୀ ଉପରେ ଫୋକସ କରାଯାଇଥିଲା। ପରେ ବିଧାୟକ ଅନୁଦାନ ପାଣ୍ଠିରୁ ୧ ଲକ୍ଷ ଟଙ୍କା, ଗ୍ରାମପଞ୍ଚାୟତ ପକ୍ଷରୁ ୧ ଲକ୍ଷ ଟଙ୍କା ଏବଂ ଆମ ଓଡ଼ିଶା ନବୀନ ଓଡ଼ିଶା ପକ୍ଷରୁ ୩ ଲକ୍ଷ ୫୦ ହଜାର ଟଙ୍କା ଅନୁଦାନ ମିଳିବା ପରେ ଏହି ଜରାଜୀର୍ଣ୍ଣ ଟୁଙ୍ଗି ଆଜି ନୂଆ ରୂପରେ ସଜେଇ ହୋଇଛି ବୋଲି ଗ୍ରାମବାସୀ କହିଛନ୍ତି। ବିଶେଷ କରି ‘ଧରିତ୍ରୀ’ର ସ୍ବତନ୍ତ୍ର ପ୍ରୟାସକୁ ଗ୍ରାମବାସୀଙ୍କ ପକ୍ଷରୁ ଧନ୍ୟବାଦ ଜଣାଉଛୁ ବୋଲି ରାଘବ ବିଶ୍ୱାଳ, ପ୍ରଭାକର ବିଶ୍ବାଳ, ସମିତି କୁମାର ଜଗଦ୍ଦେବ, ଅନିଲ ଜଗଦ୍ଦେବ, ରଙ୍କନିଧି ବଳିୟାରସିଂହ, ପ୍ରଶାନ୍ତ କୁମାର ଜଗଦ୍ଦେବ, ନିବାସ କୁମାର ସାମନ୍ତରାୟ, ସୁରେନ୍ଦ୍ର ଜୟସିଂହ ଏବଂ ଦୁର୍ଯ୍ୟୋଧନ ବିଶ୍ୱାଳ ପ୍ରମୁଖ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?