ବଦଳିବ ଭଗବତୀ, ଉଗ୍ରତାରା ପୀଠ ରୂପରେଖ

ଖୋର୍ଦ୍ଧା ଅଫିସ/ବାଣପୁର/ଗମ୍ଭାରୀମୁଣ୍ଡା/ନିରାକାରପୁର,୨୨ା୧୧(ଡି.ଏନ୍‌.ଏ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭି.କେ.ପାଣ୍ଡିଆନ ସୋମବାର ଖୋର୍ଦ୍ଧା ଗସ୍ତରେ ଆସି ବାଣପୁରସ୍ଥିତ ମା’ଭଗବତୀ ଓ ଟାଙ୍ଗୀ ଭୂଷଣ୍ଡପୁରସ୍ଥିତ ଉଗ୍ରତାରା ପୀଠ ପରିଦର୍ଶନ କରିଛନ୍ତି। ମା’ଙ୍କ ନିକଟରେ ସେ ପୂଜାର୍ଚ୍ଚନା ସହ ଏହି ଦୁଇଟି ପୀଠର ଭିତ୍ତିଭୂମି ବିକାଶ, ଅତ୍ୟାଧୁନିକ ସେବା ଯୋଗାଇଦେବା ଲାଗି ଏକ ମାଷ୍ଟର ପ୍ଲାନ ପ୍ରସ୍ତୁତ ନିମନ୍ତେ ଜିଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ସକାଳ ୬ଟା ୧୦ରେ ୫-ଟି ସଚିବ ଭଗବତୀ ମନ୍ଦିର ନିକଟରେ ପହଞ୍ଚିଥିଲେ। ସେଠାରେ ମନ୍ଦିର ପରିଚାଳନା କମିଟିର କର୍ମକର୍ତ୍ତା, ଜିଲାପାଳ ଚକ୍ରବର୍ତ୍ତୀ, ଅତିରିକ୍ତ ଜିଲାପାଳ ମନୋଜ ପାଢୀ, ଜିଲା ଆରକ୍ଷୀ ଅଧୀକ୍ଷକ ସିଦ୍ଧାର୍ଥ କଟାରିଆ ପ୍ରମୁଖ ତାଙ୍କୁ ସ୍ବାଗତ କରିଥିଲେ। ୫-ଟି ସଚିବ ଭଗବତୀଙ୍କ ନିକଟରେ ପ୍ରଦୀପ ପ୍ରଜ୍ୱଳନ ସହ ପୂଜାର୍ଚ୍ଚନା କରିଥିଲେ। ମନ୍ଦିର ବେଢ଼ା ବୁଲିବା ସହ ସେବାୟତଙ୍କ ସହିତ ଆଲୋଚନା କରିଥିଲେ। ପରେ ମନ୍ଦିରର ଉନ୍ନତି ଲାଗି ଜିଲାପାଳଙ୍କ ସହ ଆଲୋଚନା କରିଥିଲେ। ପ୍ରମୁଖ ଉନ୍ନୟନ ପ୍ରକଳ୍ପଗୁଡିକ ମଧ୍ୟରେ ମନ୍ଦିର ଜମିର ସୀମା ନିର୍ଦ୍ଧାରଣ, ଜବରଦଖଲକାରୀଙ୍କୁ ଉଚ୍ଛେଦ, ମନ୍ଦିର ପଛପଟ ପାଚେରି ସମ୍ପ୍ରସାରଣ, ବସଷ୍ଟାଣ୍ଡ ନିର୍ମାଣ ଓ ପାର୍କିଂ ବ୍ୟବସ୍ଥା, ଦୋଳବେଦି ଛକରୁ ଭଗବତୀ ମନ୍ଦିର ପର୍ଯ୍ୟନ୍ତ ମୁଖ୍ୟ ରାସ୍ତା ୧୦ ମିଟର ପ୍ରଶସ୍ତୀକରଣ, ଯାତ୍ରୀ ନିବାସ, କଲ୍ୟାଣ ମଣ୍ଡପ, ମୁଖ୍ୟ ମନ୍ଦିରର ପୁନରୁଦ୍ଧାର, ସର୍ବସାଧାରଣ ପ୍ରସାଦ ସେବନ ଗୃହ ନିର୍ମାଣ, ମନ୍ଦିର କାର୍ଯ୍ୟାଳୟ ନିଯୋଗୀ ବୈଠକ ଗୃହ ନିର୍ମାଣ ସହ ଐତିହାସିକ ଦକ୍ଷେଶ୍ୱର ମନ୍ଦିରର ପୁନରୁଦ୍ଧାର ରହିଛି। ଉକ୍ତ ପ୍ରକଳ୍ପଗୁଡ଼ିକ ପାଇଁ ୫-ଟି ସଚିବ ମନ୍ଦିର ପ୍ରଶାସନ, ବାଣପୁର ଜନସାଧାରଣ ଏବଂ ସେବାୟତଙ୍କ ସହ ଆଲୋଚନା କରି ତୁରନ୍ତ ପ୍ଲାନ ଏଷ୍ଟିମେଟ ପଠାଇବା ପାଇଁ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ। ମନ୍ଦିର ପରିସରରେ ୧୫ମିନିଟ୍‌ ଅତିବାହିତ କରିଥିଲେ।
ଏହାପରେ ୫-ଟି ସଚିବ ମା’ଉଗ୍ରତାରାଙ୍କ ପୀଠରେ ପହଞ୍ଚିଥିଲେ। ମା’ଙ୍କ ନିକଟରେ ପୂଜାର୍ଚ୍ଚନା କରିବା ସହ ମନ୍ଦିର ଚାରିପଟ ବୁଲି ଦେଖିଥିଲେ। ମନ୍ଦିର ସୌନ୍ଦର୍ଯ୍ୟକରଣ ନିମନ୍ତେ ଜିଲାପାଳ, ମନ୍ଦିର ଟ୍ରଷ୍ଟ ସଦସ୍ୟ, ପୂଜକଙ୍କ ସହ ଆଲୋଚନା କରିଥିଲେ। ଜାତୀୟ ରାଜପଥଠାରୁ ମନ୍ଦିର ପର୍ଯ୍ୟନ୍ତ ଆଲୋକୀକରଣ, ଯାତ୍ରୀନିବାସ ଓ କଲ୍ୟାଣ ମଣ୍ଡପ ଗୃହ ନିର୍ମାଣ ପାଇଁ ସେବାୟତ ଓ ଜନପ୍ରତିନିଧି ପ୍ରସ୍ତାବ ଦେଇଥିଲେ। ମନ୍ଦିରର ଉନ୍ନତି ପାଇଁ ଏକ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିବା ଲାଗି ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇ ଭୁବନେଶ୍ୱର ଫେରିଯାଇଥିଲେ। ୫-ଟି ସଚିବଙ୍କ ଗସ୍ତ ସମୟରେ ଭଗବତୀ ପୀଠରେ ଜିଲାପାଳ ଏବଂ ଏସ୍‌ପିଙ୍କ ସମେତ ଅତିରିକ୍ତ ଜିଲାପାଳ, ବାଲୁଗାଁ ଏସଡିପିଓ, ବାଣପୁର ଆଇଆଇସି, ତହସିଲଦାର, ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ, ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ, ଏଣ୍ଡାଓମେଣ୍ଟ କାର୍ଯ୍ୟନିର୍ବାହୀ ଅଧିକାରୀ, ଏନ୍‌ଏସି ଅଧ୍ୟକ୍ଷ, ଜିଲା ପରିଷଦ ଉପାଧ୍ୟକ୍ଷା ପ୍ରମୁଖ ଉପସ୍ଥିତ ଥିଳେ। ସେହିପରି ଉଗ୍ରତାରାଙ୍କ ପୀଠରେ ଟାଙ୍ଗୀ ତହସିଲଦାର, ବ୍ଲକ ଅଧ୍ୟକ୍ଷା, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri