‘ସାମ୍ୟବାଦ୍‌ ଆନ୍ଦୋଳନର ଜନକ ଥିଲେ ଭଗବତୀ’

କଟକ ଅଫିସ, ୨୪ା୧୦: ମାକର୍‌ସବାଦୀ ଚିନ୍ତାଧାରାର ଆଦ୍ୟ ପ୍ରବର୍ତ୍ତକ ତଥା ମୁକ୍ତି ସଂଗ୍ରାମୀ ଭଗବତୀ ଚରଣ ପାଣିଗ୍ରାହୀଙ୍କ ୭୭ତମ ସ୍ମୃତି ସମାରୋହ କଟକ ବାଲୁବଜାରସ୍ଥିତ ଓଷ୍ଟା ସମ୍ମିଳନୀ କକ୍ଷରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି କଟକ ନଗର କମିଟି ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି। ନାରୀନେତ୍ରୀ ଶୈଳ ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ସ୍ବର୍ଗତ ପାଣିଗ୍ରାହୀଙ୍କ ସ୍ମୃତିଚାରଣ କରାଯାଇଥିଲା। ଶ୍ରମିକ ନେତା କିଶୋର ଜେନା ଯୋଗଦେଇ କହିଲେ, ଓଡ଼ିଶାରେ ସାମ୍ୟବାଦୀ ଆନ୍ଦୋଳନର ଜନକ ଥିଲେ ଭଗବତୀ। ସଙ୍ଗଠନର କଟକ ନଗର ସମ୍ପାଦକ ବିନୋଦ ବେହେରା ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମ ପୂର୍ବରୁ ସତୀଚଉରାସ୍ଥିତ ଭଗବତୀ ଚରଣଙ୍କ ସ୍ମୃତିପୀଠରେ ମାଲ୍ୟାର୍ପଣ କରାଯାଇଥିଲା। ଆଇନଜୀବୀ ଶକ୍ତିଧର ଦାସ, ଖବରଦାତା ଡ. ସତ୍ୟ ରାୟ, ସିପିଆଇଏମ୍‌ ନେତା ରବିନାରାୟଣ ମଲ୍ଲିକ, ଅମରେନ୍ଦୁ ମହାନ୍ତି, କଟକ ଜିଲା କଂଗ୍ରେସ ସଭାନେତ୍ରୀ ଗିରିବାଳା ବେହେରା, ବିପିନ ବିହାରୀ ପାଢୀ, ଓଷ୍ଟାର ସାଧାରଣ ସମ୍ପାଦକ ପ୍ରକାଶ ଚନ୍ଦ୍ର ମହାନ୍ତି, ଶିକ୍ଷକ ନେତା ମଧୁସୂଦନ ଦେ, ରାମଚନ୍ଦ୍ର ବେହେରା ପ୍ରମୁଖ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

 

ଅବିସ୍ମରଣୀୟ କରିଛି ସାମ୍ୟବାଦ୍‌ ଚିନ୍ତାଧାରା

ପୁରୀ ଅଫିସ,୨୪ା୧୦: ସୃଜନୀ ସାହିତ୍ୟ ସଂସଦ, ପୁରୀ ଆନୁକୂଲ୍ୟରେ ଶୁକ୍ରବାର ବଡ଼ଶଙ୍ଖସ୍ଥିତ ସଦ୍‌ଭାବନା ଗୃହରେ ଭଗବତୀ ଚରଣ ପାଣିଗ୍ରାହୀଙ୍କ ଶ୍ରାଦ୍ଧବାର୍ଷିକୀ ପାଳିତ ହୋଇଯାଇଛି। ଏଥିରେ ସଂସଦର ସଭାପତି ପ୍ରଫେସର କାର୍ତ୍ତିକ କୁମାର ଦାସ ଅଧ୍ୟକ୍ଷତା କରିଥିଲେ। ମୁଖ୍ୟଅତିଥି ଭାବେ ବିଶିଷ୍ଟ ଭାଷାବିତ୍‌ ପ୍ରଫେସର ଡ. ହରପ୍ରସାଦ ମିଶ୍ର ଯୋଗଦେଇ କହିଥିଲେ, ଆଧୁନିକ ଓଡ଼ିଆ ସାହିତ୍ୟରେ ସାମ୍ୟବାଦୀ ଚିନ୍ତା ରୂପାୟନ କ୍ଷେତ୍ରରେ ଭଗବତୀ ଚରଣ ପାଣିଗ୍ରାହୀ ବାସ୍ତବିକ ଅବିସ୍ମରଣୀୟ। ସେ ହିଁ ଥିଲେ ସାମ୍ୟବାଦର ନୂତନ ନାୟକ। ତାଙ୍କ ରଚିତ ଶିକାର ଗଳ୍ପ ତାଙ୍କୁ କାଳଜୟୀ କରିପାରିଛି। ସେ ମହାତ୍ମାଗାନ୍ଧୀଙ୍କ ଅହିଂସା ପଥରୁ ବିଚ୍ୟୁତ୍‌ ହୋଇ ଏକ ସାମ୍ୟବାଦ ପଥ ପ୍ରଦର୍ଶନ କରାଇଥିଲେ। ବିପ୍ଳବୀ କବି ରବି ସିଂଙ୍କ ମତରେ ସେ ଥିଲେ ଓଡ଼ିଶାର ଯଥାର୍ଥ ଲେନିନ୍‌। ସଭାପତି ଦାସ କହିଥିଲେ, ଭଗବତୀଙ୍କ ରାଜନୈତିକ ଭାବଧାରା ତାଙ୍କ ସାହିତ୍ୟ ସୃଷ୍ଟିକୁ ଗଭୀର ଭାବେ ପ୍ରଭାବିତ କରିଥିଲା। କାର୍ଯ୍ୟକ୍ରମରେ ଅତିଥି ଭାବେ ପ୍ରଫେସର ଅଭିମନ୍ୟୁ ଭୂୟଁା, ଶିକ୍ଷାବିତ୍‌ ଅଶୋକ ମହାପାତ୍ର, କବି କୃଷ୍ଣଚନ୍ଦ୍ର ରଥ ପ୍ରମୁଖ ଯୋଗଦେଇ ଭଗବତୀ ଚରଣଙ୍କ ବ୍ୟକ୍ତିତ୍ୱ ଓ କୃତିତ୍ୱ ଉପରେ ଆଲୋକପାତ କରିଥିଲେ। ଭବାନୀ ପ୍ରସାଦ ବଳିଆରସିଂ, ଖବରଦାତା ଲକ୍ଷ୍ମୀପ୍ରସାଦ ପଟ୍ଟନାୟକ ଓ ଶିକ୍ଷାବିତ୍‌ ବିଜୟ ଚରଣ ମହାନ୍ତି ପ୍ରମୁଖ ଆଲୋଚନାରେ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଅପହଞ୍ଚ: ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବାରୁ ଗର୍ଭବତୀଙ୍କ ଅକାଳ ମୃତ୍ୟୁ ଅଭିଯୋଗ

ଦାରିଙ୍ଗବାଡି, ୩।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ଗର୍ଭବତୀଙ୍କ ଗୁରୁବାର ଅପରାହ୍ନରେ ଅକାଳରେ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ରାସ୍ତା…

ଯୁଦ୍ଧ ମଧ୍ୟରେ ହଠାତ୍‌ ୟୁ-ଟର୍ନ ନେଲେ ଟ୍ରମ୍ପ, କହିଲେ ଇରାନୀ ଲୋକମାନେ ବହୁତ ଶକ୍ତିଶାଳୀ, ମୁଁ ସେମାନଙ୍କୁ…

ଓ୍ବାଶିଂଟନ୍‌,୩।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ କାର୍ଯ୍ୟ ଅପେକ୍ଷା ତାଙ୍କ ଅଜବ ବୟାନ ପାଇଁ ଅଧିକ ପ୍ରସିଦ୍ଧ। ଇରାନ ସହିତ ଆମେରିକା-ଇସ୍ରାଏଲ ଯୁଦ୍ଧ ମଧ୍ୟରେ ଟ୍ରମ୍ପ…

ଟ୍ରମ୍ପଙ୍କ ମିଛର ପର୍ଦ୍ଦାଫାସ କଲା ଆମେରିକୀୟ ରିପୋର୍ଟ: ଖୋଲିଗଲା ସବୁ ପୋଲ୍‌, ଏବେ ବି..

ନୂଆଦିଲ୍ଲୀ,୩।୪:ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ପ୍ରମୁଖ ଗୋଇନ୍ଦା ରିପୋର୍ଟ ଆମେରିକା ଏବଂ ଇସ୍ରାଏଲର ଦାବି ଉପରେ ପ୍ରଶ୍ନ ଉଠାଇଛି। ଆମେରିକୀୟ ଗୋଇନ୍ଦା ସୂତ୍ରରୁ ଜଣାପଡିଛି…

‘ଏବେ ଆରମ୍ଭ ତ ହୋଇ ନାହିଁ…’, ଇରାନର ସର୍ବବୃହତ ପୋଲ ଉପରେ ଆକ୍ରମଣ ପରେ ତେହରାନକୁ ପୁଣି କଡ଼ା ଚେତାବନୀ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୩।୪: ବର୍ତ୍ତମାନ ଆମେରିକା ଏବଂ ଇରାନ ମଧ୍ୟରେ ଏକ ସଂଘର୍ଷ ଚାଲିଛି। ଆମେରିକା ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ ଆରମ୍ଭ କରୁଛି। ଗତକାଲି ରାତିରେ, ଆମେରିକା ଇରାନର…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଟ୍ରମ୍ପ: ସାଧାରଣ ଲୋକଙ୍କ ଉପରେ ପଡିବ ବଡ଼ ପ୍ରଭାବ, ଲାଗୁ କଲେ…

ଓ୍ବାଶିଂଟନ୍‌,୩।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଟ୍ରମ୍ପ ଔଷଧ ଉପରେ ୧୦୦% ଟାରିଫ୍‌ ଲାଗୁ କରିଛନ୍ତି। ଏହି ଔଷଧଗୁଡ଼ିକରେ…

ଯୁଦ୍ଧ ଭିତରେ ମୋଦିଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ପୁଟିନ୍‌, ଦେଖିକି ଟ୍ରମ୍ପ କାବା, ଜୟଶଙ୍କର ଗୋଟିଏ ସାକ୍ଷାତରେ…

ଓ୍ବାଶିଂଟନ୍‌,୩।୪: ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଏବଂ ହର୍ମୁଜ ପ୍ରଣାଳୀ ଅବରୋଧ ଯୋଗୁ ସୃଷ୍ଟି ହୋଇଥିବା ଶକ୍ତି ସଙ୍କଟ ମଧ୍ୟରେ, ଭାରତକୁ ରୁଷିଆଠାରୁ ଗୁରୁତ୍ୱପୂର୍ଣ୍ଣ…

ପଦରୁ ହଟଯିବା ପରେ ପ୍ରଥମଥର ମୁହଁ ଖୋଲିଲେ ରାଘବ ଚଢା: କହୁ କହୁ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୩।୪: ଆମ ଆଦମୀ ପାର୍ଟି (AAP) ନେତା ଏବଂ ରାଜ୍ୟ ସଭା ଏମ୍‌ପି ରାଘବ ଚଢା ଉପନେତା ପଦରୁ ହଟିବା ପରେ ପ୍ରଥମ ଥର ପାଇଁ ଏନେଇ…

ବୃଦ୍ଧି ନା ହ୍ରାସ? ଆଜି ଦେଶରେ ପେଟ୍ରୋଲ-ଡିଜେଲର ମୂଲ୍ୟ କେତେ? ଆସିଲା ଅପଡେଟ୍‌

ନୂଆଦିଲ୍ଲୀ,୩।୪: ପଶ୍ଚିମ ଏସିଆରେ ଭୂରାଜନୈତିକ ଉତ୍ତେଜନା ମଧ୍ୟରେ ବିଶ୍ୱ ତୈଳ ବଜାରରେ ଉଲ୍ଲେଖନୀୟ ପରିବର୍ତ୍ତନ ଜାରି ରହିଥିଲେ ମଧ୍ୟ ଭାରତରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri