ବାଲିଗରିରେ ଭାଗବତଙ୍କ ଜନ୍ମଉତ୍ସବ

ଚଣ୍ଡିଖୋଲ,୧୨ା୯(ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ ବାଲିଗରି ଗ୍ରାମସ୍ଥିତ କୋଠଘର (ଗଣେଶ ଘରେ) ଶନିବାର ଅତିବଡି ଜଗନ୍ନାଥ ଦାସଙ୍କ ଭାଗବତ ଜନ୍ମ ଉତ୍ସବ ପାଳନ କରାଯାଇଛି। ଏଥିରେ ଭାଗବତ ଗାଦିଙ୍କ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଥିଲା। ପ୍ରଥମଥର ପାଇଁ ଗ୍ରାମରେ ଏଭଳି ଆୟୋଜନ ହୋଇଥିବାରୁ ସମସ୍ତେ ବେଶ୍‌ ଉତ୍ସାହିତ ହୋଇ ଥିଲେ। ସବୁଠୁ ବଡ଼ କଥା ହେଲା ଗ୍ରାମର ଯୁବପିଢ଼ି ସଂସ୍କୃତି ଓ ପରମ୍ପରାକୁ ବଞ୍ଚାଇବାକୁ ପ୍ରଥମଥର ଏଭଳି ଏକ ପ୍ରୟାସ ଆରମ୍ଭ କରିଛନ୍ତି। ଏହି ଭାଗବତ ଜନ୍ମରୁ ଗ୍ରାମରେ ଭାଗବତଟୁଙ୍ଗି କରାଯାଇ ନିୟମିତ ଭାବେ ଏହାକୁ ପଢ଼ାଯାଇ ଗୁରୁଜନଙ୍କୁ ଶୁଣାଇବାକୁ ନିଷ୍ପତ୍ତି ନିଆଯାଇଛିି। ଏହାକୁ ଆରମ୍ଭ କରିବାରେ ଗ୍ରାମର ଯୁବକ ରାଜେନ୍ଦ୍ର କୁମାର ସାମଲ(ମଣ୍ଟୁ) ମୁଖ୍ୟ ଭୂମିକା ତୁଲାଇଥିବା ବେଳେ ଦିବ୍ୟରଞ୍ଜନ ଭଦ୍ର ଓ ତେଜଶ୍ରୀ ଭଦ୍ର ତାଙ୍କୁ ସହଯୋଗ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସରପଞ୍ଚ ବିକ୍ରମ ବିଶ୍ୱାଳ, ଗ୍ରାମ ମୁଖ୍ୟ କୁଞ୍ଜବିହାରୀ ବିଶ୍ୱାଳ, ଭାଗ୍ୟଧର ବିଶ୍ୱାଳ,  ବିଦ୍ୟାଧର ଦାସ, ତରୁରବାଳା ଶତପଥୀ ଓ ସୁବ୍ରତ ଜେନା ମଧ୍ୟ ସହଯୋଗର ହାତ ବଢ଼ାଇଥିଲେ। ଏଥିରେ ବହୁସଂଖ୍ୟାରେ ଗ୍ରାମର ବୁଦ୍ଧିଜୀବୀ ଉପସ୍ଥିତଥିଲେ। ଗ୍ରାମର ଅନ୍ୟମାନେ ଏଥିରେ ସହଯୋଗ କଲେ ଆଗକୁ ଏହା ବଢ଼ିପାରିବ, ଏସବୁ ପ୍ରଭୁଙ୍କ ଇଚ୍ଛା ମୁଁ କେବଳ ଏକ ମାଧ୍ୟମ ବୋଲି ଆବାହକ ରାଜେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ହତ୍ୟା ଉଦ୍ୟମ ମାମଲା: ୪ ମାସ ପରେ ଦମ୍ପତି ଗଲେ ଜେଲ୍

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସାହାଣୀ ସାହିର କୀର୍ତ୍ତନ ଦାସ (୬୬) ଏବଂ ତାଙ୍କ ସ୍ତ୍ରୀ ସୁବାସି ଦାସ (୬୦)ଙ୍କୁ ଶୁକ୍ରବାର…

ଦ୍ରୁତଗତିରେ ବାଇକ୍ ଚାଳନାକୁ ନେଇ ଗୋଷ୍ଠୀ ସଂଘର୍ଷ: ବୁଲିଲା ଠେଙ୍ଗା, ରଣକ୍ଷେତ୍ର ପାଲଟିଲା ଗାଁ ରାସ୍ତା

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ଅନ୍ତର୍ଗତ ବଜ୍ରଗୁମ୍ମା ଗ୍ରାମର ଓଡ଼ିଆ ସାହିରେ ଗୁରୁବାର ଅପରାହ୍ନରେ ଦ୍ରୁତଗତିରେ…

ଯୌତୁକ ନିର୍ଯ୍ୟାତନାରୁ ମହିଳାଙ୍କ ଆତ୍ମହତ୍ୟା ଘଟଣା: ୫ ମାସ ପରେ ଅଭିଯୁକ୍ତ ସ୍ବାମୀ ଗଲେ ଜେଲ  

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣାଙ୍କ ଝିଅ ଉଷାରାଣୀ ମହାରଣା ସ୍ବାମୀ ଓ…

୧୦ ଲକ୍ଷ ଯୌତୁକ ଦାବିରେ ନିର୍ଯାତନା: ମାଡ଼ମାରି ନବବଧୂଙ୍କ ନାକରୁ ରକ୍ତସ୍ରାବ, ନନ୍ଦିପଦା ଥାନାରେ ମାମଲା ରୁଜୁ

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଡ଼ଅଁର ପଞ୍ଚାୟତ ଅନ୍ତର୍ଗତ ସରଳା-ରାଧାନଗରପାଟଣା ଗ୍ରାମରେ ଜଣେ ନବବଧୂଙ୍କୁ ୧୦ ଲକ୍ଷ ଟଙ୍କା ଯୌତୁକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?