ଭାଇଜାନଙ୍କୁ ନିଜଠାରୁ ଦୂରେଇ ରହିବାକୁ ଚେତାବନୀ ଦେଇଥିଲେ ଏହି ଲୋକପ୍ରିୟ ଅଭିନେତ୍ରୀ, ପୂରା ଘଟଣା ଜାଣିଲେ…

ବଲିଉଡ ଇଣ୍ଡଷ୍ଟ୍ରିରେ ଏପରି ଅନେକ ଚଳଚ୍ଚିତ୍ର ଅଛି ଯାହାକୁ ଦର୍ଶକ ବେଷ ପସନ୍ଦ କରନ୍ତି। ଏହି ତାଲିକାରେ ‘ମେନ ପ୍ୟାର କିୟା’ ମଧ୍ୟ ଅନ୍ତର୍ଭୁକ୍ତ। ୧୯୮୯ ମସିହାରେ ସୋରାଜ ବର୍ଜାତ୍ୟାଙ୍କ ଏହି ଚଳଚ୍ଚିତ୍ର ମୁକ୍ତିଲାଭ କରିଥିଲା, ଯେଉଁଥିରେ ସଲମାନ ଖାନ ଏବଂ ଭାଗ୍ୟଶ୍ରୀଙ୍କ ଅଭିନୟ କରିଥିଲେ। ଏହି ଚଳଚ୍ଚିତ୍ରଟି ସଲମାନ ଏବଂ ଭାଗ୍ୟଶ୍ରୀଙ୍କ ଭାଗ୍ୟ ବଦଳାଇ ଦେଇଥିଲା। ପ୍ରଶଂସକମାନେ ଫିଲ୍ମକୁ ବହୁତ ପସନ୍ଦ କରିଥିଲେ। ଏଥିପାଇଁ ଉଭୟ କଳାକାର ରାତାରାତି ଷ୍ଟାର ପାଲଟି ଯାଇଥିଲେ।

‘ମେନ ପ୍ୟାର କିୟା’ ଭାଗ୍ୟଶ୍ରୀଙ୍କ ପ୍ରଥମ ଚଳଚ୍ଚିତ୍ର ଥିଲା। ଏହା ପରେ ସେ ବଲିଉଡ୍‌ରୁ ବିଦାୟ ନେଇଥିଲେ। ଯଦିଓ ସେ ଅନେକ ବର୍ଷ ପରେ ପ୍ରତ୍ୟାବର୍ତ୍ତନ କରିଛନ୍ତି, କିନ୍ତୁ ପୂର୍ବଭଳି ଚରିତ୍ର ତାଙ୍କୁ ମିଳୁନାହିଁ। ତେବେ ସାକ୍ଷାତକାରରେ ଭାଗ୍ୟଶ୍ରୀ ତାଙ୍କ ପ୍ରଥମ ଚଳଚ୍ଚିତ୍ର ସହ ଜଡିତ ଅନେକ ସ୍ମୃତି ବିଷୟରେ ପ୍ରାୟତଃ ଶେୟାର କରନ୍ତି ।
ଏକ ସାକ୍ଷାତକାରରେ ଭାଗ୍ୟଶ୍ରୀ କହିଥିଲେ, ଫିଲ୍ମର ଶୁଟିଂ ସମୟରେ ସେ ସଲମାନ ଖାନଙ୍କୁ ନିଜଠାରୁ ଦୂରେଇ ରହିବାକୁ ଚେତାବନୀ ଦେଇଥିଲେ। ଶୁଟିଂ ସମୟରେ ତାଙ୍କର ଏବଂ ସଲମାନଙ୍କ ସମ୍ପର୍କକୁ ନେଇ କୌଣସି ଗୁଜବ ଶୁଣିବାକୁ ସେ ଚାହୁଁ ନ ଥିଲେ। ତେଣୁ ସେ ତାଙ୍କୁ ନିଜଠାରୁ ଦୂରେଇ ରହିବାକୁ କହିଥିଲେ। ସେ ଆହୁରି ମଧ୍ୟ କହିଥିଲେ, ମୁଁ ହିମାଳୟ ଦଶାନିକୁ ଡେଟ୍‌ କରୁଥିଲି। ଫିଲ୍ମର ‘ଦିଲ୍‌ ଦେୱାନା’ ଗୀତ ସମୟରେ ସଲମାନ ଏହା ବିଷୟରେ ଜାଣିଥିଲେ। ତଥାପି ସେ ପଛପଟୁ ଆସି କାନରେ ଗୀତ ଗାଉଥିଲେ। ଏହାକୁ ପସନ୍ଦ ନ କରି ସେ ତାଙ୍କଠାରୁ ଦୂରରେ ରହିବାକୁ କହିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri