ମୁମ୍ବାଇରୁ ବାହାରକୁ ଯିବାକୁ ନିଷ୍ପତ୍ତି ନେଇଛନ୍ତି ଭାଇଜାନ୍‌, ଜାଣନ୍ତୁ କାହିଁକି

ଭାଇଜାନ୍ ଙ୍କ ପରବର୍ତ୍ତୀ ଚଳଚ୍ଚିତ୍ର ‘ରାଧେ ଇୟୋର ମୋଷ୍ଟ ୱାଣ୍ଟେଡ ଭାଇ’ର ଶୁଟିଂ କାର୍ଯ୍ୟ ଅକ୍ଟୋବର ୨ ରୁ ଆରମ୍ଭ ହେବାକୁ ଯାଉଛି। ଏହି ଚଳଚ୍ଚିତ୍ରର ଅବଶିଷ୍ଟ ଶୁଟିଂ ପାଇଁ ସଲମାନ ମୁମ୍ବାଇରୁ ବାହାରକୁ ଯିବାକୁ ନିଷ୍ପତ୍ତି ନେଇଛନ୍ତି। ଏ ନେଇ ତାଙ୍କ ଟିମ୍‌ ପ୍ରସ୍ତୁତି ଆରମ୍ଭ କରିଛନ୍ତି।

ଏହାର ଶୁଟିଂ ମାର୍ଚ୍ଚ ମାସରେ ଶେଷ ହୋଇଥାନ୍ତା। ମାତ୍ର ଲକ୍‌ଡାଉନ୍‌ ନେଇ ନିର୍ମାତାଙ୍କ ସମସ୍ତ ଯୋଜନା ବୃଥା ହୋଇଥିଲା। ସେବେଠୁ ସଲମାନ ଖାନ ପାନଭେଲରେ ଥିବା ତାଙ୍କ ଫାର୍ମ ହାଉସରେ ରହି ଚାଷ କରୁଥିଲେ। ପ୍ରାୟ ୬ରୁ ୭ ମାସ ବିଶ୍ରାମ ନେବା ପରେ ସଲମାନ ତାଙ୍କ ଫିଲ୍ମର ଶୁଟିଂ ଆରମ୍ଭ କରିବାକୁ ପ୍ରସ୍ତୁତ ଅଛନ୍ତି। ତେବେ ଲୋକପ୍ରିୟ ରିଆଲିଟି ସୋ ‘ବିଗ ବସ’ର ସିଜନ ୧୪ ପାଇଁ ସେ ଶୁଟିଂ ଆରମ୍ଭ କରିସାରିଛନ୍ତି।

ଅକ୍ଟୋବର ୧ ରୁ ସଲମାନ ‘ବିଗବସ’ ପାଇଁ ସୁଟିଂ ଆରମ୍ଭ କରିବେ। ଏହି ଦିନ ତାଙ୍କୁ ‘ବିଗ ବସ’ର ପ୍ରିମିୟର ପାଇଁ ଶୁଟିଂ କରିବାକୁ ପଡିବ। ଏହାକୁ ଶେଷ କରିବା ପରେ ସେ ପରଦିନ ତାଙ୍କ ଫିଲ୍ମର ଶୁଟିଂ ଆରମ୍ଭ କରିବେ। ଏହି ଚଳଚ୍ଚିତ୍ରର ନିର୍ମାତା ସୋହେଲ ଖାନ ଶୁଟିଂ ପାଇଁ ସରକାର ଦେଇଥିବା ନିର୍ଦ୍ଦେଶାବଳୀକୁ ଦୃଷ୍ଟିରେ ରଖି ସମସ୍ତ ସ୍ବାସ୍ଥ୍ୟ ସୁରକ୍ଷା ବ୍ୟବସ୍ଥାକୁ ଧ୍ୟାନରେ ରଖିଛନ୍ତି। ଶୁଟିଂର ଅଂଶବିଶେଷ ଥିବା ସମସ୍ତ ଲୋକଙ୍କୁ ଥରେ କରୋନା ପରୀକ୍ଷା କରାଯାଇଛି। ଶୁଟିଂ ଆରମ୍ଭ ହେବା ପୂର୍ବରୁ ଆଉଥରେ ପରୀକ୍ଷା ହେବାର ଯୋଜନା ରହିଛି। ଯେଉଁମାନଙ୍କ ରିପୋର୍ଟ ନେଗେଟିଭ୍‌ ଆସିବ ସେମାନେ ଶୁଟିଂ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri