ଦୁବାଇରୁ ଫେରିଲେ ଭାଇଜାନ

ମୁମ୍ବାଇ: ଦବଙ୍ଗ ଖାନ୍‌ ସଲମାନ ଦୁବାଇରୁ ଫେରିଛନ୍ତି। ଶନିବାର ଫଟୋଗ୍ରାଫରମାନେ ତାଙ୍କୁ ବିମାନବନ୍ଦରରେ ଦେଖି ନିଜ କ୍ୟାମେରାରେ କଏଦ କରିଥିଲେ। ସୋସିଆଲ ମିଡିଆରେ ଶେୟାର ହୋଇଥିବା ଭିଡିଓରେ ସଲମାନ ବିମାନବନ୍ଦରରୁ ନିଜ କାର ଆଡ଼କୁ ସମ୍ପୂର୍ଣ୍ଣ ସୁରକ୍ଷା ଭିତରେ ଯାଉଥିବାର ନଜର ଆସିଛନ୍ତି। ସେ ଏକ ଧୂସର ରଙ୍ଗର ଶର୍ଟ ଏବଂ କଳା ରଙ୍ଗର ପ୍ୟାଣ୍ଟ ପିନ୍ଧିଛନ୍ତି। ଭାଇଜାନଙ୍କ ନିକଟକୁ କୌଣସି ପ୍ରଶଂସକ କିମ୍ବା ଫଟୋଗ୍ରାଫରଙ୍କୁ ଛଡ଼ା ଯାଇ ନ ଥିଲା। କାରଣ ସଲମାନଙ୍କ ପିତାଙ୍କୁ ହତ୍ୟା ଧମକ ପରେ ସଲମାନ ତାଙ୍କର ସୁରକ୍ଷାକୁ କଡ଼ାକଡ଼ି କରିଦେଇଛନ୍ତି। ଏହି ଘଟଣାରେ ସନ୍ଦିଗ୍ଧ ଭାବରେ ଲରେନ୍ସ ବିଶ୍ରୋଇଙ୍କ ନାମ ଜଣାପଡ଼ିଥିଲା।

ନିକଟରେ ଟାଇଗର ସଲମାନଙ୍କୁ ମଧ୍ୟ ଅସ୍ତ୍ରଶସ୍ତ୍ର ଲାଇସେନ୍ସ ମିଳିଥିଲା। ଆତ୍ମରକ୍ଷା ପାଇଁ ଆବେଦନ ପରେ ତାଙ୍କୁ ଏହି ଅସ୍ତ୍ର ଦିଆଯାଇଥିଲା।
ଏହାପୂର୍ବରୁ ଏକ ଭିଡିଓରେ ସଲମାନ ତାଙ୍କ ଦଳ ସହ ଦୁବାଇ ମଲରେ ବୁଲୁଥିବାର ନଜର ଆସିଥିଲେ। ଏହି ଭିଡିଓ ସୋସିଆଲ ମିଡିଆରେ ବହୁମାତ୍ରାରେ ଶେୟାର କରାଯାଇଥିଲା। ସଲମାନଙ୍କ ତାଙ୍କର ଆଗାମୀ ଫିଲ୍ମ ‘ଭାଇଜାନ’ ପୁଣି ଶୁଟିଂ କରିବା ପୂର୍ବରୁ ଦୁବାଇ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri