ଦୀର୍ଘ ବର୍ଷର ସ୍ବପ୍ନ ହେବ ପୂରଣ: ଭଇଁରୀଗୁଡା-ବାଗଡୁଙ୍ଗରୀ ହାତୀ ନଦୀ ଉପରେ ହେବ ପୋଲ

ଭବାନୀପାଟଣା,୨୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଭଇଁରୀଗୁଡା-ବାଗଡୁଙ୍ଗରୀ ଗ୍ରାମବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହେବାକୁ ଯାଉଛି। କାରଣ ଏହି ୨ ଗାଁ ମଧ୍ୟରେ ଥିବା ହାତୀ ନଦୀରେ ଏକ ସୁଉଚ୍ଚ ପୋଲ ନିର୍ମାଣ କରିବା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସବୁଜ ସଙ୍କେତ ମିଳିଛି। ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟ ଶଙ୍କର ମିଶ୍ର ମଙ୍ଗଳବାର ବିଧାନସଭାରେ ଏହି ପ୍ରସ୍ତାବିତ ପୋଲର ସ୍ଥିତିକୁ ନେଇ ପ୍ରଶ୍ନ ପଚାରିଥିଲେ। ଯାହାର ଉତ୍ତର ରଖିଥିଲେ ରାଜ୍ୟ ସରକାରଙ୍କ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ। ମନ୍ତ୍ରୀ ନାୟକ ତାଙ୍କ ଉତ୍ତରରେ କହିଥିଲେ ଯେ, ସେତୁ ବନ୍ଦ ଯୋଜନାରେ ୨୦୨୪/୨୫ ଆର୍ଥିକ ବର୍ଷରେ ଭଇଁରୀଗୁଡା-ବାଗଡୁଙ୍ଗରୀ ହାତୀ ନଦୀ ଉପରେ ସୁଉଚ୍ଚ ପୋଲ ନିର୍ମାଣ ପାଇଁ ଅନୁମୋଦନ ହୋଇଛି।

ଏହି ପୋଲର ବର୍ତ୍ତମାନ ଡିପିଆର ପ୍ରସ୍ତୁତି ଶେଷ ହୋଇଥିବାବେଳେ ଏହି ପ୍ରକଳ୍ପ ର୍ନିମାଣ ପାଇଁ ୨୧.୫୮ କୋଟି ଟଙ୍କା ରହିଛି ବୋଲି କହିଥିଲେ। ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟ ମିଶ୍ରଙ୍କ ହସ୍ତକ୍ଷେପ କ୍ରମେ ଏଠାରେ ପୋଲ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର ହୋଇଥିବାରୁ ସ୍ଥାନୀୟ ଅଞ୍ଚଳବାସୀ ତାଙ୍କୁ କୃତଜ୍ଞତା ଜଣାଇଛନ୍ତି। ସେହିପରି ଏଠାରେ ଏକ ପୋଲ ନିର୍ମାଣ କରିବା ପାଇଁ ଭଇଁରୀଗୁଡା ଗ୍ରାମର ସାମାଜିକ କର୍ମୀ ଦେବରାଜ ବାଣୁଆ,କ୍ଷୀରସିନ୍ଦୁ ବାଣୁଆ,ଉଦୟ ଭାନୁ ବାଣୁଆ ପ୍ରମୁଖ ଗତ ଫେବୃଆରୀ ୨୦୨୪ ରେ ୫ ଟି ସଚିବ ଜରିଆରେ ପୂର୍ବତନ ରାଜ୍ୟ ସରକାରଙ୍କୁ ଦାବିପତ୍ର ଦେଇଥିଲେ। ଏଠାରେ ପୋଲ ନିର୍ମାଣ ପାଇଁ ଗତ ଖରା ମାସରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ପ୍ରକଳ୍ପ ସ୍ଥାନ ( ହାତୀ ନଦୀର) ମାଟି ମଧ୍ୟ ପରୀକ୍ଷା ସରିଛି। ଏହି ପୋଲ ହେଲେ ଉପରୋକ୍ତ ୨ ଗ୍ରାମ ସମେତ ଭେଜିପଦର,ଯମୁନାବାହାଲ,ମିଚାଗାଁ, ଆଟିଗାଁ ସମେତ ସ୍ଥାନୀୟ ନଦୀ କୁଳିଆ ଗାଁର ଲୋକେ ଉପକୃତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Budget 2026: ବଜେଟ ଭାଷଣରେ ଆସୁଥିବା କଷ୍ଟକର ଶବ୍ଦର ସରଳ ଅର୍ଥ ଜାଣନ୍ତିକି? ବୁଝନ୍ତୁ…

ନୂଆଦିଲ୍ଲୀ,୩୧।୧: ୧ ଫେବୃଆରୀ, ୨୦୨୬ ରେ ଉପସ୍ଥାପିତ ହେବାକୁ ଥିବା କେନ୍ଦ୍ରୀୟ Budget କେବଳ ଦେଶର ଅର୍ଥନୈତିକ ଦିଗ ନିର୍ଣ୍ଣୟ କରିବ ନାହିଁ ବରଂ ସାଧାରଣ ଲୋକଙ୍କ…

ସ୍କୁଲରେ ହଣାକଟା: ୯ମ ଶ୍ରେଣୀ ଛାତ୍ରଙ୍କୁ ହାଣିଲେ ୧୦ମ ଛାତ୍ର

ବାଲେଶ୍ୱର,୩୧ା୧(ବାଞ୍ଛାନିଧି ଦେ): ବିଦ୍ୟାଳୟ ପରିସର ଏବେ ଅସୁରକ୍ଷିତ ହୋଇପଡ଼ିଛି। କେଉଁଠି ଛାତ୍ର ବ୍ୟାଗରେ ବନ୍ଧୁକ ଆଣୁଛନ୍ତି ତ ଆଉ କେଉଁଠି ଛାତ୍ରଙ୍କ ହାତରେ ରହୁଛି ମାରଣାସ୍ତ୍ର। ଜଣେ…

ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ ଜୋରଦାର ହେବ…

ଭୁବନେଶ୍ୱର,୩୧।୧: ଡ଼ିଶାରେ ପାନ ମସଲାକୁ ବ୍ୟାନ କରିଥିଲେ ରାଜ୍ୟ ସରକାର । ବିଡ଼ି, ସିଗାରେଟ, ଗୁଟଖା ଏବଂ ତମାଖୁ ଭଳି ଉତ୍ପାଦର ପ୍ୟାକେଜିଂ, ସଂରକ୍ଷଣ ଏବଂ ଉତ୍ପାଦନ…

ବେଲୁଚିସ୍ତାନରେ ପୁଣି ଜଳିଲା ବିଦ୍ରୋହର ନିଆଁ! BLA ଚଳାଇଛି Operation Herof 2.0 , ୧୨ ପାକିସ୍ତାନୀ ସେନା ନିହତ

କ୍ୱେଟା,୩୧।୧: ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶ ପୁଣି ଥରେ ଯୁଦ୍ଧକ୍ଷେତ୍ର ପାଲଟିଛି, ଶନିବାର (ଜାନୁଆରୀ ୩୧) ବେଲୁଚି ଆର୍ମିମାନେ ଏକକାଳୀନ ୧୦ଟି ସହରରେ ପାକିସ୍ତାନୀ ସେନା ଏବଂ ISI…

ଭେଙ୍କଟପଲମ ମେଗା ପାନୀୟ ଜଳ ପ୍ରକଳ୍ପ: ପରିଦର୍ଶନ କଲେ ବିଧାନ ସଭା ଷ୍ଟାଣ୍ଡିଂ କମିଟି ସଦସ୍ୟ

କାଲିମେଳା,୩୧।୧(ଜୀବନକୃଷ୍ଣ ଦାସ ): ମାଲକାନଗିରି ଜିଲା କାଲିମେଳା ବ୍ଲକ ଭେଙ୍କଟପଲମ ପଞ୍ଚାୟତରେ ଚାଲିଥିବା ମେଗାପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ପରିଦର୍ଶନ କରିଛନ୍ତି ବିଧାନସଭା ଷ୍ଟାଣ୍ଡିଂ କମିଟିର ସଦସ୍ୟ।…

କ’ଣ ଏମିତି କହିଲା ତୁର୍କୀ? ଖପ୍ପା ହୋଇଗଲା Pakistan, ଜାଣନ୍ତୁ ପୂରା ଘଟଣା

ଇସଲାମାବାଦ,୩୧।୧: ଇସଲାମିକ ନାଟୋ ଗଠନ କରିବାକୁ ଚେଷ୍ଟା କରୁଥିବା Pakistanକୁ ତୁର୍କୀ ଏକ ଗୁରୁତ୍ୱପୂର୍ଣ୍ଣ ଧକ୍କା ଦେଇଛି। ତୁର୍କୀର ବୈଦେଶିକ ମନ୍ତ୍ରୀ ହାକାନ ଫିଦାନ ସ୍ପଷ୍ଟ କରିଛନ୍ତି…

ଗର୍ଜିଲେ ଅନୁସୂଚିତ ଜାତି, ଜନଜାତି ଓ ପଛୁଆବର୍ଗର ଲୋକେ, ସ୍ଥାୟୀ ଠିକଣା ଦାବି କରି…

ଦାରିଙ୍ଗବାଡ଼ି,୩୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ ଶନିବାର ସର୍ବଭାରତୀୟ ମୂଳ ନିବାସୀ ସଂଘର ବିଭିନ୍ନ ଦାବିରେ ସଭା, ଶୋଭାଯାତ୍ରା ଓ ବିକ୍ଷୋଭ କରାଯାଇଛି। ସଂଘର ବ୍ଲକସ୍ତରୀୟ…

ସ୍କୁଲ ଛାତ୍ର ନିକଟରୁ ମିଳିଲା ବନ୍ଧୁକ: ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଅଭିଭାବକ

ବାହାନଗା, ୩୧। ୧(ଅରୂପ କୁମାର ଦାସ ): ରେମୁଣା ବ୍ଲକ ଖନ୍ତାପଡ଼ା ଥାନା ଶ୍ରୀଜଙ୍ଗସ୍ଥିତ ଦାସମହାପାତ୍ର ହାଇସ୍କୁଲର ଜଣେ ଛାତ୍ରଙ୍କ ବ୍ୟାଗରୁ ଏକ ବନ୍ଧୁକ ବାହାରିଥିଲା। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri