ଦୀର୍ଘ ବର୍ଷର ସ୍ବପ୍ନ ହେବ ପୂରଣ: ଭଇଁରୀଗୁଡା-ବାଗଡୁଙ୍ଗରୀ ହାତୀ ନଦୀ ଉପରେ ହେବ ପୋଲ

ଭବାନୀପାଟଣା,୨୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଭଇଁରୀଗୁଡା-ବାଗଡୁଙ୍ଗରୀ ଗ୍ରାମବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହେବାକୁ ଯାଉଛି। କାରଣ ଏହି ୨ ଗାଁ ମଧ୍ୟରେ ଥିବା ହାତୀ ନଦୀରେ ଏକ ସୁଉଚ୍ଚ ପୋଲ ନିର୍ମାଣ କରିବା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସବୁଜ ସଙ୍କେତ ମିଳିଛି। ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟ ଶଙ୍କର ମିଶ୍ର ମଙ୍ଗଳବାର ବିଧାନସଭାରେ ଏହି ପ୍ରସ୍ତାବିତ ପୋଲର ସ୍ଥିତିକୁ ନେଇ ପ୍ରଶ୍ନ ପଚାରିଥିଲେ। ଯାହାର ଉତ୍ତର ରଖିଥିଲେ ରାଜ୍ୟ ସରକାରଙ୍କ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ। ମନ୍ତ୍ରୀ ନାୟକ ତାଙ୍କ ଉତ୍ତରରେ କହିଥିଲେ ଯେ, ସେତୁ ବନ୍ଦ ଯୋଜନାରେ ୨୦୨୪/୨୫ ଆର୍ଥିକ ବର୍ଷରେ ଭଇଁରୀଗୁଡା-ବାଗଡୁଙ୍ଗରୀ ହାତୀ ନଦୀ ଉପରେ ସୁଉଚ୍ଚ ପୋଲ ନିର୍ମାଣ ପାଇଁ ଅନୁମୋଦନ ହୋଇଛି।

ଏହି ପୋଲର ବର୍ତ୍ତମାନ ଡିପିଆର ପ୍ରସ୍ତୁତି ଶେଷ ହୋଇଥିବାବେଳେ ଏହି ପ୍ରକଳ୍ପ ର୍ନିମାଣ ପାଇଁ ୨୧.୫୮ କୋଟି ଟଙ୍କା ରହିଛି ବୋଲି କହିଥିଲେ। ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟ ମିଶ୍ରଙ୍କ ହସ୍ତକ୍ଷେପ କ୍ରମେ ଏଠାରେ ପୋଲ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର ହୋଇଥିବାରୁ ସ୍ଥାନୀୟ ଅଞ୍ଚଳବାସୀ ତାଙ୍କୁ କୃତଜ୍ଞତା ଜଣାଇଛନ୍ତି। ସେହିପରି ଏଠାରେ ଏକ ପୋଲ ନିର୍ମାଣ କରିବା ପାଇଁ ଭଇଁରୀଗୁଡା ଗ୍ରାମର ସାମାଜିକ କର୍ମୀ ଦେବରାଜ ବାଣୁଆ,କ୍ଷୀରସିନ୍ଦୁ ବାଣୁଆ,ଉଦୟ ଭାନୁ ବାଣୁଆ ପ୍ରମୁଖ ଗତ ଫେବୃଆରୀ ୨୦୨୪ ରେ ୫ ଟି ସଚିବ ଜରିଆରେ ପୂର୍ବତନ ରାଜ୍ୟ ସରକାରଙ୍କୁ ଦାବିପତ୍ର ଦେଇଥିଲେ। ଏଠାରେ ପୋଲ ନିର୍ମାଣ ପାଇଁ ଗତ ଖରା ମାସରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ପ୍ରକଳ୍ପ ସ୍ଥାନ ( ହାତୀ ନଦୀର) ମାଟି ମଧ୍ୟ ପରୀକ୍ଷା ସରିଛି। ଏହି ପୋଲ ହେଲେ ଉପରୋକ୍ତ ୨ ଗ୍ରାମ ସମେତ ଭେଜିପଦର,ଯମୁନାବାହାଲ,ମିଚାଗାଁ, ଆଟିଗାଁ ସମେତ ସ୍ଥାନୀୟ ନଦୀ କୁଳିଆ ଗାଁର ଲୋକେ ଉପକୃତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ବିକାଶ ଧାରା ଓଡ଼ିଶା କାର୍ଯ୍ୟକ୍ରମ: ସମ୍ମାନୀତ ହେଲେ କଳାକାର, ସମାଜସେବୀ

ରିଷିଡା,୧୮।୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଓ ଜିଲାର ବିଭିନ୍ନ ଅଞ୍ଚଳରେ ବିକାଶର ବାର୍ତ୍ତା ପହଞ୍ଚାଇବା ସହ ସରକାରଙ୍କ ସଫଳତା ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇବା…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri