Posted inଜାତୀୟ

ଭୟୁ ମହାରାଜ ଆତ୍ମହତ୍ୟା ମାମଲା: ଦୋଷୀଙ୍କୁ ୬ ବର୍ଷ ଜେଲ

ଇନ୍ଦୋର,୨୮ ।୧: ମଧ୍ୟପ୍ରଦେଶର ବହୁ ଚର୍ଚ୍ଚିତ ରାଷ୍ଟ୍ର ସନ୍ଥ ଭୟୁ ମହାରାଜଙ୍କ ଆତ୍ମହତ୍ୟା ମାମଲାରେ ଇନ୍ଦୋର କୋର୍ଟ ଶୁକ୍ରବାର ଶୁଣାଣି କରିଛନ୍ତି । କୋର୍ଟ ମୁଖ୍ୟ ସେବାଦାର ବିନାୟକ, ଡ୍ରାଇଭର ଶରଦ ଓ କେୟାରଟେକର ପଲକଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି । କୋର୍ଟ ସମସ୍ତ ଦୋଷୀଙ୍କୁ ୬ ବର୍ଷ ଲେଖାଏଁ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି । କୋର୍ଟ କହିଛନ୍ତି ସେବାଦାରମାନେ ଭୟୁ ମହାରାଜଙ୍କୁ ଏତେ ପ୍ରତାରଣା ଦେଇଥିଲେ କି ସେ ଆତ୍ମହତ୍ୟା କରିଦେଇଥିଲେ ।
ସୂଚନାଯାଗ୍ୟ, ସାଢେ ୩ ବର୍ଷର ଶୁଣାଣି ପରେ କୋର୍ଟ ଏହି ରାୟ ଦେଇଛନ୍ତି । ଏହି ସମୟରେ ୩୨ ସାକ୍ଷୀଙ୍କୁ ୧୫୦ଥର ହାଜର କରାଯାଇଛି । ଶେଷରେ ହାଇକୋର୍ଟ ଅପରାଧର ପ୍ରମାଣ ପାଇଥିଲେ । ଜଷ୍ଟିଶ ଧର୍ମେନ୍ଦ୍ର ସୋନି ମହାରାଜଙ୍କ ସେବାଦାର ଶରଦ ଦେଶମୁଖ, ବିନାୟକ ଦୁଘେଲେ ଓ ପଲକ ପୁରୋହିତଙ୍କୁ ମହାରାଜଙ୍କୁ ଆତ୍ମହତ୍ୟା ପାଇଁ ଉସକାଇବା ମାମଲାରେ ଦୋଷୀ ସାବ୍ୟସ୍ତ କରିଛନ୍ତି । କୋର୍ଟ କହିଛନ୍ତି ଅପରାଧୀମାନେ ଟଙ୍କା ପାଇଁ ମହାରାଜଙ୍କୁ ପ୍ରତାରଣା ଦେଇ ଆସୁଥିଲେ । ଟଙ୍କା ପାଇଁ ତାଙ୍କୁ ବ୍ଲାକ ମେଲ ବି କରାଯାଉଥିଲା । ସୂଚନାଯୋଗ୍ୟ, ଭୟୁ ମହାରାଜ ୧୨ ଜୁନ ୨୦୧୮ରେ ନିଜ କାନମୁଣ୍ଡାରେ ଗୁଳିକରି ଆତ୍ମ ହତ୍ୟା କରିଥିଲେ । ଯେଉଁ ସେବାଦାରମାନେ ମହାରାଜଙ୍କ ପାଇଁ ପରିବାରଠାରୁ ଅଧିକ ଥିଲେ ଯେଉଁମାନଙ୍କ ଉପରେ ତାଙ୍କର ଅଖଣ୍ଡ ବିଶ୍ୱାସ ରହିଥିଲା ସେହି ସେବାଦାରମାନେ ଟଙ୍କା ପାଇଁ ତାଙ୍କୁ ଏମିତି ପ୍ରତାରଣା ଦେଲେ ଯେ ଶେଷରେ ସେ ଆତ୍ମହତ୍ୟା କଲେ ।


Enter your email to get our daily news in your inbox.

All Right Reserved By Dharitri.Com

କମିବ LPG-Petrolର ମୂଲ୍ୟ, ଶେଷ ହେବ ହର୍ମୁଜ ପ୍ରସଙ୍ଗ, ଇରାନ ଯୁଦ୍ଧକୁ ନେଇ ଡୋନାଲ୍ଡ ଟ୍ରମ୍ପଙ୍କ ବଡ ଘୋଷଣା

ଓ୍ବାଶିଂଟନ,୨୯।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହ ଚାଲିଥିବା ବିବାଦ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରି କହିଛନ୍ତି ଯେ ଏହି ଯୁଦ୍ଧ ଶୀଘ୍ର ଶେଷ…

ହୋଟେଲରେ ଯୁବତୀଙ୍କୁ ନିର୍ଯାତନା; ଅଚେତ ଅବସ୍ଥାରେ ବଳାତ୍କାର, ଆପତ୍ତିଜନକ ଭିଡିଓ କରି ଭାଇରାଲ୍‌ କଲେ ଯୁବକ

ପାଟନା,୨୯।୯: ବିହାରର ବେଗୁସରାଇରେ ଜଣେ ଯୁବତୀଙ୍କୁ ହୋଟେଲକୁ ନେଇ ମାଡ଼ ମାରିବା ଏବଂ ବଳାତ୍କାର କରିବା ଅଭିଯୋଗ ସାମ୍ନାକୁ ଆସିଛି । ଏହାପରେ ଯୁବତୀଙ୍କ ଆପତ୍ତିଜନକ ଭିଡିଓ…

ପ୍ରଥମଥର ପାଇଁ ଆରମ୍ଭ ହେଲା ‘ଅଲ-ଫର୍ମାଟ’ ଟୁର୍ନାମେଣ୍ଟ: କ୍ରିକେଟ୍‌ ଜଗତରେ ଚହଳ, ଜାଣନ୍ତୁ ଏହା କ’ଣ

ଢାକା,୨୯।୯: କ୍ରିକେଟ୍‌ରେ ନୂଆ ପରୀକ୍ଷଣ କରିବାକୁ ଯାଉଛି ବାଂଲାଦେଶ। ତମିମ ଇକବାଲଙ୍କ ଅଧ୍ୟକ୍ଷତାରେ ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ‘ଡି-୩’ ବା ‘ଡୋମେଷ୍ଟିକ ୩’ ନାମରେ ଏକ…

କେତେ ବର୍ଷର ହେଲେ ଅଭିଜିତ ଦୀପକେ? ଜନ୍ମଦିନର ଶୁଭେଚ୍ଛା ଜଣାଇ ଆଶୁତୋଷ ରଙ୍କା କହିଲେ…

ନୂଆଦିଲ୍ଲୀ,୨୯।୯: ‘କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଆଜି ଦେଶ ତଥା ବିଦେଶରୁ ଜନ୍ମଦିନର ଶୁଭେଚ୍ଛା ମିଳୁଛି। CJPର ସହ-ଆବାହକ ତଥା ମୁଖପାତ୍ର ଆଶୁତୋଷ…

କମାଲ କଲେ ନୀରୁ: ଏସିଆନ୍‌ ଗେମ୍ସରେ ନୂଆ ରେକର୍ଡ ସହ ଜିତିରେ ସ୍ବର୍ଣ୍ଣ

ନୂଆଦିଲ୍ଲୀ,୨୯।୯: ଏସୀୟ କ୍ରୀଡ଼ାରେ ଭାରତ ପାଇଁ ଆଉ ଏକ ସ୍ବର୍ଣ୍ଣ ପଦକ ଜିତିଛନ୍ତି ନୀରୁ ଧଣ୍ଡା। ମହିଳା ଟ୍ରାପ ଇଭେଣ୍ଟର ଫାଇନାଲ୍‌ରେ ନୀରୁ ୨୮ ପଏଣ୍ଟ ହାସଲ…

ଓରାଙ୍ଗଉଟାନ ପରେ ଅଜଗର; ଚାଲାଣ ବେଳେ ବାଣୀବିହାର ବ୍ରିଜ ଉପରେ ଖସିପଡ଼ିଲା, ଛାନିଆ ଲୋକେ

ଭୁବନେଶ୍ୱର,୨୯।୯(ତ୍ରିନାଥ ମହାନ୍ତି): ବାଣୀବିହାର ଓଭରବ୍ରିଜ ଉପରେ ସୋମବାର ଏକ ବିରାଟ ଅଜଗର ସାପ ଉଦ୍ଧାର କରାଯାଇଛି । ଉଦ୍ଧାର ହୋଇଥିବା ଅଜଗରକୁ ନେଇ ଏବେ ରାଜଧାନୀରେ ଛନକା…

LPG ଠାରୁ ଆରମ୍ଭ କରି UPI-NPS ପର୍ଯ୍ୟନ୍ତ, ଅକ୍ଟୋବର ୧ରୁ ଲାଗୁ ହେବ ବଡ଼ ପରିବର୍ତ୍ତନ! ଆଗୁଆ କରନ୍ତୁ ଏମିତି ମିଳିବ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୯: ଅକ୍ଟୋବର ଆରମ୍ଭ ହେବାକୁ ଯାଉଛି, ଯାହା ସହିତ ଉତ୍ସବର ଋତୁ ଏବଂ ଅନେକ ପର୍ବପର୍ବାଣୀ ଆସୁଛି। ତଥାପି, ଏହି ମାସରେ କିଛି ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ମଧ୍ୟ…

ଅନଲକି ଶୁବମନ ଗିଲ୍‌: ଭାରତ ପାଇଁ ଦ୍ରୁତ ଶତକ ହାସଲ କରିବା ସତ୍ତ୍ୱେ…

ନୂଆଦିଲ୍ଲୀ,୨୯।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଦମଦାର ଶତକ ହାସଲ କରିଛନ୍ତି। ଡାହାଣହାତୀ ବ୍ୟାଟର୍‌ ଗିଲ ୧୧୦ ରନ୍‌ର ଚମତ୍କାର ଇନିଂସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?