Posted inଜାତୀୟ

ଜନ୍ମଦିନରେ ଶପଥ ନେବେ ଭଜନଲାଲ

ଜୟପୁର,୧୫ା୧୨: ଶୁକ୍ରବାର ଭଜନଲାଲ ଶର୍ମାଙ୍କ ପାଇଁ ଏକ ବିଶେଷ ଦିନ। ଆଜି ତାଙ୍କର ଜନ୍ମଦିନ ଏବଂ ଆଜିର ଏହି ଖାସ୍‌ ଦିନରେ ସେ ରାଜସ୍ଥାନର ୧୪ତମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ। ଜୟପୁରର ଐତିହାସିକ ଆଲବର୍ଟ ହଲ୍‌ ବାହାରେ ଏହି ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ତାଙ୍କ ସହ ଦିୟା କୁମାରୀ ଏବଂ ପ୍ରେମଚାନ୍ଦ ବୈରଓ୍ବା ମଧ୍ୟ ରାଜସ୍ଥାନର ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ। ରାଜ୍ୟପାଳ କଲରାଜ ମିଶ୍ର ଶପଥ ପାଠ କରାଇବେ। ଏହି ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡା, ଅମିତ ଶାହା, ରାଜନାଥ ସିଂ ଏବଂ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଅଂଶଗ୍ରହଣ କରିବେ। ଏହି କାର୍ଯ୍ୟକ୍ରମ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ବହୁ ସଂଖ୍ୟକ ଲୋକ ଏହି କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଭଜନଲାଲ ଆଜି ଅପରାହ୍ନ ୧.୦୫ରେ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

୨୬ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ RTOର ୨ କର୍ମଚାରୀ, ବାନ୍ଧିଲା ଭିଜିଲାନ୍ସ

ରାଉରକେଲା,୫ା୮(ସଙ୍ଗୀତା ଜେନା) : ଭିଜିଲାନ୍ସ ଜାଲରେ ରାଉରକେଲା RTOର ୨ କର୍ମଚାରୀ । ବ୍ୟାଙ୍କ ଦ୍ୱାରା ନିଲାମ ହୋଇଥିବା ଦୁଇଟି ଟ୍ରକ୍‌ର ନୂତନ ପଞ୍ଜୀକରଣ ପ୍ରମାଣପତ୍ର (ଏଫ୍‌ଆର୍‌ସି)…

ମୁମ୍ବାଇରେ ଶ୍ରମିକଙ୍କ ମୃତ୍ୟୁ, ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରଚେଷ୍ଟାରେ ଗାଁରେ ପହଞ୍ଚିଲା ମୃତଦେହ, କାନ୍ଦବୋବାଳିରେ…

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଛୋଟରାୟପୁର- ବାସୁଦେବପୁର ଗ୍ରାମ ବଡ଼ସାହିର ପ୍ରଦୀପ ମହାରଣାଙ୍କ ୨ୟ ପୁଅ ସନ୍ତୋଷ ମହାରଣା(୩୬) ପରିବାର ପରିପୋଷଣ ନିମନ୍ତେ…

ବାଇକରେ ବନ୍ୟାଞ୍ଚଳ ବୁଲିଲେ ମନ୍ତ୍ରୀ, ହାଟଡିହୀ ଅଞ୍ଚଳକୁ ନେଇ କହିଲେ…

ହାଟଡିହୀ/ଛେନାପଦୀ,୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀର ବନ୍ୟା ପରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଅନେକ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଥିଲା । ତେବେ ରାଜ୍ୟ ପଞ୍ଚାୟତିରାଜ ଓ…

ଦାରିଙ୍ଗବାଡ଼ିରେ ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି, ଜରିମାନା ବାବଦକୁ ଆଦାୟ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ବୁଧବାର ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି ହୋଇଛି। ଆଞ୍ଚଳିକ ପରିବହନ ବିଭାଗ ଓ ପୋଲିସର ମିଳିତ ଯାଞ୍ଚରେ ମୋଟ୍‌…

ଏମିତି କହି କାନ୍ଦି ପକାଇଲେ ଶେଖ ହାସିନା, ମରିବି ପଛେ….

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନିର୍ବାସନର ଦ୍ୱିତୀୟ ବର୍ଷପୂର୍ତ୍ତି ଅବସରରେ ଦେଇଥିବା ଉଦ୍‌ବୋଧନରେ ଦେଶର ବର୍ତ୍ତମାନ ସ୍ଥିତିକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି…

ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….

କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି…

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

କେନ୍ଦ୍ର ସରକାରଙ୍କୁ ରାହୁଲଙ୍କ କଡ଼ା ସମାଲୋଚନା: ମହିଳା ଆନ୍ଦୋଳନକାରୀଙ୍କ ଘରକୁ ଗୁଣ୍ଡା ପଠାଇ…

ନୂଆଦିଲ୍ଲୀ,୫।୮: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଛାତ୍ର ଆନ୍ଦୋଳନ ସମୟରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ସିଧାସଳଖ ଦାୟୀ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri