Posted inଖେଳ

୫ ପ୍ରତିଦ୍ୱନ୍ଦ୍ୱୀଙ୍କୁ ପଛରେ ପକାଇଲେ ମନୁ ଭାକର

ନୂଆଦିଲ୍ଲୀ, ୧୮ା୨: ଭାରତର ଷ୍ଟାର ପିସ୍ତଲ ଶୁଟର ମନୁ ଭାକର ବିବିସି ଇଣ୍ଡିଆନ ସ୍ପୋଟର୍‌ସମ୍ୟାନ ଅଫ୍‌ ଦି ଇୟର ପୁରସ୍କାର ଜିତିଛନ୍ତି। ମନୁଙ୍କ ସମେତ ଏହି ପୁରସ୍କାର ପାଇଁ ୫ଜଣ ପ୍ରତିଦ୍ୱନ୍ଦ୍ୱୀ ଥିଲେ। ଅନ୍ୟମାନେ ହେଲେ ଗଲ୍ଫର ଅଦିତି ଅଶୋକ, ପାରା ଶୁଟର ଆଭାନୀ ଲେଖରା, ଭାରତ ମହିଳା କ୍ରିକେଟ ଉପ ଅଧିନାୟିକା ସ୍ମୃତି ମନ୍ଧାନା ଏବଂ କୁସ୍ତି ଯୋଦ୍ଧା ଭିିନେଶ ଫୋଗଟ।

ବିଶିଷ୍ଟ କ୍ରୀଡ଼ା ଜର୍ନାଲିଷ୍ଟ ଓ ଲେଖକମାନଙ୍କୁ ନେଇ ଗଠିତ ବିଚାରକମଣ୍ଡଳୀ ସମ୍ଭାବ୍ୟଙ୍କ ସଂକ୍ଷିପ୍ତ ତାଲିକା ପ୍ରସ୍ତୁତ କରିଥିଲା। ବର୍ଷରେ ଉଲ୍ଲେଖନୀୟ ଅବଦାନ ରଖିଥିବା ମହିଳା ଖେଳାଳିଙ୍କୁ ଏହି ପୁରସ୍କାର ପାଇଁ ମନୋନୀତ କରାଯାଇଥାଏ। ୨୨ ବର୍ଷୀୟା ମନୁ ପ୍ୟାରିସ ଅଲିମ୍ପିକ୍ସରେ ଦୁଇ ବ୍ରୋଞ୍ଜ ପଦକ ହାସଲ କରିଥିଲେ।

ଦେଶ ସ୍ବାଧୀନତାପ୍ରାପ୍ତି ପରେ ଗୋଟିଏ ଅଲିମ୍ପିକ୍ସରେ ଏକାଧିକ ପଦକ ପାଇବାରେ ସେ ପ୍ରଥମ ଭାରତୀୟ ହେବାର ଗୌରବ ଅର୍ଜନ କରିଥିଲେ। ସେ ୧୦ମିଟର ଏୟାର ପିସ୍ତଲ ବ୍ୟକ୍ତିଗତ ଇଭେଣ୍ଟ ଏବଂ ୧୦ ମିଟର ଏୟାର ପିସ୍ତଲ ମିକ୍ସଡ ଇଭେଣ୍ଟରେ ଗୋଟିଏ ଲେଖାଏଁ ବ୍ରୋଞ୍ଜ ପାଇଥିଲେ। ୨୦୧୮ରେ ମନୁ ମାତ୍ର ୧୬ ବର୍ଷ ବୟସରେ ସର୍ବକନିଷ୍ଠ ଭାରତୀୟ ଭାବେ ବିଶ୍ୱକପ୍‌ରେ ଏକ ସ୍ବର୍ଣ୍ଣ ଜିତି ଇତିହାସ ସୃଷ୍ଟି କରିଥିଲେ। ମନୁ ପୂର୍ବରୁ ଅର୍ଜୁନ ପୁରସ୍କାର ପାଇ ସାରିଛନ୍ତି। ୨୦୨୧ରେ ସେ ବିବିସି ଏମର୍ଜିଂ ପ୍ଲେୟର ଅଫ୍‌ ଦି ଇୟର ପୁରସ୍କାର ପାଇଛନ୍ତି।

ଅନ୍ୟପୁରସ୍କାର ଜିତିଥିବା ଆଥଲେଟମାନେ ହେଲେ ତୀରନ୍ଦାଜ ଶିତଲ ଦେବୀ (ବିବିସି ଏମର୍ଜିଂ ପ୍ଲେୟର ଅଫ୍‌ ଦି ଇୟର), ପୂର୍ବତନ ଭାରତ ମହିଳା କ୍ରିକେଟ ଅଧିନାୟିକା ମିଥାଲି ରାଜ (ବିବିସି ଲାଇଫ୍‌ ଟାଇମ୍‌ ଆଚିଭମେଣ୍ଟ ଆଓ୍ବାର୍ଡ) ଓ ପାରା ଶୁଟର ଆଭାନୀ (ବିବିସି ପାରା ସ୍ପୋଟର୍‌ସ ଓମ୍ୟାନ ଅଫ୍‌ ଦି ଇୟର)। ଚେସ୍‌ ଖେଳାଳି ଟାନିଆ ସଚଦେବଙ୍କୁ ବିବିସି ଚେଞ୍ଜମେକର ପୁରସ୍କାର ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri