ଭକ୍ତ ଦାସ ଓଡିଶା କଂଗ୍ରେସ ସଭାପତି

ଭୁବନେଶ୍ୱର, ୧୧।୨: ଲମ୍ଭା ପ୍ରତିକ୍ଷାର ଅନ୍ତ ଘଟାଇ କଂଗ୍ରେସ ହାଇକମାଣ୍ଡ ଓଡିଶାରେ ଦଳର ମୁଖିଆ ନିଯୁକ୍ତ କରିଛନ୍ତି। ଦଳର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଚରଣ ଦାସଙ୍କୁ ଓଡ଼ିଶା କଂଗ୍ରେସ ସଭାପତି ନିଯୁକ୍ତ କରାଯାଇଛି। ମଙ୍ଗଳବାର ଏଆଇସିସି ପକ୍ଷରୁ ବିଜ୍ଞପ୍ତି ଜାରି କରି ଏହି ସୂଚନା ଦିଆଯାଇଛି। ଗତ ସାଧାରଣ ନିର୍ବାଚନରେ ରାଜ୍ୟରେ ଦଳର ଶୋଚନୀୟ ପରାଜୟ ପରେ ପୂର୍ବତନ ସଭାପତି ଶରତ ନାୟକ ସଭାପତି ପଦବୀରୁ ଇସ୍ତଫା ଦେଇଥିଲେ। ସେବେଠାରୁ ଏହି ପଦବୀ ଖାଲି ପଡିଥିଲା।

ଭକ୍ତ ଚରଣ ଦାସ ଓଡ଼ିଶା ବିଧାନସଭାରେ ଜଣେ ବିଧାୟକ ଭାବରେ ଥରେ ଏବଂ ଲୋକ ସଭା ସଂସଦ ଭାବରେ ତିନି ଥର କାର୍ଯ୍ୟ କରିଛନ୍ତି । ୧୯୮୫ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭବାନୀପାଟଣା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୧୯୮୯, ୧୯୯୬ ଓ ୨୦୦୯ ଭାରତୀୟ ସାଧାରଣ ନିର୍ବାଚନରେ ସେ କଳାହାଣ୍ଡି ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୯ମ, ୧୧ଶ ଓ ୧୫ଶ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।

ଭକ୍ତ ଚରଣ ଦାସ ଓଡ଼ିଶା ରାଜନୀତିରେ ପ୍ରଥମେ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ ଏବଂ ପରବର୍ତ୍ତୀ ସମୟରେ ଭାରତୀୟ ଜାତୀୟ କଂଗ୍ରେସରେ ଯୋଗ ଦେଇଥିଲେ । ଗତ ବିଧାନସଭା ନିର୍ବାଚନରେ ତାଙ୍କ ପୁଅ ସାଗର ଚରଣ ଦାସ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଛନ୍ତି ।

Image


Enter your email to get our daily news in your inbox.

All Right Reserved By Dharitri.Com

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri