ଭକ୍ତ ଦାସ ଓଡିଶା କଂଗ୍ରେସ ସଭାପତି

ଭୁବନେଶ୍ୱର, ୧୧।୨: ଲମ୍ଭା ପ୍ରତିକ୍ଷାର ଅନ୍ତ ଘଟାଇ କଂଗ୍ରେସ ହାଇକମାଣ୍ଡ ଓଡିଶାରେ ଦଳର ମୁଖିଆ ନିଯୁକ୍ତ କରିଛନ୍ତି। ଦଳର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଚରଣ ଦାସଙ୍କୁ ଓଡ଼ିଶା କଂଗ୍ରେସ ସଭାପତି ନିଯୁକ୍ତ କରାଯାଇଛି। ମଙ୍ଗଳବାର ଏଆଇସିସି ପକ୍ଷରୁ ବିଜ୍ଞପ୍ତି ଜାରି କରି ଏହି ସୂଚନା ଦିଆଯାଇଛି। ଗତ ସାଧାରଣ ନିର୍ବାଚନରେ ରାଜ୍ୟରେ ଦଳର ଶୋଚନୀୟ ପରାଜୟ ପରେ ପୂର୍ବତନ ସଭାପତି ଶରତ ନାୟକ ସଭାପତି ପଦବୀରୁ ଇସ୍ତଫା ଦେଇଥିଲେ। ସେବେଠାରୁ ଏହି ପଦବୀ ଖାଲି ପଡିଥିଲା।

ଭକ୍ତ ଚରଣ ଦାସ ଓଡ଼ିଶା ବିଧାନସଭାରେ ଜଣେ ବିଧାୟକ ଭାବରେ ଥରେ ଏବଂ ଲୋକ ସଭା ସଂସଦ ଭାବରେ ତିନି ଥର କାର୍ଯ୍ୟ କରିଛନ୍ତି । ୧୯୮୫ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭବାନୀପାଟଣା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୧୯୮୯, ୧୯୯୬ ଓ ୨୦୦୯ ଭାରତୀୟ ସାଧାରଣ ନିର୍ବାଚନରେ ସେ କଳାହାଣ୍ଡି ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୯ମ, ୧୧ଶ ଓ ୧୫ଶ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।

ଭକ୍ତ ଚରଣ ଦାସ ଓଡ଼ିଶା ରାଜନୀତିରେ ପ୍ରଥମେ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ ଏବଂ ପରବର୍ତ୍ତୀ ସମୟରେ ଭାରତୀୟ ଜାତୀୟ କଂଗ୍ରେସରେ ଯୋଗ ଦେଇଥିଲେ । ଗତ ବିଧାନସଭା ନିର୍ବାଚନରେ ତାଙ୍କ ପୁଅ ସାଗର ଚରଣ ଦାସ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଛନ୍ତି ।

Image


Enter your email to get our daily news in your inbox.

All Right Reserved By Dharitri.Com

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?