ପୁଣି ରାଜ୍ୟବ୍ୟାପୀ ଆନ୍ଦୋଳନ ଡାକରା ଦେଲେ ଭକ୍ତ, ରାଜନୀତି ହଲଚଲ

ଭୁବନେଶ୍ୱର,୩।୪: ଓଡ଼ିଶାରେ ରାଜନୈତିକ ଉତ୍ତେଜନା ଦିନକୁ ଦିନ ବଢ଼ିଚାଲିଛି। ଏହି ପରିପ୍ରେକ୍ଷୀରେ ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଭକ୍ତଚରଣ ଦାସ ଏକ ଜୋରଦାର ଘୋଷଣା କରି ରାଜ୍ୟବ୍ୟାପୀ ଆନ୍ଦୋଳନର ସଙ୍କେତ ଦେଇଛନ୍ତି। ସମ୍ପ୍ରତି କଳାହାଣ୍ଡି ଜିଲାରେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ସମୟରେ କଂଗ୍ରେସ କର୍ମୀମାନଙ୍କୁ ପୋଲିସ ଅଟକାଇବା ଘଟଣାକୁ ନେଇ ସେ ତୀବ୍ର ପ୍ରତିକ୍ରିୟା ଦେଇଛନ୍ତି। ଘଟଣାକୁ ନେଇ ଭକ୍ତ କହିଛନ୍ତି,ପୋଲିସ ବିଭାଗ ଏବଂ ଡିଜିପି ରାଜନୈତିକ କର୍ମୀ ଭଳି କାମ କରୁଛନ୍ତି। ଏହାକୁ ସେ ଗଣତାନ୍ତ୍ରିକ ଅଧିକାର ଉପରେ ଆକ୍ରମଣ ବୋଲି ଅଭିହିତ କରିଛନ୍ତି।

ପ୍ରେସମିଟ୍‌ରେ ଭକ୍ତ ପୁଣି ଆନ୍ଦୋଳନ ଡାକରା ଦେଇଛନ୍ତି। ସେ ଘୋଷଣା କରି କହିଛନ୍ତି, “ଆଗାମୀ ଦିନରେ ଆମେ ୧୦ ଗୁଣ ଶକ୍ତି ସହ ବିଧାନସଭା ଘେରାଉ କରିବୁ। ଆମେ ସାରା ଓଡ଼ିଶାକୁ ପାଦରେ ଚାଲି ଜନସାଧାରଣଙ୍କ ସହ ସଂଯୋଗ ସ୍ଥାପନ କରିବୁ। ପୁଣି ରାଜ୍ୟବ୍ୟାପୀ ଆନ୍ଦୋଳନ ନେଇ ପିସିସି ସଭାପତି ଆହ୍ବାନ ଦେଇଛନ୍ତି। ଏପ୍ରିଲ ୧୫ରେ ରାଜ୍ୟବ୍ୟାପୀ କଂଗ୍ରେସର ମଶାଲ ଶୋଭାଯାତ୍ରା ହେବ। ସମସ୍ତ ବ୍ଲକ ମୁଖ୍ୟାଳୟରେ ଶୋଭାଯାତ୍ରା କରିବ କଂଗ୍ରେସ। ସେହିପରି ଏପ୍ରିଲ ୨୧ରେ ଜିଲ୍ଲାପାଳ ଅଫିସ ଘେରାଉ କରିବ କଂଗ୍ରେସ। ନାରୀ ର୍ନିଯ୍ୟାତନା ପ୍ରସଙ୍ଗରେ ଶୋଭାଯାତ୍ରା କରିବ ବୋଲି ଭକ୍ତ କହିଛନ୍ତି। ଭକ୍ତଙ୍କ ଏହି ବୟାନ ରାଜ୍ୟ ରାଜନୀତିରେ ନୂଆ ବିବାଦ ସୃଷ୍ଟି କରିଛି ଏବଂ କଂଗ୍ରେସ ଦଳର ଆଗାମୀ ରଣନୀତି ଉପରେ ସମସ୍ତଙ୍କ ନଜର ରହିଛି।

ପିସିସି ସଭାପତିଙ୍କ ଏହି ଘୋଷଣା ରାଜ୍ୟ ସରକାରଙ୍କ ବିରୋଧରେ ଜନମତ ଗଠନ କରିବାର ଏକ ପ୍ରୟାସ ବୋଲି ରାଜନୈତିକ ବିଶ୍ଲେଷକମାନେ ମତ ଦେଇଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ ସରକାର ବିରୋଧୀ ସ୍ବରକୁ ଦବାଇବାକୁ ଚେଷ୍ଟା କରୁଛନ୍ତି, ଯାହାକୁ କଂଗ୍ରେସ କର୍ମୀମାନେ ସହ୍ୟ କରିବେ ନାହିଁ। ଏହା ସହିତ ସେ ଜନସାଧାରଣଙ୍କୁ ଏକଜୁଟ ହୋଇ ଅନ୍ୟାୟ ବିରୋଧରେ ଲଢ଼ିବାକୁ ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri