ଘରକୁ ଘର ବୁଲି ନିର୍ବାଚନ ପ୍ରଚାର କଲେ ଭକ୍ତ ଦାସ

କେସିଙ୍ଗା,୬।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକର ୯ ପଞ୍ଚାୟତରେ କଂଗ୍ରେସ ବିଧାୟକ ପ୍ରାର୍ଥୀ ଭକ୍ତ ଚରଣ ଦାସ ଜନସମ୍ପର୍କ ପଦଯାତ୍ରା କରିବା ସହ ନିର୍ବାଚନୀ ପ୍ରଚାରକୁ ଜୋରଦାର କରିଛନ୍ତି। ଅନ୍ୟପକ୍ଷେ ନିର୍ବାଚନ ଯେତିକି ପାଖେଇ ଆସୁଛି, ଗ୍ରାମାଞ୍ଚଳରେ ଉଷ୍ମତା ସରଗରମ ହୋଇଉଠୁଛି। ନର୍ଲା ନିର୍ବାଚନମଣ୍ଡଳୀ ଅଧୀନରେ କେସିଙ୍ଗା ବ୍ଳକର ୯ ପଞ୍ଚାୟତ ରହିଛି। ତୁଣ୍ଡଳା ପଞ୍ଚାୟତରୁ କଂଗ୍ରେସ ପ୍ରାର୍ଥୀ ଭକ୍ତ ଚରଣ ଦାସ ନିର୍ବାଚନ ପ୍ରଚାର ଆରମ୍ଭ କରି ଦିଗଶିରା, ସିରଜାପାଲି, ହାତୀଖୋଜ, ବେଲଖଣ୍ଡି ଆଦି ପଞ୍ଚାୟତର ଘରକୁ ଘର ବୁଲି ଭୋଟ ଭିକ୍ଷା କରିଥିଲେ।

ପରିକ୍ରମା ବେଳେ ଗ୍ରାମବାସୀ ଭକ୍ତ ଦାସଙ୍କୁ ଫୁଲମାଳ ଦେଇ ସ୍ବାଗତ କରିବା ସହ ସମର୍ଥନ ଜଣାଇଥିଲେ। ଏହି ଅବସରରେ ଭକ୍ତ ଦାସ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ କଂଗ୍ରେସର ବିଭିନ୍ନ ଗ୍ୟାରେଣ୍ଟି ଉପରେ ଅବଗତ କରାଇଥିଲେ। ଏପରିକି ନର୍ଲା ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ବିଜୟୀ ହେଲେ ଅଞ୍ଚଳର ରହିଥିବା ବିଭିନ୍ନ ଦାବିକୁ ବିଧାନସଭାରେ ପ୍ରଥମେ ଉପସ୍ଥାପନ କରିବାକୁ ଭକ୍ତ କହିଥିଲେ। ଏପରିକି ଲୋକଙ୍କ ନ୍ୟାୟଦେବା ମୋର ପ୍ରଥମ କର୍ତ୍ତବ୍ୟ ବୋଲି ଭକ୍ତ ପ୍ରକାଶ କରିଥିଲେ।

ଏହି ଜନ ସମ୍ପର୍କ ପଦଯାତ୍ରାରେ ଜିଲାର ଲୋକ ସଭା ପ୍ରାର୍ଥୀନୀ ଦ୍ରୌପଦୀ ମାଝୀଙ୍କ ସମେତ କଂଗ୍ରେସର ବରିଷ୍ଠ କର୍ମୀ ସାମିଲ ହୋଇଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରେଳମନ୍ତ୍ରୀଙ୍କୁ ଭେଟିଲେ ଏମପି ପ୍ରଦୀପ ପୁରୋହିତ: ପଶ୍ଚିମ ଓଡ଼ିଶାର ରେଳ ସମସ୍ୟାର ସମାଧାନ ପାଇଁ…

ବରଗଡ,୨୪।୩(ପ୍ରେମାନନ୍ଦ ଖମାରୀ) – ପଶ୍ଚିମ ଓଡ଼ିଶାରେ ରେଳ ବିକାଶ ନେଇ ବରଗଡ଼ ଲୋକସଭା ସାଂସଦ(ଏମପି) ପ୍ରଦୀପ ପୁରୋହିତ ମଙ୍ଗଳବାର କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କଠାରେ ଦାବି କରିଛନ୍ତି।…

ପାଣି ଟାଙ୍କିରେ ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପ୍ରମାଣ ନଷ୍ଟ କରିବାକୁ ଫିଙ୍ଗି ଦେଇଥିବା ସନ୍ଦେହ, ଖୋଳତାଡ଼ କରୁଛି…

ବଲାଙ୍ଗୀର, ୨୪।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ଡୁଙ୍ଗିବାହାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଚେକ୍‌ ଡ୍ୟାମ…

ପୁଣି ଅଶାନ୍ତ ବରଗଡ଼: ଅଟୋ ଚାଳକଙ୍କୁ ସାଇଡ୍‌ ଦେବାକୁ କହିବାରୁ ଭୁଜାଲି ମାଡ଼, ଭୟଭୀତ ସହରବାସୀ…

ବରଗଡ଼, ୨୪।୩ (ପ୍ରେମାନନ୍ଦ ଖମାରୀ): କିଛି ଦିନର ଶାନ୍ତି ପରେ ବରଗଡ଼ ସହର ପୁଣି ଅଶାନ୍ତ ହୋଇପଡ଼ିଛି। ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଟାଉନ ଥାନା ସମ୍ମୁଖ ହାଟପଦା…

ଭଞ୍ଜନଗରରେ ବଢୁଛି ଦୁର୍ଘଟଣା: ୪ ଘଣ୍ଟାରେ ୩ ଦୁର୍ଘଟଣା, ଜଣେ ମୃତ, ଦୁଇ ଗୁରୁତର…

ଭଞ୍ଜନଗର, ୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଦୁର୍ଘଟଣା ହାର ବଢ଼ିବାରେ ଲାଗିଛି। ମଙ୍ଗଳବାର ମାତ୍ର ୪ ଘଣ୍ଟା ମଧ୍ୟରେ ଘଟିଥିବା ତିନୋଟି ପୃଥକ ପୃଥକ…

୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…

ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଭାଇଙ୍କ ସମେତ ସହଯୋଗୀ ଗଲେ ଜେଲ

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ରହୁଥିବା ପଦ୍ମନାଭପୁର ଗ୍ରାମର ବଳିଆ ସେଠୀ ଏବଂ ତାଙ୍କ ଭାଇ କାଳିଆ ସେଠୀଙ୍କ ସମେତ ସହଯୋଗୀ ଚାଞ୍ଚଡାପଲ୍ଲୀ ଗ୍ରାମର…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri