FM କଲେଜ ଛାତ୍ରୀ ମୃତ୍ୟୁ ଘଟଣା: ଭକ୍ତଙ୍କ ଘୋଷଣା, ଆସନ୍ତା ୨୪ରେ ହେବ…

ଭୁବନେଶ୍ୱର,୨୧।୭: ଗଣବଳାତ୍କାର ଏବଂ ବିଭିନ୍ନ ନିର୍ଯାତନାର ଶିକାର ହୋଇଥିବା ଝିଅ, ଭଉଣୀ ଏବଂ ମହିଳାମାନଙ୍କୁ ନ୍ୟାୟ ମିଳୁନାହିଁ। ବିଶେଷ କରି ବାଲେଶ୍ୱର ଏଫ୍‌ଏମ୍‌ କଲେଜ ଛାତ୍ରୀଙ୍କୁ ନ୍ୟାୟ ମିଳିପାରିଲା ନାହିଁ। ଛାତ୍ରୀ ଜଣଙ୍କ କହି କହି ଥକି ଗଲା, ହେଲେ ପୋଲିସ କାହିଁକି ମାମଲା ରୁଜୁ କଲାନି ବୋଲି ପ୍ରଶ୍ନ କରିଛନ୍ତି କଂଗ୍ରେସ ପିସିସି ସଭାପତି ଭକ୍ତ ଚରଣ ଦାସ।

ଭକ୍ତ ଆହୁରି କହିଛନ୍ତି, ନିର୍ଯାତନାକୁ ନେଇ ଛାତ୍ରୀ ଜଣଙ୍କ ମୁଖ୍ୟମନ୍ତ୍ରୀ, ଏସ୍‌ପି ଅଫିସ, ସମସ୍ତଙ୍କୁ ଟୁଇଟ୍‌ କରିଛି। ହେଲେ କେହି ଶୁଣିଲେନି। ଭିଡିଓ ମାଧ୍ୟମରେ ବି ସେ ଛାତ୍ରୀ ଜଣଙ୍କ କହିଥିଲେ, କେହି ଜଣେ ଯତ୍ନବାନ ହେଲେନି କି ଏଫଆଇଆର କଲେନି। ଏହାର ଉତ୍ତର ଦେବାକୁ ପଡିବ। ଛାତ୍ରୀଟି ମରିବା ପର୍ଯ୍ୟନ୍ତ ଲଢେଇ କଲେ, ହେଲେ ଗୋଟେ ଏଫ୍‌ଆଇଆର ଦେଇପାରିଲେନି। ଏହା ଏକ ଦୁର୍ଭାଗ୍ୟଜନକ। କଂଗ୍ରେସ ନ୍ୟାୟ ପାଇଁ ସବୁ କିଛି କରିପାରିବ ବୋଲି କହିଛନ୍ତି ଭକ୍ତ। ଏହା ସହିତ ଭକ୍ତ କହିଛନ୍ତି, ସୌମ୍ୟାଶ୍ରୀଙ୍କ ନ୍ୟାୟ ପାଇଁ ଓଡ଼ିଶାରେ ପ୍ରତି ଘରେ ଘରେ ଆସନ୍ତା ୨୪ ତାରିଖ ଦିନ ଶ୍ରଦ୍ଧାଞ୍ଜଳି ଦିବସ ହିସାବରେ ପୀଡିତା ପାଇଁ ନ୍ୟାୟ, ରାଜ୍ୟରେ ନିଖୋଜ ହୋଇଥିବା ମହିଳା ଏବଂ ଶିଶୁ ପାଇଁ ନ୍ୟାୟ ପାଇଁ ଏକ ମିନିଟ୍‌ର ନୀରବ ପ୍ରାର୍ଥନା କରିବାକୁ ନିବେଦନ କରିଛନ୍ତି ଭକ୍ତ।


Enter your email to get our daily news in your inbox.

All Right Reserved By Dharitri.Com

ତାର୍କିକ ଅସଙ୍ଗତି ତାଲିକାରେ ଥିବା ଲୋକଙ୍କ ନାଁ ପ୍ରକାଶ କର

ନୂଆଦିଲ୍ଲୀ,୨୦ା୧(ପି.ଟି.): ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଯେଉଁମାନଙ୍କ ନାମ ତାର୍କିକ ଅସଙ୍ଗତି ତାଲିକାରେ ରହିଛି, ସେଗୁଡ଼ିକୁ ଗ୍ରାମପଞ୍ଚାୟତ ଭବନ, ବ୍ଲକ୍‌...

ନଏଡ଼ା ସିଇଓ ବହିଷ୍କୃତ

ଲକ୍ଷ୍ନୌ,୨୦ା୧(ପି.ଟି.): ନଏଡ଼ା ସେକ୍ଟର ୧୫୦ସ୍ଥିତ ଏକ ନିର୍ମାଣ ସ୍ଥଳରେ ଜଳଭର୍ତ୍ତି ଗର୍ତ୍ତ ମଧ୍ୟକୁ କାର୍‌ ଖସି ୨୭ ବର୍ଷୀୟ ସଫ୍ଟଓ୍ବେର ଇଞ୍ଜିନିୟରଙ୍କ ମୃତ୍ୟୁ ଘଟଣାରେ ନଏଡ଼ା...

କଳଙ୍କ, କନ୍ଦଳରୁ କେବେ ମୁକୁଳିବ କଂଗ୍ରେସ

ଭୁବନେଶ୍ୱର, ୨୦|୧ (ରବିନାରାୟଣ ଜେନା):  ରାଜ୍ୟରେ ଗୋଟିଏ ପରେ ଗୋଟିଏ ସାଧାରଣ ନିର୍ବାଚନ, ରାଜ୍ୟ ସଭା ନିର୍ବାଚନ, ଉପନିର୍ବାଚନ ଓ ଅନ୍ୟାନ୍ୟ ନିର୍ବାଚନ ଯାଉଛି ଏବଂ...

ଦ୍ରୁତ ହ୍ରାସ ପାଉଛି ଚାଇନା ଜନସଂଖ୍ୟା

ବେଜିଂ,୨୦ା୧(ପି.ଟି.): ୨୦୨୫ରେ ଚାଇନାରେ ଜନ୍ମହାର ୧୦ ବର୍ଷ ପୂର୍ବ ତୁଳନାରେ ୧୦ ନିୟୁତ ହ୍ରାସ ପାଇଥିବାବେଳେ କ୍ରମାଗତ ଚତୁର୍ଥ ବର୍ଷ ପାଇଁ ଜନସଂଖ୍ୟା ହ୍ରାସ ପାଇଛି।...

ବଢୁଛି ପାରଦ କମୁଛି ଶୀତ, ୨୪ ପର୍ଯ୍ୟନ୍ତ କୁହୁଡ଼ି

ଭୁବନେଶ୍ୱର,  ୨୦|୧  (ବନ୍ଦନା ସେଠୀ): ରାଜ୍ୟରେ ଏବେ ଋତୁ ବଦଳୁଛି । ରାତିରେ ଶୀତ କମିଥିବାବେଳେ ଦିନରେ ଖରାତାତି ବଢ଼ୁଛି । ତେବେ ଭୋର୍‌ ସମୟରେ...

ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ, ୪୦ ଦୋକାନ ଘର ପୋଡି ଧ୍ବଂସ

ଭୁବନେଶ୍ବର, ୨୦|୧ : ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ । ରାତି ଅଧରେ ହୁତୁହୁତୁ ହୋଇ ଜଳିଲା ହାଟ । ପ୍ରାୟ...

ମୁହାଁମୁହିଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା-ସମୀର ଦାସ, ଗୋଷ୍ଠୀ କନ୍ଦଳ ଜୋରଦାର

ନିମାପଡ଼ା, ୧୯।୧: ପୁରୀ ଜିଲା ନିମାପଡ଼ା ନିର୍ବାଚନ ମଣ୍ଡଳୀରେ ଭାଜପାର ଆଭ୍ୟନ୍ତରୀଣ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ ପୂର୍ବତନ...

ବ୍ରିକ୍ସ ଦେଶ ପାଇଁ RBI ର ବଡ଼ ପ୍ରସ୍ତାବ, ଫେଲ୍ ମାରିବେ ଟ୍ରମ୍ପଙ୍କ ଯୋଜନା

ନୂଆଦିଲ୍ଲୀ,୧୯।୧: ଟ୍ରମ୍ପଙ୍କ ଧମକ ପରେ ଧିମେଇ ଯାଇଥିବା ବ୍ରିକ୍ସ ସଂଗଠନର ସ୍ୱତନ୍ତ୍ର ମୁଦ୍ରା ପାଇଁ ବଡ ପ୍ରସ୍ତାବ ଦେଇଛି ଭାରତୀୟ ରିଜର୍ଭ ବ୍ୟାଙ୍କ(RBI)। ବ୍ରିକ୍ସ ସମ୍ମିଳନୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri