FM କଲେଜ ଛାତ୍ରୀ ମୃତ୍ୟୁ ଘଟଣା: ଭକ୍ତଙ୍କ ଘୋଷଣା, ଆସନ୍ତା ୨୪ରେ ହେବ…

ଭୁବନେଶ୍ୱର,୨୧।୭: ଗଣବଳାତ୍କାର ଏବଂ ବିଭିନ୍ନ ନିର୍ଯାତନାର ଶିକାର ହୋଇଥିବା ଝିଅ, ଭଉଣୀ ଏବଂ ମହିଳାମାନଙ୍କୁ ନ୍ୟାୟ ମିଳୁନାହିଁ। ବିଶେଷ କରି ବାଲେଶ୍ୱର ଏଫ୍‌ଏମ୍‌ କଲେଜ ଛାତ୍ରୀଙ୍କୁ ନ୍ୟାୟ ମିଳିପାରିଲା ନାହିଁ। ଛାତ୍ରୀ ଜଣଙ୍କ କହି କହି ଥକି ଗଲା, ହେଲେ ପୋଲିସ କାହିଁକି ମାମଲା ରୁଜୁ କଲାନି ବୋଲି ପ୍ରଶ୍ନ କରିଛନ୍ତି କଂଗ୍ରେସ ପିସିସି ସଭାପତି ଭକ୍ତ ଚରଣ ଦାସ।

ଭକ୍ତ ଆହୁରି କହିଛନ୍ତି, ନିର୍ଯାତନାକୁ ନେଇ ଛାତ୍ରୀ ଜଣଙ୍କ ମୁଖ୍ୟମନ୍ତ୍ରୀ, ଏସ୍‌ପି ଅଫିସ, ସମସ୍ତଙ୍କୁ ଟୁଇଟ୍‌ କରିଛି। ହେଲେ କେହି ଶୁଣିଲେନି। ଭିଡିଓ ମାଧ୍ୟମରେ ବି ସେ ଛାତ୍ରୀ ଜଣଙ୍କ କହିଥିଲେ, କେହି ଜଣେ ଯତ୍ନବାନ ହେଲେନି କି ଏଫଆଇଆର କଲେନି। ଏହାର ଉତ୍ତର ଦେବାକୁ ପଡିବ। ଛାତ୍ରୀଟି ମରିବା ପର୍ଯ୍ୟନ୍ତ ଲଢେଇ କଲେ, ହେଲେ ଗୋଟେ ଏଫ୍‌ଆଇଆର ଦେଇପାରିଲେନି। ଏହା ଏକ ଦୁର୍ଭାଗ୍ୟଜନକ। କଂଗ୍ରେସ ନ୍ୟାୟ ପାଇଁ ସବୁ କିଛି କରିପାରିବ ବୋଲି କହିଛନ୍ତି ଭକ୍ତ। ଏହା ସହିତ ଭକ୍ତ କହିଛନ୍ତି, ସୌମ୍ୟାଶ୍ରୀଙ୍କ ନ୍ୟାୟ ପାଇଁ ଓଡ଼ିଶାରେ ପ୍ରତି ଘରେ ଘରେ ଆସନ୍ତା ୨୪ ତାରିଖ ଦିନ ଶ୍ରଦ୍ଧାଞ୍ଜଳି ଦିବସ ହିସାବରେ ପୀଡିତା ପାଇଁ ନ୍ୟାୟ, ରାଜ୍ୟରେ ନିଖୋଜ ହୋଇଥିବା ମହିଳା ଏବଂ ଶିଶୁ ପାଇଁ ନ୍ୟାୟ ପାଇଁ ଏକ ମିନିଟ୍‌ର ନୀରବ ପ୍ରାର୍ଥନା କରିବାକୁ ନିବେଦନ କରିଛନ୍ତି ଭକ୍ତ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ପେଟ୍ରୋଲ ଦରକୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଲିଟର ପ୍ରତି ୧୦୦ ଟଙ୍କା….

ଇସଲାମାବାଦ,୧୩।୯: ମହଙ୍ଗା ଇନ୍ଧନ ଦରରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଦେବାକୁ ପାକିସ୍ତାନ ସରକାର ଏକ ବଡ଼ ରିଲିଫ୍‌ ଯୋଜନା ଘୋଷଣା କରିଛି। ରବିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ…

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ

ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…

ଭୋପାଳ-ଦିଲ୍ଲୀ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ, ଟଳିଲା ବଡ଼ ବିପଦ

ଭୋପାଳ/ନୂଆଦିଲ୍ଲୀ: ଭୋପାଳରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆର ବିମାନ (AI-୧୮୮୬) ଜୟପୁର ବିମାନବନ୍ଦରରେ ଜରୁରୀକାଳିନ ଅବତରଣ କରିଛି। ଉଡ଼ାଣ ସମୟରେ ବିମାନଟିକୁ ଜୟପୁରକୁ ଡାଇଭର୍ଟ କରାଯାଇ ସୁରକ୍ଷିତ…

ଆସନ୍ତା ସପ୍ତାହରେ ପୁଣି ଭିଜିବ ଓଡ଼ିଶା: ୧୪ରୁ ୧୯ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୧୩/୯: ଆସନ୍ତା ସପ୍ତାହରେ ପୁଣି ଥରେ ଭିଜିବ ଓଡ଼ିଶା। ୧୪ରୁ ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ସୂଚନା ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?