ବଡ଼ ସୂଚନା ଦେଲେ ଭକ୍ତ, ‘ଆନ୍ଦୋଳନରେ ପହଞ୍ଚିବେ ରାହୁଲ’

ଭୁବନେଶ୍ୱର,୨୭।୩: ରାଜଧାନୀରେ କଂଗ୍ରେସ କରିଛି ରଣହୁଙ୍କାର। କଂଗ୍ରେସର ଗର୍ଜନରେ ଉଠୁଛି ପଡୁଛି ରାଜଧାନୀ। କଂଗ୍ରେସର ଆନ୍ଦୋଳନ ପାଇଁ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି। ବିଧାନସଭା ଆଗରେ ହାଇ ସିକ୍ୟୁରିଟି । ସମସ୍ତ ଗେଟ ବନ୍ଦ କରାଯିବା ସହ ତନ୍ନ ତନ୍ନ ଯାଞ୍ଚ କରୁଛନ୍ତି ପୋଲିସ ଅଧିକାରୀ । ସବୁ ଗେଟ ଆଗରେ ପୋଲିସ ଛାଉଣୀ । ଆନ୍ଦୋଳନକାରୀଙ୍କୁ ରୋକିବାକୁ ୮୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି । ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ।

ତେବେ କଂଗ୍ରେସର ପଦଯାତ୍ରା ମଧ୍ୟରେ ପିସିସି ସଭାପତି ଭକ୍ତ ଦାସ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଏହି ଆନ୍ଦୋଳନ ଆହୁରି ବ୍ୟାପକ ହେବ। ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ ଓ ମଲ୍ଲିକାର୍ଜ୍ଜୁନ ଖାର୍ଗେ ଆସିବେ। ଏହି ମହାସଂଗ୍ରାମ ଆହୁରି ବଡ଼ ହେବ। ଏହାରି ଭିତରେ ପିସିସି ସଭାପତି ଭକ୍ତ ଚରଣ ଦାସ ଏକ ଭିଡିଓ ବାର୍ତ୍ତା ଜାରିକରି କହିଛନ୍ତି, ଗୁରୁବାର ଆମେ ଶାନ୍ତି ଶୃଙ୍ଖଳାର ସହ ଆନ୍ଦୋଳନ କରିବୁ। ହେଲେ ଝାରସୁଗୁଡ଼ା ଥାନାରେ ଯୁବ କଂଗ୍ରେସ ସଭାପତିଙ୍କୁ ଅଟକାଯାଇଥିବା ନେଇ ଖବର ମିଳୁଛି। ପ୍ରଶାସନ ଓ ପୋଲିସ ସେ ଭୁଲ କରନ୍ତୁନାହିଁ। ଆପଣ ଶୃଙ୍ଖଳା ରକ୍ଷାକରନ୍ତୁ। ଆମକୁ ଶାନ୍ତିପୂର୍ଣ୍ଣ ଆନ୍ଦୋଳନ କରିବାକୁ ଦିଅନ୍ତୁ। ଯଦି ପୋଲିସ ଏଭଳି ବାତାବରଣ ସୃଷ୍ଟିକରେ ତେବେ ବିଭିନ୍ନ ସ୍ଥାନରେ ବିଦ୍ରୋହ ଦେଖାଦେଇପାରେ। ଯେଉଁଠାରେ ପୋଲିସ କଂଗ୍ରେସ କର୍ମୀଙ୍କୁ ଅଟକାଉଛି କିମ୍ବା ହଇରାଣ ହରକତ କରୁଛି ସେଠାରେ କର୍ମୀମାନେ ହିଂସାର ପଥ ନ ଆପଣାଇ ସବୁ ଝଡ଼ଝଞ୍ଜା ସହି ତୁରନ୍ତ ସୂଚନା ଆମପାଖକୁ ପଠାନ୍ତୁ। ଆପଣମାନେ ସଂଘବଦ୍ଧ ଭାବେ ଏହି ଅନ୍ୟାୟର ମୁକାବିଲା କରିବେ। ଆଗକୁ ଅନେକ ପଥ ଯିବାର ରହିଛି, ଇଏତ ନାମକୁମାତ୍ର ବୋଲି ଭକ୍ତ କଂଗ୍ରେସ କର୍ମୀଙ୍କୁ ଅନୁରୋଧ କରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ବାରବାଟୀରେ ଏକାକୀ ପ୍ରାକ୍ଟିସ କଲେ ହାର୍ଦ୍ଦିକ ପାଣ୍ଡ୍ୟା

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍‌...

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri