କଂଗ୍ରେସ ଛାଡ଼ିଲେ ଭକ୍ତ ଦାସ, ପ୍ରତିକ୍ରିୟାରେ କହିଲେ…

ଭୁବନେଶ୍ୱର,୧୦ା୬: ରାଜ୍ୟରେ ସଦ୍ୟ ସମାପ୍ତ ହୋଇଥିବା ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ଘଟିଛି। ଏହା ପରେ ସୋମବାର ପଦ ଛାଡ଼ିଛନ୍ତି ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଭକ୍ତ ଚରଣ ଦାସ। ନିଜ ଉପରକୁ ନୈତିକ ଦାୟିତ୍ୱ ନେଇ ସେ ପ୍ରଦେଶ କଂଗ୍ରେସ କମିଟି ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଥିବା କହିଛନ୍ତି।

ରାଜ୍ୟରେ ଉଭୟ ବିଧାନସଭା ଓ ଲୋକ ସଭା ଆସନରେ ଦଳର ଖରାପ ପ୍ରଦର୍ଶନ ପରେ ସେ ପଦ ଛାଡ଼ିଛନ୍ତି। ଇସ୍ତଫାପତ୍ର ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ନିକଟକୁ ତାଙ୍କର ଇସ୍ତଫାପତ୍ର ପଠାଇଛନ୍ତି। କଂଗ୍ରେସର ପ୍ରଚାର କମିଟି ଅଧ୍ୟକ୍ଷରୁ ବିଜୟ ପଟ୍ଟନାୟକଙ୍କୁ ହଟାଇ ତାଙ୍କ ସ୍ଥାନରେ ଭକ୍ତ ଦାସଙ୍କୁ ନିଯୁକ୍ତ କରାଯାଇଥିଲା। ଏବେ ସେ ନିଜ ପଦରୁ ଇସ୍ତଫା ଦେଇ ଦେଇଛନ୍ତି।

ଏନେଇ ଭକ୍ତ ଦାସ କହିଛନ୍ତି, ଆମେ ଅତି କମ୍‌ରେ ୪୦-୪୫ ସିଟ୍‌ରେ ବିଜୟ ହାସଲ କରି ପାରିଥାନ୍ତୁ। ମାତ୍ର ଦଳ ସେପରି ପ୍ରଦର୍ଶନ କରି ପାରିଲାନି। କ୍ୟାମ୍ପେନ କମିଟି ତରଫରୁ ତତ୍ପରତା ପ୍ରକାଶ ପାଇ ପାରିଲାନି। ଆମେ ଯେଉଁ ହିସାବରେ ସଭା-ସମିତି କରିବା କଥା କରି ପାରିଲୁନି। ମୁଁ ନିଜେ ନିର୍ବାଚନ ନ ଲଢ଼ିଥିଲେ ହୁଏତ ପ୍ରଚାରକୁ ଅଧିକ ତ୍ୱରାନ୍ବିତ କରି ପାରିଥାନ୍ତି। ନିର୍ବାଚନ ସମୟରେ ବରିଷ୍ଠ ନେତାଙ୍କ ବୈଠକ ହୋଇ ପାରିଲାନି। ମୋ’ ପଦ ହିସାବରେ ଆହୁରି ଅଧିକ ପ୍ରଦର୍ଶନ କରିବାର ଥିଲା, ଯାହାକି କରି ପାରିଲିନି। ସେଥିପାଇଁ ନୈତିକତା ଦୃଷ୍ଟିରୁ ମୁଁ ଦଳ ଛାଡୁଛି।

ସୂଚନାଯୋଗ୍ୟ, ପୂର୍ବତନ ମନ୍ତ୍ରୀ ଭକ୍ତ ଚରଣ ଦାସ ନିଜେ ନର୍ଲାରୁ କଂଗ୍ରେସ ଟିକେଟ୍‌ରେ ମଇଦାନକୁ ଓହ୍ଲାଇଥିଲେ। ଏଥିସହ ସେ ନିଜ ପୁଅ ସାଗର ଦାସଙ୍କୁ ଭବାନୀପାଟଣାରୁ ବି ପ୍ରାର୍ଥୀ କରିଥିଲେ। ସେ ନିଜେ ହାରି ଯାଇଥିବା ବେଳେ ପୁଅକୁ କିନ୍ତୁ ବିଜୟର ସ୍ବାଦ ଚାଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri