ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ଭକ୍ତ: କଂଗ୍ରେସରୁ ନିଳମ୍ବିତ ହେଲେ ୩ ସରପଞ୍ଚଙ୍କ ସହ…

ରାୟଗଡା,୫।୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରି ବ୍ଲକ ଅଧକ୍ଷାଙ୍କ ବିରୋଧରେ ଆଗତ ହୋଇଥିବା ଅନାସ୍ଥା ପ୍ରସ୍ତାବ ସପକ୍ଷରେ ଭୋଟ ଦେଇ ଦଳ ବିରୋଧୀ କାର୍ଯ୍ୟ ଓ ବିଶୃଙ୍ଖଳା ଆଚରଣ ଯୋଗୁ ବ୍ଲକର ୩ ସରପଞ୍ଚ, ୩ ସମିତି ସଭ୍ୟଙ୍କୁ କଂଗ୍ରେସ ଦଳରୁ ନିଳମ୍ବିତ କରାଯାଇଛି। ସରପଞ୍ଚ, ସମିତି ସଭ୍ୟଙ୍କ ବ୍ୟତୀତ ବରିଷ୍ଠ କଂଗ୍ରେସ ନେତା ରଘୁନାଥ ପାତ୍ର, ଭାସ୍କର ଜାଗାରଙ୍ଗା, ସାଇମନ ନାରେଙ୍ଗାଙ୍କୁ ମଧ୍ୟ କଂଗ୍ରେସ ଦଳରୁ ନିଳମ୍ବିତ କରାଯାଇଛି। ପିସିସି ସଭାପତି ଭକ୍ତ ଦାସଙ୍କ ନିର୍ଦ୍ଦେଶକ୍ରମେ ପ୍ରଦେଶ କଂଗ୍ରେସ ଶୃଙ୍ଖଳା କାର୍ଯ୍ୟାନୁଷ୍ଠାନ କମିଟି ଦ୍ୱାରା ପ୍ରେସ ବିଜ୍ଞପ୍ତି ମାଧ୍ୟମରେ ପ୍ରକାଶ କରିଛନ୍ତି। ଅସଡା ସରପଞ୍ଚ ସୁଦାମ ଶବର, ସମିତି ସଭ୍ୟା ରଶ୍ମିତା ଶବର, ଖାରିଗୁଡା ସରପଞ୍ଚ ଲୁସି ନାରେଙ୍ଗାକା, ସମିତି ସଭ୍ୟା ସବିତା ଶବର, ମଧୁବନ ସରପଞ୍ଚ ସୁଦାମ ଶବର, ଏମ କେ ରାଇ ସମିତି ସଭ୍ୟା ଅର୍ଜୁନ ଶବର କଂଗ୍ରେସ ଦଳରୁ ନିଳମ୍ବିତ କରାଯାଇଛି। ଏହି ନିଳମ୍ବନ ପରେ ଗୁଡାରି ରାଜନୈତିକ ସମୀକରଣ ସୃଷ୍ଟି ହେବା ନେଇ ଏକ ପ୍ରକାର ନିଶ୍ଚିତ ହୋଇଛି। ଏହି ନିଲମ୍ବନକୁ ନେଇ ଆଗାମୀ ଦିନରେ ଭାଜପା କେଉଁ ରଣନୀତି ଆପଣାଉଛି ତାହା ଦେଖିବାକୁ ବାକି ରହିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କର୍କଟ ରାଶିରେ ସୃଷ୍ଟି ହେଲା ଦୁର୍ଲଭ ଚତୁର୍ଗ୍ରହ ଯୋଗ: ଏହି ୪ ରାଶିଙ୍କ ପାଇଁ ଖୋଲିଯିବ ଧନଲାଭର ନୂଆ ଦ୍ୱାର

ଆଜି ୧୧ ଅଗଷ୍ଟ, ୨୦୨୬ରେ ସାବନ ଶିବରାତ୍ରି ଅବସରରେ ଆକାଶରେ ଏକ ବିଶେଷ ଗ୍ରହ ସଂଯୋଗ ସୃଷ୍ଟି ହେଉଛି। ଏହି ଦିନ କର୍କଟ ରାଶିରେ ସୂର୍ଯ୍ୟ, ଗୁରୁ,…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରତିମାସରେ କେତେ ଦରମା ମିଳେ? ବଙ୍ଗଳା-ଭତ୍ତା ଛଡା ବେସିକ୍‌ ସାଲାରୀ କେତେ ଜାଣିଲେ ଚମକି ପଡିବେ…

ନୂଆଦିଲ୍ଲୀ, ୧୧।୮: ଆପଣ ଡାକ୍ତର, ଇଞ୍ଜିନିୟର ଏବଂ ସରକାରୀ କର୍ମଚାରୀଙ୍କ ଭଳି ବିଭିନ୍ନ ବୃତ୍ତିଗତଙ୍କ ଦରମା ବିଷୟରେ ଶୁଣିଥିବେ। ଏହି ପରିପ୍ରେକ୍ଷୀରେ, ଭାରତର ପ୍ରଧାନମନ୍ତ୍ରୀଙ୍କ ଦରମା କେତେ…

ବଢିଲା ଚାମେଲିଙ୍କ ଅଡୁଆ: ହାଇକୋର୍ଟ ଦେଲେ ଏମିତି ନିର୍ଦ୍ଦେଶ

କେନ୍ଦ୍ରାପଡା,୧୧।୮: କେନ୍ଦ୍ରାପଡ଼ା ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ବିରୋଧରେ ଅନାସ୍ଥା ପ୍ରସଙ୍ଗରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି। ନିର୍ବାଚନ ପ୍ରକ୍ରିୟା ଜାରି ରହିବ। ହେଲେ ବିନା ଅନୁମତିରେ…

ପିକଅପ୍‌-କାର ମୁହାଁମୁହିଁ ଧକ୍କା: ଚାଲିଗଲା ଅମିତାଙ୍କ ଜୀବନ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ମହିଳା…

NEET ବିରୋଧରେ ବିଜୟ ସରକାରଙ୍କ ବଡ଼ ପଦକ୍ଷେପ, ବିରୋଧୀ DMK କଲା ସମର୍ଥନ

ନୂଆଦିଲ୍ଲୀ, ୧୧।୮: ତାମିଲନାଡୁର ବିଜୟ ସରକାର ମଙ୍ଗଳବାର ବିଧାନସଭାରେ NEET ପରୀକ୍ଷାକୁ ଉଚ୍ଛେଦ କରିବା ଏବଂ ସ୍ନାତକସ୍ତରୀୟ ମେଡିକାଲ ପାଠ୍ୟକ୍ରମରେ ନାମଲେଖା ପାଇଁ ଦ୍ୱାଦଶ ଶ୍ରେଣୀର ନମ୍ବରକୁ…

ଜାପାନରୁ ଆସୁ ନେତାଜୀଙ୍କ ଅସ୍ଥି: ସୁପ୍ରିମକୋର୍ଟର ଦ୍ବାରସ୍ଥ ହେଲେ ସୁଭାଷ ଚନ୍ଦ୍ର ବୋଷଙ୍କ ଝିଅ, କେନ୍ଦ୍ରକୁ ନୋଟିସ୍!

ନୂଆଦିଲ୍ଲୀ,୧୧।୮: ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଅସ୍ଥିକୁ ଜାପାନର ଟୋକିଓ ସ୍ଥିତ ରେଙ୍କୋଜି ମନ୍ଦିରରୁ ଭାରତ ଆଣିବା ଦାବିକୁ ନେଇ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି…

ବିନାଶ କାଳେ ବିପରୀତ ବୁଦ୍ଧି.. କାହିଁକି ଏମିତି କହିଲେ ସୁନୀତା

ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କୁ ନିକଟରେ ମୁମ୍ବାଇ ବିମାନବନ୍ଦରରେ ଅଭିନେତ୍ରୀ କୋମଲ ରାଣୀ ସ୍ବର୍ଣ୍ଣକରଙ୍କ ସହ ଦେଖାଯାଇଥିଲା। ଆଗାମୀ ଚଳଚ୍ଚିତ୍ର ‘ରୂପା’ରେ ଗୋବିନ୍ଦାଙ୍କ ସହ-ଅଭିନେତ୍ରୀ ଭାବେ କୋମଲ…

ସ୍ବାସ୍ଥ୍ୟ ବୀମା ଯୋଜନାର ପରିବର୍ତ୍ତନକୁ ନେଇ ତେଜିଲା ବିରୋଧ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ଛତ୍ରପୁର,୧୧।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୋପବନ୍ଧୁ ସାମ୍ବାଦିକ ସ୍ବାସ୍ଥ୍ୟ ବୀମା ଯୋଜନାକୁ ଆୟୁଷ୍ମାନ ଭାରତ ଯୋଜନାରେ ପରିବର୍ତ୍ତନ କରିବା ପ୍ରକ୍ରିୟାକୁ ବିରୋଧ କରିଛି ଓଡ଼ିଶା ସାମ୍ବାଦିକ ସଂଘ (ଓଜେୟୁ)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri