ଏଣିକି ଅନ୍‌ଲାଇନରେ ବୁକ୍‌ କରିହେବ ଭକ୍ତନିବାସ

ପୁରୀ ଅଫିସ,୧୦ା୧୨: ଶ୍ରୀମନ୍ଦିର ପ୍ରଶାସନ ଅଧୀନରେ ଥିବା ଭକ୍ତନିବାସଗୁଡ଼ିକର ବୁକିଂ ପାଇଁ ଏକ ନୂଆ ୱେବ ଆପ୍ଲିକେଶନ୍‌ ଲୋକାର୍ପିତ ହୋଇଛି। ଶ୍ରୀମନ୍ଦିର ମୁଖ୍ୟ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଗୁରୁବାର ଲୋକାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ମୁଖ୍ୟ ଅତିଥି ଭାବେ ଜିଲାପାଳ ତଥା ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ସମର୍ଥ ବର୍ମା ଯୋଗଦେଇ ନୂଆ ଓ୍ବେବ ଆପ୍ଲିକେଶନ୍‌କୁ ଲୋକାର୍ପଣ କରିଛନ୍ତି। ଏହି ନୂତନ ଆପ୍ଲିକେଶନ୍‌ର ଆଡ୍ରେସ୍‌ ହେଉଛି- https://stayatpurijagannath.in।ଏହି ଆପ୍ଲିକେଶନ୍‌ ଜରିଆରେ ନୀଳାଦ୍ରି ଭକ୍ତନିବାସ, ଶ୍ରୀଗୁଣ୍ଡିଚା ଓ ନୀଳାଚଳ ଭକ୍ତ ନିବାସ ପାଇଁ ଅନ୍‌ଲାଇନରେ ରୁମ୍‌ ବୁକ୍‌ କରିହେବ। ପୂର୍ବରୁ ଭକ୍ତ ନିବାସରେ ବ୍ୟବସ୍ଥିତ ଭାବେ ଅନଲାଇନ୍‌ ବୁକିଂ ସୁବିଧା ନ ଥିବା ବେଳେ ଅଧିକାଂଶ ଲୋକେ ଅଫଲାଇନ୍‌ ଜରିଆରେ ଭକ୍ତନିବାସରେ ରହିବା ପାଇଁ ରୁମ୍‌ ବୁକ୍‌ କରୁଥିଲେ। ମାତ୍ର ବର୍ତ୍ତମାନ ନୂଆ ୱେବ ପୋର୍ଟାଲ ଜରିଆରେ ୩ମାସ ପୂର୍ବରୁ ଆଡଭାନ୍ସ ବୁକିଂ ମଧ୍ୟ କରାଯାଇପାରିବ। ସେହିଭଳି ଅଫଲାଇନ୍‌ କ୍ଷେତ୍ରରେ ୭ଦିନ ଭିତରେ ଆଡଭାନ୍ସ ବୁକିଂ କରାଯିବାର ବ୍ୟବସ୍ଥା ରହିଛି। ୩ଟି ଯାକ ଭକ୍ତନିବାସ ମଧ୍ୟରୁ ନୀଳାଦ୍ରିରେ ୧୧୨, ନୀଳାଚଳରେ ୬୪ ଓ ଶ୍ରୀଗୁଣ୍ଡିଚା ଭକ୍ତ ନିବାସରେ ୭୨ଟି ରୁମ୍‌କୁ ମିଶାଇ ସମୁଦାୟ ୨୫୦ଟି ରୁମ୍‌ ରହିଛି। ବିନା ଶୀତତାପ ନିୟନ୍ତ୍ରିତ କକ୍ଷ ବାବଦକୁ ଦିନ ପିଛା ୬୬୦ ଟଙ୍କା ଦର ସ୍ଥିର ହୋଇଥିବାବେଳେ ଶୀତତାପ ନିୟନ୍ତ୍ରିତ କକ୍ଷ ପାଇଁ ୧୨୫୪ ସହ ଜିଏସ୍‌ଟି କର ଦେବାକୁ ପଡ଼ୁଛି। ପୋର୍ଟାଲ ଲୋକାର୍ପଣ କାର୍ଯ୍ୟକ୍ରମରେ ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଅଜୟ କୁମାର ଜେନା, ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ ଏବଂ ଅନ୍ୟ ଅଧିକାରୀଙ୍କ ସମେତ ପରିଚାଳନା କମିଟି ସଦସ୍ୟମାନେ ଉପସ୍ଥିତ ଥିଲେ। ପୁରୀରେ ପର୍ଯ୍ୟଟକଙ୍କ ଆଗମନକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ନୂଆ ପୋର୍ଟାଲର ଶୁଭାରମ୍ଭ କରାଯାଇଛି। ମହାପ୍ରଭୁଙ୍କ ଦର୍ଶନ ଓ ପୁରୀ ଭ୍ରମଣ ପାଇଁ ଆସୁଥିବା ଲୋକେ ଭକ୍ତ ନିବାସରେ ରାତ୍ରୀଯାପନ କରିବାର ସୁବିଧା ନେବାକୁ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ନିବେଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ! ୩ ଘଣ୍ଟା ଚାଲିଲା ଟ୍ରମ୍ପ-ଜେଲେନସ୍କି ସାକ୍ଷାତ, ଜାଣନ୍ତୁ କ’ଣ କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୯।୧୨:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ବୈଠକ ୟୁକ୍ରେନ-ରୁଷିଆ ଯୁଦ୍ଧର ଅନ୍ତ ପାଇଁ...

ବିବାହ କରିବାକୁ ଯାଉଥିଲେ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ, ନଚେତ୍‌ ପରେ କରିବେ ପଶ୍ଚାତାପ

ବିବାହ ହେଉଛି ଜୀବନର ସବୁଠାରୁ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟରୁ ଗୋଟିଏ। ଏହା କେବଳ ଦୁଇଟି ଲୋକ ମଧ୍ୟରେ ସୀମିତ ସମ୍ପର୍କ ନୁହେଁ। ଦୁଇଟି...

କଂସ ବ୍ୟସ୍ତବିବ୍ରତ, ଆଜି ରଙ୍ଗସଭା

ମଥୁରାନଗରୀ/ଗୋପପୁର,୨୯ା୧୨ (ପ୍ରେମାନନ୍ଦ ଖମାରୀ:ରବିବାର ଥିଲା ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ପଞ୍ଚମ ଦିବସ। ଉଭୟ ମଥୁରାନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଚିତ୍ତାକର୍ଷକ ଥିଲା।...

ଫ୍ରେଞ୍ଚ ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କ ପରଲୋକ

ପ୍ୟାରିସ୍‌,୨୯ା୧୨:୫୦ ଦଶକରେ ଫ୍ରେଞ୍ଚ୍‌ ସିନେମାରେ ବିପ୍ଳବ ଆଣିବା ସହ ଯୌନ ଉଦାରତାର ପ୍ରତୀକ ପାଲଟିଥିବା ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୯୧ ବର୍ଷ...

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଖୋଲିଲା ଶିଖରଚଣ୍ଡୀ

ଭୁବନେଶ୍ୱର,୨୯ା୧୨: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଖୋଲିଲା ଶିଖରଚଣ୍ଡୀ ପୀଠ। ପାହାଡ଼ରୁ ଦନ୍ତା ବିଦା ହେବା ପରେ ଖୋଲିଛି ଶିଖରଚଣ୍ଡୀ ପୀଠ। ମା’ଙ୍କ ଦର୍ଶନ ସହ...

ପର କରିଦେଲେ ପୁଅ: ଅର୍ଦ୍ଧନିର୍ମିତ ଘରେ ଦୟନୀୟ ଜୀବନ କାଟୁଛନ୍ତି ବୃଦ୍ଧ ଦମ୍ପତି

ଲୋଇସିଂହା,୨୯ା୧୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ହୀରାପୁର ପଞ୍ଚାୟତ ଅଧୀନ ପନେସରା ଗ୍ରାମର ବୃଦ୍ଧ ଦମ୍ପତି ବିଜୁଳି ନାଏକ(୬୫), ସ୍ବାମୀ ସୁରଭି ନାଏକ(୭୦) ବେସାହାରା ହୋଇ...

ଟାଟା-ଏର୍ନାକୁଲମ୍‌ ଏକ୍ସପ୍ରେସ୍‌ରେ ହଠାତ୍‌ ଲାଗିଲା ନିଆଁ: ଜଳିଗଲା ୨ ବଗି

ଅମରାବତୀ,୨୯ା୧୨: ସୋମବାର ଆନ୍ଧ୍ରପ୍ରଦେଶର ୟେଲାମାଞ୍ଚିଲିରେ ଏକ ବଡ଼ ରେଳ ଦୁର୍ଘଟଣା ଘଟିଛି। ଟାଟା-ଏର୍ନାକୁଲମ ଏକ୍ସପ୍ରେସ୍‌ର B1 ଏବଂ M2 ବଗିରେ ହଠାତ୍‌ ନିଆଁ ଲାଗିଗଲା। ଅଗ୍ନିକାଣ୍ଡ...

ହନିମୁନ୍‌ ଅଧାରୁ ଫେରି ଆତ୍ମହତ୍ୟା କଲେ ନବଦମ୍ପତି: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ…

ବେଙ୍ଗାଲୁରୁ,୨୯ା୧୨:ବେଙ୍ଗାଲୁରୁର ଏକ ନବଦମ୍ପତି ପରସ୍ପରଠାରୁ ୧,୦୦୦ କି.ମି. ଦୂରରେ ଆତ୍ମହତ୍ୟା କରିଛନ୍ତି। ଗତ ଅକ୍ଟୋବର ୨୯ରେ ସୂରଜ ଶିବାନ୍ନା(୩୬) ବେଙ୍ଗାଲୁରୁରେ ଗାନ୍‌ଭିଙ୍କୁ ବିବାହ କରିଥିଲେ। ଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri