ରାଜ୍ୟ ସଭା କଂଗ୍ରେସ ପ୍ରାର୍ଥୀକୁ ନେଇ ଭକ୍ତଙ୍କ ବଡ଼ ଘୋଷଣା, ଲିଷ୍ଟରେ ରଖିଲେ ଏହି ୫ ଜଣଙ୍କ ନାଁ, ଜାଣନ୍ତୁ କିଏ…

ଭୁବନେଶ୍ୱର,୨୭।୨: ରାଜ୍ୟ ସଭା ନିର୍ବାଚନକୁ ନେଇ କସରତ ଚାଲିଛି। ଏହି ସମୟରେ ପିସିସି ସଭାପତି ଭକ୍ତ ଚରଣ ଦାସ ଦିଲ୍ଲୀ ଯାଇଛନ୍ତି। ଦିଲ୍ଲୀ ଯିବା ପୂର୍ବରୁ ଭକ୍ତ ଦାସ ବଡ଼ ସୂଚନା ଦେଇ କହିଛନ୍ତି, ୫ଟି ନାଁକୁ ନେଇ ଆଲୋଚନା ଚାଲିଛି। ରାଜ୍ୟର ଜଣେ ପ୍ରତିଭା ସମ୍ପନ୍ନ ବ୍ୟକ୍ତିଙ୍କୁ କଂଗ୍ରେସ ପ୍ରାର୍ଥୀ କରିବ। ସ୍ବାଧୀନ ଭାବେ ବିଜେଡି-କଂଗ୍ରେସ ସମର୍ଥନ କଲେ ଓଡ଼ିଶାର ସ୍ବାର୍ଥ ରହିବ।ହାଇକମାଣ୍ଡଙ୍କ ସହ କଥା ହେବାକୁ ଦିଲ୍ଲୀ ଯାଉଛି, ପ୍ରାର୍ଥୀ ଫାଇନାଲ ହେବ। ତାଲିକାରେ ପ୍ରଫେସର ପ୍ରଭାସ ପଟ୍ଟନାୟକ, ଆଇନଜୀବୀ ପିକେ ରାଏ, ଲଳିତ ମାନସିଂହ, ଡାକ୍ତର ସୁବ୍ରତ ଆଚାର୍ଯ୍ୟ ଓ ଦତ୍ତେଶ୍ୱର ହୋତାଙ୍କ ନାଁ ରହିଛି। ଆମେ ରାଜନୀତିରେ ଘୋଡ଼ା ବେପାର ବନ୍ଦ କରିବାକୁ ଚାହୁଁଛୁ ବୋଲି ଭକ୍ତ କହିଛନ୍ତି।

ସେପଟେ ଅପରାହ୍ନ ୫ଟାରେ ନବୀନଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ । ଏନେଇ ସମସ୍ତ ବିଜେଡି ବିଧାୟକଙ୍କୁ ନବୀନ ନିବାସ ଡାକରା ହୋଇଛି । ରାଜ୍ୟ ସଭା ନିର୍ବାଚନକୁ ନେଇ ମାନସମନ୍ଥନ ହେବା ନେଇ ଜଣାପଡୁଛି ।

ରାଜ୍ୟ ସଭା ନିର୍ବାଚନ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି । ଏହାରି ଭିତରେ ଗୁରୁବାର ସଂଧ୍ୟାରେ ବିଜେଡିର ପିଏସି ବୈଠକ ବସିଥିଲା । ତେବେ ପ୍ରାର୍ଥୀ କିଏ ହେବେ ସେନେଇ ବିଜେଡି ସୁପ୍ରିମୋ ନିଷ୍ପତ୍ତି ନେବେ ବୋଲି ପ୍ରମିଳା ମଲ୍ଲିକ କହିଥିଲେ । ତେବେ ଆଜି ନବୀନଙ୍କ ଅଧ୍ୟକ୍ଷତାରେ ବୈଠକ ବସିବାକୁ ଯାଉଛି । ଅପରାହ୍ନ ୫ଟାରେ ହେବାକୁ ଥିବା ବୈଠକରେ ସମସ୍ତ ବିଜେଡି ବିଧାୟକଙ୍କୁ ଉପସ୍ଥିତ ରହିବାକୁ କୁହାଯାଇଛି। ତେବେ ଆଗାମୀ ରାଜ୍ୟ ସଭା ନିର୍ବାଚନରେ ବିଜେଡି ପକ୍ଷରୁ କିଏ ପ୍ରାର୍ଥୀ ହେବେ ସେନେଇ ଆଜି ନିଷ୍ପତ୍ତି ହୋଇପାରେ ବୋଲି ଚର୍ଚ୍ଚା ହେଉଛି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସୋସିଆଲ ମିଡିଆରେ ପୋଷ୍ଟ କରି କହିଲେ ୪ଟି ଆସନରେ…

ନୂଆଦିଲ୍ଲୀ/ଭୁବନେଶ୍ୱର,୨୭ା୨: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଶୁକ୍ରବାର ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନୂଆଦିଲ୍ଲୀ ଭାଜପା ମୁଖ୍ୟାଳୟରେ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ଭେଟି ଓଡ଼ିଶାର ଦଳର…

ଏଥର ଚତୁର୍ଥ ଆସନ ଲଢ଼ିବ ବିଜେଡି, ସାରଦା ଜେନା କହିଲେ ବର୍ତ୍ତମାନ ଦଳର ସବୁ ବିଧାୟକ…

ଭୁବନେଶ୍ୱର,୨୭ା୨: ରାଜ୍ୟ ସଭା ନିର୍ବାଚନକୁ ନେଇ ବିଜେଡି ବିଧାୟକ ସାରଦା ଜେନା ଶୁକ୍ରବାର ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବିଜେଡି ଚତୁର୍ଥ ଆସନ ଲଢ଼ିବ।…

ଜନଶୁଣାଣିରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ଅଧାରୁ ସ୍ଥଗିତ ରହିଲା କାର୍ଯ୍ୟକ୍ରମ

ଜଳେଶ୍ୱର,୨୭ା୨(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ତହସିଲ ଅଧିନସ୍ଥ ସେଖସରେଇ (କ) ବାଲି ସୈରାତ ପାଇଁ ଆୟୋଜିତ ଜନଶୁଣାଣି ରଣକ୍ଷେତ୍ରରେ ପରିଣତ ହୋଇଛି। ବାଲି ଖନନ ପାଇଁ…

ଶିକ୍ଷକଙ୍କ ଘର ତାଲା ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ

ଗୁଡ଼ାରି,୨୭ା୨(ପ୍ରମୋଦ କୁମାର ପତି): ଦୀର୍ଘଦିନର ବ୍ୟବଧାନ ପରେ ଗୁଡ଼ାରି ସହରରେ ଚୋରି ଦେଖିବାକୁ ମିଳିଛି। ସହରର ୯ ନମ୍ବର ଓ୍ବାର୍ଡ ତଥା ଶ୍ରୀରାମ ନଗରରେ ବାସ କରୁଥିବା…

କୋଲକାତାରେ ଶକ୍ତିଶାଳୀ ଭୂକମ୍ପ ଝଟ୍‌କା, ଭୟରେ ଘରୁ ବାହାରି ଆସିଲେ ଲୋକେ

କୋଲକାତା,୨୭।୨: କୋଲକାତାରେ ଶକ୍ତିଶାଳୀ ଭୂକମ୍ପ । ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ଅପରାହ୍ନ ପ୍ରାୟ ୧ଟା୨୦ ସମୟରେ ଭୂମିକମ୍ପ ହୋଇଥିଲା। କୋଲକାତା…

ଲାଞ୍ଚ ନେଇ ଧରାପଡ଼ିଲେ ଆର୍‌ଆଇ, ପଟ୍ଟା ସଂଶୋଧନ କରିବାକୁ ନେଉଥିଲେ…

ରାଜନଗର,୨୭ା୨(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ତହସିଲ ଅନ୍ତର୍ଗତ କୋରଡ଼ାଗଡ଼ ସର୍କଲ ରାଜସ୍ବ ନିରୀକ୍ଷକ ପ୍ରଦ୍ୟୁମ୍ନ କୁମାର ବେହେରା ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି। ଏକ ପଟ୍ଟାକୁ ସଂଶୋଧନ…

ବିୟୁଟିପାର୍ଲରରେ ଲାଗିଲା ଭୟଙ୍କର ନିଆଁ, ଧୂଆଁ ଦେଖି…

ବୌଦ୍ଧ,୨୭ା୨(ଅଜିତ କୁମାର ବାରିକ): ବୌଦ୍ଧ ସହରର ଖାଲିଆ ବଗିଚାଠାରେ ଏକ ବିୟୁଟିପାର୍ଲରରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ସମ୍ପତ୍ତି ନଷ୍ଟ ହୋଇଥିବା ଜଣାପଡ଼ିଛି। ସୂଚନା ମୁତାବକ ଖାଲିଆ…

1 March new Rule: ପହିଲାରୁ ବଦଳିଯିବ ଏହି ୫ ନିୟମ, ସିଧାସଳଖ ଆପଣଙ୍କ ପକେଟ ଉପରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୨୭।୨: ପ୍ରତି ମାସର ପ୍ରଥମ ଦିନ କିଛି ନୂଆ ଜିନିଷ ଆଣିଥାଏ, କିନ୍ତୁ ୧ ମାର୍ଚ୍ଚ, ୨୦୨୬ରୁ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ହେବ। ଏଥର, ପରିବର୍ତ୍ତନଗୁଡ଼ିକ କେବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri