ମୋକିମଙ୍କ ଚିଠିକୁ ନେଇ ମୁହଁ ଖୋଲିଲେ ଭକ୍ତ ଦାସ, କହିଲେ ଯେଉଁମାନେ ଭାଜପା ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୧୪ା୧୨: କଂଗ୍ରେସର ସୋନିଆ ଗାନ୍ଧୀଙ୍କୁ ପୂର୍ବତନ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ ଚିଠି ଲେଖିବା ପ୍ରସଙ୍ଗରେ ନୂଆଦିଲ୍ଲୀରେ ମୁହଁ ଖୋଲିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ସେ କହିଛନ୍ତି, ଯେଉଁମାନେ ଭାଜପା ସମ୍ପର୍କରେ ଅଛନ୍ତି ଶୀଘ୍ର ଚାଲିଯିବା ଦରକାର। ରାହୁଲ ଗାନ୍ଧୀ ଓ ମଲ୍ଲିକାର୍ଜୁନ ଖାର୍ଗେ ଦଳକୁ ଆଗକୁ ନେଉଛନ୍ତି। କଂଗ୍ରେସ ନେତୃତ୍ୱ ଉପରେ ପ୍ରଶ୍ନ ଉଠାଇବା ଠିକ୍‌ ନୁହେଁ ବୋଲି ଭକ୍ତ କହିଛନ୍ତି।

ସୋନିଆଙ୍କୁ ଚିଠି ଲେଖି ମୋକିମ ରାହୁଲ ଓ ଖାର୍ଗେଙ୍କ ନେତୃତ୍ୱ ଉପରେ ପ୍ରଶ୍ନ ଉଠାଇଥିଲେ।

ମୋକିମ୍ କହିଥିଲେ, ସେ କାହା ବିରୋଧରେ କିଛି କହିବେ ନାହିଁ। ମାତ୍ର ସେ ‘ମୁଣ୍ଡରେ କଫନ୍‌ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛନ୍ତି’ ଏବଂ ‘ଯାହା କରୁଛି ସବୁ ଭୁଲ ଓ ଠିକ୍‌ ମୋର’।

ମୋକିମ୍‌ ବାରମ୍ବାର ନିର୍ବାଚନ ହାରୁଥିବା ବରିଷ୍ଠ ନେତାମାନଙ୍କୁ ପଦପଦବୀ ନ ନେଇ ‘ମାର୍ଗଦର୍ଶକ’ ହେବାକୁ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି, ଯୁବକଙ୍କୁ ନେତୃତ୍ୱ ଦେବା ପାଇଁ ବାଟ ଛାଡ଼ନ୍ତୁ। କଂଗ୍ରେସକୁ ପୁନର୍ଜୀବନ ଦରକାର ଥିବାରୁ ‘ପାରଦର୍ଶିତା ଓ ଯୋଗ୍ୟତା ଆଧାରରେ ନିଯୁକ୍ତି’ ସହ ଯୁବ ନେତୃତ୍ୱ ଆବଶ୍ୟକ।

ତିନି ଥର ଲୋକସଭା ନିର୍ବାଚନ ହାରିଥିବା ଭକ୍ତ ଦାସଙ୍କୁ ୨୦୨୫ ରେ ନେତୃତ୍ୱ ମିଳିଛି। ନୂଆପଡ଼ା ଉପନିର୍ବାଚନରେ କଂଗ୍ରେସ ତାଙ୍କ ନେତୃତ୍ୱରେ ୮୩ ହଜାର ଭୋଟ୍‌ରେ ହାରିଥିବା ଓ ତାଙ୍କ ସଂସଦୀୟ କ୍ଷେତ୍ରର କର୍ମୀ ତାଙ୍କୁ ବିଶ୍ୱାସ ନ କରୁଥିବା ଯୋଗୁ ଓଡ଼ିଶାରେ କଂଗ୍ରେସକୁ ନେତୃତ୍ୱ ଦେବା ‘ଅସମ୍ଭବ ବ୍ୟାପାର’। ସେହିପରି ୨୦୨୪ରେ କଂଗ୍ରେସ ସର୍ବନିମ୍ନ ୧୩% ଭୋଟ ପାଇଲା ଏବଂ ନିଜେ ଶରତ ପଟ୍ଟନାୟକ ନିର୍ବାଚନରେ ଅମାନତ ହରାଇଥିଲେ।

ସେ ଆହୁରି କହିଥିଲେ ଯେ, ବିଧାୟକ ଥିବାବେଳେ ୩ ବର୍ଷ ଅପେକ୍ଷା କରି ମଧ୍ୟ ସେ ରାହୁଲଙ୍କୁ ଦେଖା କରିପାରିନଥିଲେ। ରାହୁଲ ‘କୋଟେରୀ ଗ୍ରୁପ୍‌’ରୁ ନ ବାହାରିଲେ ଠିକ୍ ନିଷ୍ପତ୍ତି ନେଇପାରିବେ ନାହିଁ। ‘ଭାରତ ଯୋଡ଼ ଯାତ୍ରା’ ବେଳେ ରାହୁଲ ୩ ରାତି ଓଡ଼ିଶାରେ ରହି ମଧ୍ୟ ତୃଣମୂଳ କର୍ମୀଙ୍କୁ ଭେଟି ନ ଥିବାରୁ ମୋକିମ୍‌ ନିରାଶା ପ୍ରକାଶ କରିଛନ୍ତି।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ବଢିପାରେ ସ୍କୁଲ ଛୁଟି ଅବଧି! ରାଜ୍ୟ ସରକାର ନେବେ ବଡ଼ ନିଷ୍ପତ୍ତି…

ଭୁବନେଶ୍ୱର,୧୬।୬: ମୌସୁମୀରେ ପ୍ରତିବନ୍ଧକ ସାଜୁଛି କି ଏଲ ନି ନୋ?  କେବଳ ରାଜ୍ୟ ନୁହେଁ ସାରା ଦେଶରେ ଏଭଳି ସ୍ଥିତି ।ଏବେ ବି ଦିନରେ ଖରା ଗରମ…

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri