ଆଦର୍ଶ ସ୍କୁଲ ଭାବେ ବିକଶିତ ହେବ ବାହାନଗା ବିଦ୍ୟାଳୟ

ବାଲେଶ୍ୱର ଅଫିସ/ଭୁବନେଶ୍ୱର, ୧୦ା୬(ବ୍ୟୁରୋ): ବାଲେଶ୍ୱର ଜିଲା ବାହାନଗା ହାଇସ୍କୁଲ ତଥା ସ୍କୁଲ ପରିସରରେ ଥିବା ପ୍ରାଥମିକ ଓ ଏଲିମେଣ୍ଟାରୀ ସ୍କୁଲ ସମ୍ପୂର୍ଣ୍ଣ ଭଙ୍ଗାଯାଇ ୫-ଟି ଉପକ୍ରମରେ ଏହାର ପୁନଃନିର୍ମାଣ କରାଯିବ। ଏହାକୁ ଏକ ଆଦର୍ଶ ସ୍କୁଲ ଭାବରେ ଗଢ଼ିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଏହି କ୍ରମରେ ଶୁକ୍ରବାର ବାହାନଗା ହାଇସ୍କୁଲ ଘର ଭଙ୍ଗା କାର୍ଯ୍ୟ ଆରମ୍ଭ ହୋଇଛି। ଆଜବେଷ୍ଟସ୍‌ ଛପର ଖୋଲାଯିବା ସହ କାନ୍ଥ ଭାଙ୍ଗିବା ଆରମ୍ଭ ହୋଇଛି। ସ୍ଥାନୀୟ ତହସିଲଦାର ଓ ପୋଲିସ ଉପସ୍ଥିତିରେ ଏହି କାର୍ଯ୍ୟ ଚାଲିଛି। ବାଲେଶ୍ୱର ଜିଲା ବାହାନଗା ନିକଟରେ ଗତ ୨ତାରିଖ ସନ୍ଧ୍ୟାରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣା ମୃତକମାନଙ୍କୁ ସାମୟିକ ଭାବେ ନିକଟସ୍ଥ ବାହାନଗା ହାଇସ୍କୁଲରେ ଥିବା ପୁରୁଣା ଆଜବେଷ୍ଟସ୍‌ ଘରେ ରଖାଯାଇଥିଲା। ଉକ୍ତ ଗୃହଗୁଡ଼ିକ ଅତିରିକ୍ତ ଶ୍ରେଣୀଗୃହ ସହ ଡାଇନିଂ ହଲ୍‌ ଥିଲା। ମୃତଦେହ ରଖାଯାଇଥିବା କାରଣରୁ ଚାରିଆଡ଼େ ରକ୍ତର ଛିଟା ପଡ଼ିବା ସହ ଡେସ୍କ ଓ ବେଞ୍ଚରେ ମଧ୍ୟ ରକ୍ତ ଲାଗିଥିବା ଦେଖିବାକୁ ମିଳିଥିଲା। ପରବର୍ତ୍ତୀ ସମୟରେ ମୃତଦେହଗୁଡିକୁ ଅନ୍ୟତ୍ର ନିଆଯାଇ ସ୍କୁଲ ବିଶୋଧନ କରାଯାଇଥିଲେ ମଧ୍ୟ ଶିକ୍ଷୟିତ୍ରୀଶିକ୍ଷକଙ୍କଠାରୁ ଆରମ୍ଭ କରି ସ୍କୁଲ ପରିଚାଳନା କମିଟିର ସଦସ୍ୟମାନେ ଉକ୍ତ ଶ୍ରେଣୀଗୃହକୁ ପ୍ରବେଶ କରିବାକୁ ଭୟ କରୁଥିଲେ। ଅଳ୍ପଦିନ ପରେ ସ୍କୁଲ ଖୋଲିଲେ ଛାତ୍ରୀଛାତ୍ରମାନେ ବିଦ୍ୟାଳୟକୁ ଆସିବେ ଏବଂ କିପରି ପାଠ ପଢ଼ିବେ ସେନେଇ ଆଶଙ୍କା ଥିଲା। ଏ ସମ୍ପର୍କରେ ସ୍କୁଲ ପରିଚାଳନା କମିଟି ପ୍ରଶାସନକୁ ଜଣାଇବା ପରେ ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ଶିନ୍ଦେ, ଗୁରୁବାର ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ସହ ଆଲୋଚନା କରି ବାହାନଗା ହାଇସ୍କୁଲ ପରିଦର୍ଶନ କରିଥିଲେ। ଏହାପରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ, ସ୍କୁଲ ଓ ଗଣଶିକ୍ଷା ସଚିବ ଏସ୍‌. ଅଶ୍ୱସ୍ତି ଶୁକ୍ରବାର ଭିଡିଓ କନ୍‌ଫରେନ୍ସ ଯୋଗେ ବାଲେଶ୍ୱର ଜିଲାପାଳ, ସ୍କୁଲ ପରିଚାଳନା କମିଟିର ସଦସ୍ୟବୃନ୍ଦ, ପଞ୍ଚାୟତ ପ୍ରତିନିଧି, ଶିକ୍ଷୟିତ୍ରୀ ଶିକ୍ଷକ, ଛାତ୍ରୀଛାତ୍ର ଓ ପୁରାତନ ଛାତ୍ରୀଛାତ୍ରମାନଙ୍କ ସହ ଆଲୋଚନା କରିଥିଲେ। ସ୍କୁଲର ୨ଜଣ ଛାତ୍ରୀଛାତ୍ର ଅଷ୍ଟମ ଶ୍ରେଣୀର ପ୍ରିୟଙ୍କା ବେହେରା ଓ ଷଷ୍ଠ ଶ୍ରେଣୀର ସୁମନ ସାହୁ ସ୍କୁଲର ବିକାଶ ବିଷୟରେ ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ସହ ମତ ବିନିମୟ କରିଥିଲେ ଓ ସ୍କୁଲର ବିକାଶ ସମ୍ପର୍କରେ ପ୍ରସ୍ତାବ ଦେଇଥିଲେ। ପିଲାମାନଙ୍କର ମତାମତ ତଥା ଆବଶ୍ୟକତାକୁ ଦୃଷ୍ଟିରେ ରଖି ସ୍କୁଲର ବିକାଶ ଯଥା କଂକ୍ରିଟ ଛାତ, ଶ୍ରେଣୀ ଗୃହ, ଖେଳ ପଡ଼ିଆ, ପାଚେରି ଆଦି ସୁବିଧା ସୁଯୋଗର ବିକାଶ ପାଇଁ ନିଷ୍ପତ୍ତି କରାଯାଇଥିଲା। ଏ ସଂକ୍ରାନ୍ତରେ ୧୫ ଦିନ ମଧ୍ୟରେ ବିସ୍ତୃତ ଯୋଜନା ପ୍ରସ୍ତୃତି କରି ରିପୋର୍ଟ ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri