Posted inଜାତୀୟ

ଭଣ୍ଡବାବାଙ୍କ ୨୦ ସ୍ତ୍ରୀଙ୍କ ମଧ୍ୟରେ ନିଜ ଝିଅ

ନ୍ୟୁୟର୍କ,୮।୧୨: କେତେଜଣ ଅନ୍ଧ ଅନୁଗାମୀଙ୍କୁ ନେଇ ନିଜକୁ ନିଜେ ବାବା ବୋଲାଉଥିଲେ। ଯୌନ ପିପାସା ମେଣ୍ଟାଇବା ପାଇଁ ବହୁ ବିବାହ କଲେ। ତାଙ୍କ ୨୦ ସ୍ତ୍ରୀଙ୍କ ମଧ୍ୟରୁ ଜଣେ ହେଉଛନ୍ତି ଭଣ୍ଡବାବାଙ୍କ ନିଜ ନାବାଳିକା ଝିଅ। ଏହି ୪୬ ବର୍ଷୀୟ ଆତ୍ମଘୋଷିତ ଧର୍ମଗୁରୁ ଏବେ ପୋଲିସ ହାଜତରେ।

ଆରିଜୋନାରେ ସାମୁଏଲ ରେପ୍ପିଲି ବେଟ୍‌ମ୍ୟାନ ନାମକ ଜଣେ ଭଣ୍ଡବାବା ଗିରଫ ହୋଇଛନ୍ତି। ସେ ୨୦ ଜଣଙ୍କୁ ବିବାହ କରିଥିବା ଅଭିଯୋଗ ରହିଛି। ତାଙ୍କ ସ୍ତ୍ରୀମାନଙ୍କ ମଧ୍ୟରୁ ୧୫ ଜଣ ନାବାଳିକା। ଏପରିକି ଜଣଙ୍କ ବୟସ ୯ ବର୍ଷ। ଶେଷରେ ବାବା ନିଜ ଝିଅକୁ ବି ଛାଡ଼ି ନାହାନ୍ତି। ସେମାନଙ୍କୁ ସେ ଅନୈତିକ କାର୍ଯ୍ୟରେ ନିୟୋଜିତ କରୁଥିଲେ। ଫେଡେରାଲ ବ୍ୟୁରୋ ଅଫ୍‌ ଇନ୍‌ଭେଷ୍ଟିଗେଶନ୍‌ (ଏଫ୍‌ବିଆଇ) ଏହି କାରନାମା ଉପରୁ ପରଦା ହଟାଇବା ପରେ ଭଣ୍ଡବାବାଙ୍କୁ ନେଇ ସବୁଠି ଚର୍ଚ୍ଚା ଲାଗି ରହିଛି।

ଯିଶୁଙ୍କ ନାଁରେ ଯୌନ ବ୍ୟଭିଚାର କରୁଥିବା ସାମୁଏଲଙ୍କୁ ଜଣେ ସଂଘୀୟ ଏଜେଣ୍ଟ ଧରିବାରେ ସକ୍ଷମ ହୋଇଛନ୍ତି। ମାମଲା ବିଚାରାଧୀନ ଥିବାଯାଏ ତାଙ୍କୁ ହାଜତରେ ରଖିବା ପାଇଁ ମାଜିଷ୍ଟ୍ରେଟ୍‌ ଜଜ୍‌ କେମିଲେ ବାଇବଲ୍ସ ନିର୍ଦ୍ଦେଶ ଦେଇଛନ୍ତି। ୨୦୧୯ରେ ସାମୁଏଲ ୫୦ ଅନୁଗାମୀଙ୍କୁ ଠୁଳ କରିବା ପରେ ସେମାନଙ୍କ ଗୁରୁ ପାଲଟିଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

ବରଗଡକୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ବିଜେଡି କଲା ବଡ଼ ଦାବି: ଦେଲା ଚେତାବନୀ, ସମସ୍ୟାର ସମାଧାନ ନ ହେଲେ…

ବରଗଡ ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ଜ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ବରଗଡ଼ ମଥୁରାନଗରୀ ପାଲଟିଛି । ମଙ୍ଗଳବାର ସମ୍ଭବତଃ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri