Posted inଜାତୀୟ

ଭଣ୍ଡବାବାଙ୍କ ୨୦ ସ୍ତ୍ରୀଙ୍କ ମଧ୍ୟରେ ନିଜ ଝିଅ

ନ୍ୟୁୟର୍କ,୮।୧୨: କେତେଜଣ ଅନ୍ଧ ଅନୁଗାମୀଙ୍କୁ ନେଇ ନିଜକୁ ନିଜେ ବାବା ବୋଲାଉଥିଲେ। ଯୌନ ପିପାସା ମେଣ୍ଟାଇବା ପାଇଁ ବହୁ ବିବାହ କଲେ। ତାଙ୍କ ୨୦ ସ୍ତ୍ରୀଙ୍କ ମଧ୍ୟରୁ ଜଣେ ହେଉଛନ୍ତି ଭଣ୍ଡବାବାଙ୍କ ନିଜ ନାବାଳିକା ଝିଅ। ଏହି ୪୬ ବର୍ଷୀୟ ଆତ୍ମଘୋଷିତ ଧର୍ମଗୁରୁ ଏବେ ପୋଲିସ ହାଜତରେ।

ଆରିଜୋନାରେ ସାମୁଏଲ ରେପ୍ପିଲି ବେଟ୍‌ମ୍ୟାନ ନାମକ ଜଣେ ଭଣ୍ଡବାବା ଗିରଫ ହୋଇଛନ୍ତି। ସେ ୨୦ ଜଣଙ୍କୁ ବିବାହ କରିଥିବା ଅଭିଯୋଗ ରହିଛି। ତାଙ୍କ ସ୍ତ୍ରୀମାନଙ୍କ ମଧ୍ୟରୁ ୧୫ ଜଣ ନାବାଳିକା। ଏପରିକି ଜଣଙ୍କ ବୟସ ୯ ବର୍ଷ। ଶେଷରେ ବାବା ନିଜ ଝିଅକୁ ବି ଛାଡ଼ି ନାହାନ୍ତି। ସେମାନଙ୍କୁ ସେ ଅନୈତିକ କାର୍ଯ୍ୟରେ ନିୟୋଜିତ କରୁଥିଲେ। ଫେଡେରାଲ ବ୍ୟୁରୋ ଅଫ୍‌ ଇନ୍‌ଭେଷ୍ଟିଗେଶନ୍‌ (ଏଫ୍‌ବିଆଇ) ଏହି କାରନାମା ଉପରୁ ପରଦା ହଟାଇବା ପରେ ଭଣ୍ଡବାବାଙ୍କୁ ନେଇ ସବୁଠି ଚର୍ଚ୍ଚା ଲାଗି ରହିଛି।

ଯିଶୁଙ୍କ ନାଁରେ ଯୌନ ବ୍ୟଭିଚାର କରୁଥିବା ସାମୁଏଲଙ୍କୁ ଜଣେ ସଂଘୀୟ ଏଜେଣ୍ଟ ଧରିବାରେ ସକ୍ଷମ ହୋଇଛନ୍ତି। ମାମଲା ବିଚାରାଧୀନ ଥିବାଯାଏ ତାଙ୍କୁ ହାଜତରେ ରଖିବା ପାଇଁ ମାଜିଷ୍ଟ୍ରେଟ୍‌ ଜଜ୍‌ କେମିଲେ ବାଇବଲ୍ସ ନିର୍ଦ୍ଦେଶ ଦେଇଛନ୍ତି। ୨୦୧୯ରେ ସାମୁଏଲ ୫୦ ଅନୁଗାମୀଙ୍କୁ ଠୁଳ କରିବା ପରେ ସେମାନଙ୍କ ଗୁରୁ ପାଲଟିଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri