ବାହାନଗା ସ୍କୁଲ୍‌: ଭୂତ ଭୟରେ କମିଲା ଉପସ୍ଥାନ

ବାହାନଗା,୨୨ା୬(ଅରୂପ କୁମାର ଦାସ)ବାହାନଗା ଟ୍ରେନ ଦୁର୍ଘଟଣାକୁ ବୁଧବାର ପୂରିଛି ୧୯ଦିନ। ଉଦ୍ଧାର କାର୍ଯ୍ୟ ଲାଗି ବାହାନଗାବାସୀ ଚାରିଆଡ଼େ ପ୍ରଶଂସା ସାଉଁଟୁଛନ୍ତି। ଦୁର୍ଘଟଣାରେ ପ୍ରାଣ ହରାଇଥିବା ଯାତ୍ରୀମାନଙ୍କୁ ବାହାନଗା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ରଖାଯାଇଥିଲା। ସ୍କୁଲ ଶବ ଗୃହ ପାଲଟିଥିବା ହେତୁ ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ ଭୂତ ଭୟ ଲାଗି ରହିଥିଲା। ଶିକ୍ଷୟିତ୍ରୀ, ଶିକ୍ଷକ ଓ ଅଭିଭାବକଙ୍କ ମଧ୍ୟରେ ଭୟର ବାତାବରଣ ଦେଖାଦେଇଥିଲା। ଏନେଇ ଗଣମାଧ୍ୟମରେ ଖବର ପ୍ରସାରଣ ହେବାପରେ ଏସଏମ୍‌ସି କମିଟି ଓ ଜିଲାପାଳଙ୍କ ସହଯୋଗିତାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ୫-ଟି ସଚିବ ଭି.କେ ପାଣ୍ଡିଆନ ଭିଡିଓ କନଫରେନ୍ସ ମାଧ୍ୟମରେ ଶବ ରଖାଯାଇଥିବା ଶ୍ରେଣୀଗୃହ ସହିତ ବାରଣ୍ଡାଗୁଡିକ ଭଙ୍ଗାଯାଇ ନୂତନ ଗୃହ ନିର୍ମାଣ କରାଯିବା ଲାଗି ପ୍ରତିଶ୍ରୁତି ଦେଇଥିଲେ। ହେଲେ ଏପର୍ଯ୍ୟନ୍ତ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇପାରିନି। ବୁଧବାର ବିଦ୍ୟାଳୟ ଖୋଲିଛି। ଏହି ବିଦ୍ୟାଳୟରେ ମୋଟ ୫୬୫ଜଣ ଛାତ୍ରୀଛାତ୍ର ପଢ଼ୁଥିବାବେଳେ ପ୍ରଥମ ଦିନରେ ଉପସ୍ଥାନ କମ୍‌ଥିଲା। ଛାତ୍ରୀଛାତ୍ରମାନେ ଆଶଙ୍କା ମଧ୍ୟରେ ବିଦ୍ୟାଳୟକୁ ଆସିଥିଲେ। ମୋଟ ୧୧୨ଜଣ ଛାତ୍ରୀଛାତ୍ର ଯୋଗ ଦେଇଥିଲେ। ବାଲେଶ୍ୱର ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ଶିନ୍ଦେ ପହଞ୍ଚି ଛାତ୍ରୀଛାତ୍ରଙ୍କ ମନରେ ଥିବା ଭୟକୁ ଦୂର କରିବା ପାଇଁ ମାନସିକ ବିକାଶର ଅଗ୍ରଗତି ଦିଗରେ ଆଲୋଚନା କରିଥିଲେ। ଜିଲା ଶିକ୍ଷାଧିକାରୀ(ଡିଇଓ) ବିଷ୍ଣୁ ଚରଣ ସୂତାର ଛାତ୍ରୀଛାତ୍ରଙ୍କ ମଧ୍ୟରେ ବିଭିନ୍ନ, ଗଳ୍ପ, କାବ୍ୟ, କବିତା ଆଦି ଆଲୋଚନା କରି ପିଲାମାନଙ୍କ ମନରୁ ଭୟ ଦୂର କରିବାକୁ ପ୍ରୟାସ କରିଥିଲେ। ବାହାନଗା ବିଡିଓ ଗୌରାଙ୍ଗ ଚରଣ ଘୋଷ ପ୍ରମୁଖ ପିଲାମାନଙ୍କୁ ବୁଝାଶୁଝା କରିବା ସହିତ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଦିବଙ୍ଗତଙ୍କ ଉଦ୍ଦେଶ୍ୟରେ ନୀରବ ପ୍ରାର୍ଥନା କରିବା ସହିତ ଶୋକସଭା କରାଯାଇଥିଲା। ଶେଷରେ ନୂତନ କରି ଶ୍ରେଣୀଗୃହକୁ ପ୍ରବେଶ କରିବା ପୂର୍ବରୁ ପୂଜାର୍ଚ୍ଚନା କରାଯାଇ ଶ୍ରେଣୀଗୃହକୁ ଛାତ୍ରୀଛାତ୍ରମାନେ ପ୍ରବେଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri