ବାହାନଗା ଟ୍ରେନ୍‌ ଦୁର୍ଘଟଣା: ୭ ରେଳ କର୍ମଚାରୀ ନିଲମ୍ବିତ

ବାଲେଶ୍ୱର,୧୨ା୭(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ବାହାନଗା ଟ୍ରେନ୍‌ ଦୁର୍ଘଟଣା ଘଟଣାରେ ୭ଜଣ ରେଳ କର୍ମଚାରୀଙ୍କୁ ନିଲମ୍ବନ କରାଯାଇଛି। ଏନେଇ ବାଲେଶ୍ୱର ଗସ୍ତରେ ଆସିଥିବା ଦକ୍ଷିଣ ପୂର୍ବ ରେଳବାଇର ମହାପ୍ରବନ୍ଧକ (ଜିଏମ୍‌) ଅନୀଲ କୁମାର ମିଶ୍ରା ବୁଧବାର ରେଳଷ୍ଟେଶନ ପରିସରରେ ସୂଚନା ଦେଇଛନ୍ତି। ନିଲମ୍ବିତ ହୋଇଥିବା କର୍ମଚାରୀଙ୍କ ମଧ୍ୟରେ ସିବିଆଇ ଗିରଫ କରିଥିବା ୩ଜଣ କର୍ମଚାରୀ ଅଛନ୍ତି। ଏଥିସହିତ ଷ୍ଟେଶନମାଷ୍ଟର, ଟ୍ରାଫିକ ଇନ୍ସପେକ୍ଟର ଓ ୨ ଜଣ ଟେକ୍ନିକାଲ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି। ଏହି କର୍ମଚାରୀମାନେ ସତର୍କ ହୋଇଥିଲେ ଏତେବଡ଼ ଦୁର୍ଘଟଣାକୁ ଏଡ଼ାଇ ହୋଇପାରିଥାନ୍ତା। କାର୍ଯ୍ୟରେ ଅବହେଳା କରିଥିବା ନେଇ ସେମାନଙ୍କୁ ନିଲମ୍ବନ କରାଯାଇଛି। ସିବିଆଇ ଘଟଣାର ତଦନ୍ତ ଜାରି ରଖିଛି।

ବୁଧବାର ଭଦ୍ରକରୁ ଖଡ଼ଗପୁର ଇନ୍ସପେକ୍ସନ ପାଇଁ ଆସିଥିଲେ ଦକ୍ଷିଣ ପୂର୍ବ ରେଳବାଇର ଜିଏମ୍‌ ମିଶ୍ରା। ସେ ପ୍ରଥମେ ବାହାନଗା ଷ୍ଟେଶନ ପରିଦର୍ଶନ କରିବା ସହ ସେଠାରେ ଦୁର୍ଘଟଣା ପରେ ସୁଧୁରିଥିବା ସ୍ଥିତିକୁ ଅନୁଧ୍ୟାନ କରିଥିଲେ। ଷ୍ଟେଶନ ପରିସରରେ ଦାୟିତ୍ୱରେ ଥିବା ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ବାହାନଗା ଷ୍ଟେଶନ ନିକଟ ଲେଭଲକ୍ରସିଂ ନିକଟରେ ଘଟିଥିବା ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଥିଲେ। ପରେ ଉଦ୍‌ଘାଟନ ଅପେକ୍ଷାରେ ଥିବା ନୀଳଗିରିର ଗୋପୀନାଥପୁର ଷ୍ଟେଶନ ପରିଦର୍ଶନ କରି ସେଠାକାର ସ୍ଥିତିକୁ ଅନୁଧ୍ୟାନ କରିଥିଲେ। ଦୁର୍ଘଟଣାରେ ସିଆରଏସ୍‌ ତଦନ୍ତ କରି ଫେରିଥିବା ବେଳେ ବର୍ତ୍ତମାନ ସିବିଆଇ ତଦନ୍ତ ଜାରି ରହିଛି। ଏହି ଦୁର୍ଘଟଣା ପରେ ସିବିଆଇ ଦାୟିତ୍ୱରେ ଗୁରୁତର ଅବହେଳା ଲାଗି ଏବେ ୩ ଜଣ ଅଧିକାରୀଙ୍କୁ ଗିରଫ କରିଛି। ଏଥିସହ ଦୁଇ ଜଣଙ୍କୁ ପୁଣି ସମନ କରିଛି। ବର୍ତ୍ତମାନ ସୁଦ୍ଧା ୭ଜଣଙ୍କୁ ରେଳବାଇ ପକ୍ଷରୁ ନିଲମ୍ବନ କରାଯାଇଛିି। ଅନ୍ୟପକ୍ଷରେ ବାହାନଗା ରେଳ ଦୁର୍ଘଟଣାରେ ସିବିଆଇ ଷ୍ଟେଶନମାଷ୍ଟରଙ୍କୁ ହାଜର ପାଇଁ ସମନ ଜାରି କରିଥିବା ବେଳେ ସେ ହାଜର ହୋଇନାହାନ୍ତି। ପୂର୍ବରୁ ଗିରଫ କରାଯାଇଥିବା ୩ ଅଭିଯୁକ୍ତ ସିଗନାଲ ସିନିୟର ସେକ୍ସନ ଇଞ୍ଜିନିୟର ଅରୁଣ ମହାନ୍ତ, ସେକ୍ସନ ଇଞ୍ଜିନିୟର ମହମ୍ମଦ ଅମିର ଖାଁ ଓ ଟେକ୍ସିସିଆନ ପପୁ କୁମାରଙ୍କୁ ପୁଣିଥରେ ରିମାଣ୍ଡରେ ଆଣିଛି ସିବିଆଇ।


Enter your email to get our daily news in your inbox.

All Right Reserved By Dharitri.Com

ତାରାତାରିଣୀ ମନ୍ଦିର ନିକଟ ହୋଟେଲରୁ ମିଳିଲା ଯୁବକଙ୍କ ମୃତଦେହ: ବଢୁଛି ସନ୍ଦେହ

ପୁରୁଷୋତ୍ତମପୁର,୧।୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀ ମନ୍ଦିର ନିକଟରେ ଥିବା ଏକ ହୋଟେଲ ଲକ୍ଷ୍ମୀପ୍ରିୟା ନିକଟରୁ ବୁଧବାର ସକାଳେ ଯୁବକଙ୍କ ମୃତଦେହ…

ମନର ବିଜୟରେ ଜଗତ ବିଜୟ ସମ୍ଭବ: ସକରାତ୍ମକ ତତ୍ତ୍ୱକୁ ସ୍ବାଗତ କରିବାକୁ ଆହ୍ବାନ

ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବ୍ରହ୍ମାକୁମାରୀ ପ୍ରଭୁ ମିଳନ ଭବନ ପକ୍ଷରୁ ସ୍ଥାନୀୟ ପୁଞ୍ଜିକୟାଁ ଛକ ନନ୍ଦିଘୋଷ କଲ୍ୟାଣ ମଣ୍ଡପଠାରେ ଶାନ୍ତି ଶିବିର ପ୍ରବଚନ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍‌ଅପ୍‌

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ…

ପାକିସ୍ତାନରେ ପଶି ଏୟାରଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ISIS ଆଡ୍ଡାକୁ ଟାର୍ଗେଟ୍‌

କାବୁଲ,୧।୭: ଆଫଗାନିସ୍ତାନ ଦାବି କରିଛି ଯେ ଏହାର ବାୟୁସେନା ପାକିସ୍ତାନ ଭିତରେ ଥିବା ISIS ଆଡ୍ଡା ଉପରେ ଏୟାରଷ୍ଟ୍ରାଇକ୍‌ କରିଛି। ଏହି ଆକ୍ରମଣଗୁଡ଼ିକ ବେଲୁଚିସ୍ତାନ ଏବଂ ଖାଇବର…

୨ ଛାତ୍ରବତ୍ସଳ ଶିକ୍ଷକଙ୍କ ଅବସର: ବିଦ୍ୟାଳୟ ପ୍ରତି ନିଷ୍ଠାକୁ ଭୂୟସୀ ପ୍ରଶଂସା

କେସିଙ୍ଗା,୧।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନୁର୍ଗତ ବାଲସି ଗ୍ରାମ ଅଧିନସ୍ଥ ଜବହାର ଉଚ୍ଚ ବିଦ୍ୟାପୀଠ-କର ଦୁଇଜଣ ଶିକ୍ଷକ ଚାକିରିରୁ ଅବସର ନେଇଛନ୍ତି। ଏହି ଉପଲକ୍ଷେ…

ଛାତ୍ରୀଛାତ୍ରଙ୍କ ପ୍ରେରଣାର ଉତ୍ସ ଥିଲେ ଶଙ୍କର ପ୍ରସାଦ: ସୁପ୍ରଶାସକଙ୍କ ଭାବପୂର୍ଣ୍ଣ ଅବସର

ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜର ଅଧ୍ୟକ୍ଷ ମେଜର୍‌ ଡ. ଶଙ୍କର ପ୍ରସାଦ ଅଧିକାରୀଙ୍କୁ ତାଙ୍କର…

ବଢ଼ୁଛି ସହରୀକରଣ: ୨୧୦୦ ସୁଦ୍ଧା ୩୮% ଲୋକ ବଡ଼ ସହରରେ କରିବେ ବାସ

ନୂଆଦିଲ୍ଲୀ,୧।୭ (ପିଟି):ସମୟର ତାଳେ ତାଳେ ସାରା ବିଶ୍ୱରେ ସହରୀକରଣ ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ଧାରା ଜାରି ରହିଲେ ୨୧୦୦ ମସିହା ସୁଦ୍ଧା ୩୮% ଲୋକ…

ଧାର୍ମିକ ଦୁର୍ନୀତି

ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମ ଜନ୍ମଭୂମି ବାବ୍ରୀ ମସ୍‌ଜିଦ୍‌ ବିବାଦରେ ସମାଧାନ ଘଟିବା ପରେ ସେହି ସ୍ଥାନରେ ଶ୍ରୀରାମ ମନ୍ଦିର ସ୍ଥାପନ ହୋଇ ୨୨ ଜାନୁଆରୀ ୨୦୨୪ରେ ରାମଲାଲାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri