ବାହାନଗା ଟ୍ରେନ୍‌ ଦୁର୍ଘଟଣା: ଏସ୍‌ସିବିରେ ଆଉ ଜଣେ ଯାତ୍ରୀଙ୍କ ମୃତ୍ୟୁ

କଟକ,୩୦ା୬ (କାର୍ତ୍ତିକ ସାହୁ): ବାଲେଶ୍ୱର ଜିଲା ବାହାନଗା ଟ୍ରେନ୍‌ ଦୁର୍ଘଟଣାରେ ଗୁରୁତର ହୋଇ କଟକ ଏସ୍‌ସିବି ମେଡିକାଲରେ ଚିକିତ୍ସିତ ହେଉଥିବା ଆଉ ଜଣେ ଯାତ୍ରୀଙ୍କର ଗୁରୁବାର ମୃତ୍ୟୁ ଘଟିଛି। ସେ ହେଲେ ବିହାର ରାଜ୍ୟ ଜମୁଇ ବାସିନ୍ଦା ମନୀଷ କୁମାର(୨୪)। ସେ ଗତ ୩ ତାରିଖରେ ଏସ୍‌ସିବି ମେଡିକାଲରେ ଭର୍ତ୍ତି ହୋଇଥିଲେ। ତାଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ସେଣ୍ଟ୍ରାଲ ଆଇସିୟୁର ୧୫ ନମ୍ବର ବେଡ୍‌ରେ ରଖି ଚିକିତ୍ସା କରାଯାଉଥିଲା। ଚିକିତ୍ସାଧୀନ ଅବସ୍ଥାରେ ଅପରାହ୍ନ ପ୍ରାୟ ସାଢେ ୧ଟାରେ ତାଙ୍କର ମୃତ୍ୟୁ ଘଟିଥିବା ମେଡିକାଲର ପ୍ରଶାସନିକ ଅଧିକାରୀ ଡ. ଅବିନାଶ ରାଉତ ସୂଚନା ଦେଇଛନ୍ତି। ଏହାକୁ ମିଶାଇ ଏସ୍‌ସିବିରେ ରେଳ ଦୁର୍ଘଟଣା ମୃତକଙ୍କ ସଂଖ୍ୟା ୫ରେ ପହଞ୍ଚତ୍ଛି। ଅପରପକ୍ଷରେ ବାହାନଗା ରେଳ ଦୁର୍ଘଟଣା ମୃତକଙ୍କ ସଂଖ୍ୟା ୨୯୩ ହୋଇଛି। ସୂଚନାଯୋଗ୍ୟ, ଏସ୍‌ସିବି ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଗତ ୧୩ ତାରିଖରେ ବିହାର ମୋତିହାରିର ବିଜୟ ପାଶଓ୍ବାନ, ୧୬ ତାରିଖରେ ବିହାର ଗୋପାଳଗଞ୍ଜ ବାସିନ୍ଦା ପ୍ରକାଶ ରାମ, ୧୭ରେ ବିହାର ବାସିନ୍ଦା ସୋହିମ ମନସୁର୍‌ ଓ ୧୮ ତାରିଖରେ ବିହାର ଯାତ୍ରୀ ପାଲତୁ ନକସର(୨୬)ଙ୍କ ମୃତ୍ୟୁ ଘଟିଥିଲା। ତେବେ ମୃତଦେହଗୁଡିକୁ ପ୍ରଶାସନ ପକ୍ଷରୁ ସେମାନଙ୍କ ଘରେ ପହଞ୍ଚାଇବା ବ୍ୟବସ୍ଥା କରାଯାଇଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri