ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲା ଭଞ୍ଜସେନା

ବାରିପଦା ଅଫିସ,୧୦।୩: ଶିମିଳିପାଳ ଅଭୟାରଣ୍ୟକୁ ନିଆଁରୁ ସୁରକ୍ଷା ଏବଂ ଗ୍ରାମାଞ୍ଚଳରେ ଲୋକଙ୍କୁ ପାନୀୟ ଜଳ ଯୋଗାଣ ଦାବିକୁ ନେଇ ଭଞ୍ଜସେନା ପକ୍ଷରୁ ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରି ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସଙ୍ଗଠନର ପ୍ରତିଷ୍ଠାତା କଳିଙ୍ଗ କେଶରୀ ଜେନାଙ୍କ ନିର୍ଦ୍ଦେଶରେ ଜିଲା ସଭାପତି ପିଣ୍ଟୁ ମାଇତିଙ୍କ ନେତୃତ୍ୱରେ ଶତାଧିକ କର୍ମକର୍ତ୍ତା ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇ ଦାବି ଉପସ୍ଥାପନ କରିଥିଲେ।

ଏସିଆ ମହାଦେଶର ଦ୍ବିତୀୟ ବୃହତ ଜୈବମଣ୍ଡଳ ଭାବେ ଶିମିଳିପାଳ ଅଭୟାରଣ୍ୟ ପରିଚିତ। ହେଲେ ଦୁଇମାସ ଧରି ଅଭୟାରଣ୍ୟରେ ଜଳୁଥିବା ନିଆଁକୁ ବନବିଭାଗ ଆୟତ୍ତ କରିବାରେ ବିଫଳ ହୋଇଛି । ଫଳରେ ଅଭୟାରଣ୍ୟର ବୃକ୍ଷଲତା ସାଙ୍ଗକୁ ବନ୍ୟଜନ୍ତୁ ବିଶେଷ ଭାବେ ପ୍ରଭାବିତ ହେଉଛନ୍ତି । ଏପରିକି ବନ୍ୟଜନ୍ତୁ ମତ୍ୟୁ ମୁଖରେ ପଡୁଛନ୍ତି।

ଏପରି କି ଶିକାରୀ, କାଠମାଫିଆ ଏବଂ ମହୁଲ ଫୁଲ ସଂଗ୍ରହ ପାଇଁ ନିଆଁ ଲଗାଉଥିବା ଲୋକଙ୍କୁ ବନ ବିଭାଗ ଧରିବା ନେଇ କୌଣସି ପଦକ୍ଷେପ ନେଉ ନ ଥିବା ସେନା ପକ୍ଷରୁ ଅଭିଯୋଗ ହୋଇଛି। ବିଭାଗ ପକ୍ଷରୁ ନିଆଁ ଲିଭାଇବାରେ ବିଳମ୍ବ କରାଗଲେ ଆନ୍ଦୋଳନକୁ ବ୍ୟାପକ କରାଯିବ ବୋଲି ଭଞ୍ଜ ସେନା ପକ୍ଷରୁ ଚେତାବନୀ ଦିଆଯାଇଛି।

ସେହିପରି ଅଞ୍ଚଳରେ ପାଣି ସମସ୍ୟା ଦେଖାଦେଇଛି। ଜିଲାର ରାଇରଙ୍ଗପୁର ଓ ବାରିପଦାରେ ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ ଅଧିକାରୀମାନେ ଲୋକେ କିପରି ପାଣି ପାଇବେ ସେଥିପ୍ରତି ଦୃଷ୍ଟି ଦେଉ ନ ଥିବା ବେଳେ କେବଳ ଦୁର୍ନୀତି ମାଧ୍ୟମରେ କିପରି ଅଧିକ ରୋଜଗାର ହୋଇପାରିବ ସେଥିପ୍ରତି ନଜର ରଖିଥିବା ଅଭିଯୋଗ ହୋଇଛି। ଏନେଇ ଲୋକେ ପାଣି ପାଇଁ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ସେନା ପକ୍ଷରୁ କୁହାଯାଇଛି। ଏହିସବୁ ସମସ୍ୟାର ତୁରନ୍ତ ସମାଧାନ କରା ନ ଗଲେ ଜିଲାରେ ଆନ୍ଦୋଳନକୁ ଜୋରଦାର କରାଯିବ ବୋଲି ଭଞ୍ଜ ସେନା ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri