ଭଞ୍ଜ ଟ୍ରଫି ୨୦୨୫: ସମ୍ବଲପୁରକୁ ହରାଇ ମରାଠା ଏକାଦଶ ସେମିରେ

ଭଞ୍ଜନଗର,୨୭।୧୧(ବାବୁଲା ପ୍ରଧାନ ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ସର୍ବ ଭାରତୀୟ ଭଞ୍ଜ ଟ୍ରଫି-୨୦୨୫ ଫୁଟବଲ ଟୁର୍ନାମେଣ୍ଟ ଚାଲିଛି। ଗୁରୁବାର ଗ୍ରୁପ ବି’ର ପ୍ରଥମ କ୍ୱାଟର ଫାଇନାଲ ମ୍ୟାଚ୍‌ ସମ୍ବଲପୁର ଜିଲା କୁଚିଣ୍ଡା (ବିଏଫସି) ସହ ଭଞ୍ଜନଗର ମରାଠା ଏକାଦଶ ଦଳ ମଧ୍ୟରେ ହୋଇଥିଲା। ଏଥିରେ ମରାଠା ଏକାଦଶ ୨-୧ ଗୋଲରେ ବିଜୟୀ ହୋଇ ସେମି ଫାଇନାଲରେ ପ୍ରବେଶ କରିଛି।

ଦୁଇ ଦଳ ମଧ୍ୟରେ କଡ଼ା ସଂଘର୍ଷ ହୋଇଥିଲା। ଶୁକ୍ରବାର ଫୁଲବାଣୀ ଜେଡି କ୍ଲବ ସହ ହାଇଦ୍ରାବାଦ ତେଲେଙ୍ଗାନା ପୋଲିସ ସ୍ପୋର୍ଟସ କ୍ଲବ ମଧ୍ୟରେ ମ୍ୟାଚ୍‌ ଖେଳାଯିବ। ଆଜିର ମ୍ୟାଚରେ ମୁଖ୍ୟ ଅତିଥି ଭାବେ ତନରଡ଼ା ଆଇଆରବି ୮ ମ ସ୍ବତନ୍ତ୍ର ବାଟାଲିୟନ କମାଣ୍ଡିଂ ଅଫିସର ସୁଧାକର ମିଶ୍ର ଯୋଗ ଦେଇଥିବା ବେଳେ ଭଞ୍ଜନଗର ଜଳସେଚନ ବିଭାଜନ ଅଧୀକ୍ଷଣ ଯନ୍ତ୍ରୀ ସଞ୍ଜୟ ପ୍ରଧାନ, ଜଗନ୍ନାଥ ପ୍ରସାଦ ବ୍ଲକ ଉପାଧ୍ୟକ୍ଷ ନୀଳାଚଳ ଖିଲାର ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ।

ଆୟୋଜକ ଭଞ୍ଜ ଟ୍ରଫି ସଭାପତି ତଥା ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବିଷ୍ଠୁ ପ୍ରସାଦ ପ୍ରଧାନ ସଭାରେ ଅଧ୍ୟକ୍ଷତା କରିଥିଲେ। ମ୍ୟାଚକୁ ରେଫରୀ ଦେବଦ୍ରତ ବେହେରା, ସୁଜିତ ରାଜହଂସ, ଦିଲ୍ଲୀପ କୁମାର ରାଉତ, ମ୍ୟାଚ କମିଶନର ପି ଆନନ୍ଦ ରାଓ ଏବଂ ପି ରମେଶ ପରିଚାଳନା କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ଗାଡ଼ି ଉପରେ ଏୟାର ଷ୍ଟ୍ରାଇକ୍‌, ଲେବାନନ୍‌ ସେନା ଅଫିସରଙ୍କ ସମେତ ଚାଲିଗଲା ୯ ଜୀବନ

ବେରୁଟ୍‌ ,୬ା୬: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ନୂଆ ଅସ୍ତ୍ରବିରତି ଚୁକ୍ତିନାମା ସତ୍ତ୍ୱେ ଇସ୍ରାଏଲୀ ସେନା ଆକ୍ରମଣ ଜାରି ରଖିଛି। ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ରେ…

ମେଗା ପ୍ରକଳ୍ପର ମେନ୍ ପାଇପ୍ ଫାଟିଲା, ପ୍ରବଳ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ୫ରୁ ଊର୍ଦ୍ଧ୍ୱ ଗ୍ରାମକୁ ପାନୀୟ ଜଳ ଯୋଗାଣ ଠପ୍

ଭେଡ଼େନ, ୬ ଜୁନ୍ (ହୃଷିକେଶ ଖମାରୀ): ସମଗ୍ର ଅଞ୍ଚଳରେ ତାପମାତ୍ରା ଥମିବାର ନାଁ ନେଉ ନଥିବା ବେଳେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏଭଳି…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

କୂଅ ସଫା କରିବା ବେଳେ ବ୍ଲିଚିଂ ଗ୍ୟାସରେ ଶ୍ରମିକ ଅଣନିଶ୍ୱାସୀ, ଅଗ୍ନିଶମ ବାହିନୀ ଦ୍ୱାରା…

ଭଞ୍ଜନଗର, ୬ ଜୁନ୍ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଏକ ସାହିରେ କୂଅ ସଫା କରିବା ସମୟରେ ଜଣେ ଶ୍ରମିକ ବିଷାକ୍ତ ଗ୍ୟାସ ସଂସ୍ପର୍ଶରେ…

ଶୁଳିଆ ପାହାଡ଼ରେ ରୋପଣ ହେଲା ୪ ହଜାର ବାଉଁଶ ଚାରା: ଜଙ୍ଗଲ ଓ ବନ୍ୟପ୍ରାଣୀ ସୁରକ୍ଷା ପାଇଁ…

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ରେଞ୍ଜର ରୂପକ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

ଥୁଆମୂଳ ରାମପୁରରେ ପରିବର୍ତ୍ତନ କ୍ଲାସେସ୍ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ: ସଫେଇ ଅଭିଯାନ ସହ ଛାତ୍ରଛାତ୍ରୀ ପୁରସ୍କୃତ

ଥୁଆମୂଳ ରାମପୁର, ୦୬ ଜୁନ୍ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରଠାରେ ସ୍ଥାନୀୟ ଅଗ୍ରଣୀ ଶିକ୍ଷାନୁଷ୍ଠାନ ‘ପରିବର୍ତ୍ତନ କ୍ଲାସେସ୍’ ଆନୁକୂଲ୍ୟରେ ବିଶ୍ୱ ପରିବେଶ ଦିବସ ସମାରୋହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri