ଭଞ୍ଜ ଟ୍ରଫି-୨୦୨୫: ବିହାରକୁ ହରାଇ ଫାଇନାଲରେ ସୁନ୍ଦରଗଡ଼

ଭଞ୍ଜନଗର,୨୬ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଚାଲିଥିବା ଭଞ୍ଜ ଟ୍ରଫି-୨୦୨୫ ଫୁଟବଲ ଟୁର୍ନାମେଣ୍ଟର ପ୍ରଥମ ସେମି ଫାଇନାଲ ମ୍ୟାଚ୍‌ ବୁଧବାର ଅନୁଷ୍ଠିତ ହୋଇଥିଲା। ଏକ କଡ଼ା ମୁକାବିଲାରେ ସୁନ୍ଦରଗଡ଼ ଦୋସ୍ତି ବ୍ରଦରସ ବିହାର (ବକ୍ସର କାମାକ୍ଷା ସ୍ପୋର୍ଟସ କ୍ଲବ)କୁ ୪-୨ ଗୋଲ୍‌ରେ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଛି। ଆଜିର ଖେଳ କଡ଼ା ସଂଘର୍ଷ ପୂର୍ଣ୍ଣ ହୋଇଥିଲା। ଖେଳ ଚାଲିଥିବା ସମୟରେ ହଠାତ୍‌ ଦୁଇ ଦଳର ଖେଳାଳି ମଧ୍ୟରେ ମୁହାଁମୁହିଁ ହୋଇଯାଇଥିଲେ। କଥା କଟାକଟି ପର୍ଯ୍ୟନ୍ତ ଯାଇଥିଲା। ଏହାପରେ ଆୟୋଜକ କର୍ମକର୍ତ୍ତା ଏଥିରେ ହସ୍ତକ୍ଷେପ କରିବା ପରେ ପରିବେଶ ଶାନ୍ତ ପଡ଼ିବା ସହ ଖେଳ ପୁଣି ଚାଲିଥିଲା। ଦୁଇ ଦଳର ଖେଳାଳିଙ୍କ ମଧ୍ୟରେ ଉତ୍ତେଜନା ଯୋଗୁ ଅଳ୍ପ କିଛି ସମୟ ଖେଳ ବ୍ୟାହତ ହୋଇଥିଲା।

ଆସନ୍ତାକାଲି(ଗୁରୁବାର)ସମ୍ବଲପୁର କୁଚିଣ୍ଡା (ବିଏଫ୍‌ସି)କୁ ଭଞ୍ଜନଗର ମରଠା ଏକାଦଶ ମଧ୍ୟରେ ଗ୍ରୁପ ବି’ର ପ୍ରଥମ କ୍ୱାର୍ଟର ଫାଇନାଲ ମ୍ୟାଚ୍‌ ହେବ। ଆଜିର ମ୍ୟାଚ୍‌ରେ ଅତିଥି ଭାବେ ଭଞ୍ଜନଗର ଏଏସ୍‌ପି ରଞ୍ଜନ କୁମାର ଦେ, ପୂର୍ବତନ ଏନ୍‌ଏସି ଅଧ୍ୟକ୍ଷ ସୁଧୀର ରଞ୍ଜନ ବେହେରା, ଭଞ୍ଜନଗର ବାର ଆସୋସିଏଶନ ସଭାପତି ଲକ୍ଷ୍ମୀକାନ୍ତ ମହାପାତ୍ର, ଭାଜପା ନେତା ଶିବ ମହାପାତ୍ର, ମାନସ ଜେନା, ଧୀରେସ ମହାନ୍ତି ପ୍ରମୁଖ ଯୋଗଦେଇ ଖେଳାଳିମାନଙ୍କ ସହ ପରିଚିତ ହୋଇଥିଲେ। କୋଷାଧ୍ୟକ୍ଷ ଗିରିଜା ଭୂୟାଁ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ଆଜିର ମ୍ୟାଚ୍‌କୁ ରେଫରୀ ଦେବଦ୍ରତ ବେହେରା, ସୁଜିତ ରାଜହଂସ, ଦିଲ୍ଲୀପ କୁମାର ରାଉତ, ମ୍ୟାଚ୍‌ କମିଶନର ପି ଆନନ୍ଦ ରାଓ ଓ ପି ରମେଶ ପରିଚାଳନା କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri