ଭଞ୍ଜ ଟ୍ରଫି: ଉଦ୍‌ଘାଟନୀ ମ୍ୟାଚ୍‌ରେ ବିହାର ବିଜୟୀ

ଭଞ୍ଜନଗର,୨୪ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ସୋମବାରଠାରୁ ଭଞ୍ଜ ଟ୍ରଫି-୨୦୨୫ ସର୍ବ ଭାରତୀୟ ଟୁର୍ନାମେଣ୍ଟ ଆରମ୍ଭ ହୋଇଛି। ଉଦ୍‌ଘାଟନୀ ମ୍ୟାଚ ଆୟୋଜକ ଭଞ୍ଜନଗର ଫୁଟବଲ ଏକାଡେମୀ ଓ ବକ୍ସର (ବିହାର) କାମାକ୍ଷା ଫୁଟବଲ କ୍ଲବ ମଧ୍ୟରେ ମ୍ୟାଚ୍‌ ଅନୁଷ୍ଠିତ ହୋଇଥିଲା। ଏଥିରେ ବିହାର ୨ -୧ ଗୋଲରେ ବିଜୟୀ ହୋଇ ସେମି ଫାଇନାଲରେ ପ୍ରଥମ ଦଳ ଭାବେ ପହଞ୍ଚିଛି। ଆଜିର ମ୍ୟାଚ ର ରେଫରୀ ଶିବ ଶଙ୍କର ପଣ୍ଡା ଥିବାବେଳେ ଲାଇନ୍ସ ମ୍ୟାନ୍‌ ଦେବଦ୍ରତ ବେହେରା, ସୁଜିତ୍‌ ରାଜହଂସ, ଦିଲ୍ଲୀପ କୁମାର ରାଉତ, ମ୍ୟାଚ କମିଶନର ପି ଆନନ୍ଦ ରାଓ ଓ ପି ରମେଶ ଥିଲେ। ଟୁର୍ନାମେଣ୍ଟରେ ୮ଟି ଟିମ୍‌ ଭାଗ ନେଇଛି। ସେଗୁଡିକ ହେଲା ଆଜିର ଦୁଇ ଟିମ୍‌ ସହ କୋରାପୁଟ , ସୁନ୍ଦରଗଡ଼, ସମ୍ବଲପୁର, ଭଞ୍ଜନଗର ମରାଠା ଏକାଦଶ, ଫୁଲବାଣୀ ଓ ହାଇଦ୍ରାବାଦ। ଆସନ୍ତାକାଲି ମଙ୍ଗଳବାର କୋରାପୁଟ ବ୍ରଦରସ ଫୁଟବଲ କ୍ଲବକୁ ସୁନ୍ଦରଗଡ଼ ଦୋସ୍ତି ଫୁଟବଲ କ୍ଲବ ଭେଟିବ। ପ୍ରତ୍ୟେକ ଦିନ ଅପରାହ୍ନ ୨ ଟା ୩୦ରେ ଖେଳ ହେଉଛି। ଆଜିର ପ୍ରଥମ ମ୍ୟାଚ୍‌ରେ ନାଇଜେରିଆନ ଖେଳାଳିଙ୍କୁ ଦେଖିବାକୁ ମିଳିଥିଲା। ଯାହାକୁ ନେଇ ଦର୍ଶକମାନେ ଉତ୍ସାହିତ ଥିଲେ। ଉଦ୍‌ଘାଟନୀ ମ୍ୟାଚ୍‌କୁ ଭଞ୍ଜନଗର ଏନ୍‌ଏସି ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବିଷ୍ଣୁ ପ୍ରସାଦ ପ୍ରଧାନ, ବ୍ଲକ ଅଧ୍ୟକ୍ଷ ନରୀସଭା ନାୟକ,ମାନସ ଜେନା, ଭାଜପା ରାଜ୍ୟ ପରିଷଦ ସଭ୍ୟା ଭୋଲି ସାହୁ , ଶିବ ମହାପାତ୍ର ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ। କୋଷାଧ୍ୟକ୍ଷ ଗିରିଜା ଶଙ୍କର ଭୂୟାଁ ସଭା ସଂଯୋଜନା କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ଧାନଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri