ବି.ଏଡ୍. ଛାତ୍ରୀଙ୍କ ଅକାଳ ବିୟୋଗ: ସହାୟତା ନ କରିବାରୁ ଶିକ୍ଷକଙ୍କ ଉପରେ ତୀବ୍ର ଅସନ୍ତୋଷ

ଭଞ୍ଜନଗର,୧୯।୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବି.ଏଡ୍. କଲେଜର ଜଣେ ଦ୍ୱିତୀୟ ବର୍ଷର ଛାତ୍ରୀଙ୍କ ଅକାଳ ମୃତ୍ୟୁକୁ ନେଇ କଲେଜରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ଗୁରୁତର ଅସୁସ୍ଥ ସମୟରେ କିଛି ଶିକ୍ଷକ ମାନବିକତା ଭୁଲି ଯାଇ ସାହାଯ୍ୟ କରିନଥିବା ଅଭିଯୋଗ ହୋଇଛି, ଯାହା ଫଳରେ ଛାତ୍ରୀଙ୍କ ଜୀବନ ବଞ୍ଚାଯାଇ ପାରିଲା ନାହିଁ।

ବାଲେଶ୍ୱର ଜିଲାର ଉକ୍ତ ଛାତ୍ରୀ ଜଣକ ଲଣ୍ଡେଇସାହିରେ ଭଡ଼ା ଘରେ ରହୁଥିଲେ। ଗତ ରବିବାର ସନ୍ଧ୍ୟାରେ ସେ ବାଥ୍‌ରୁମ୍‌ରେ ପଡ଼ିଯିବାରୁ ଗୁରୁତର ହୋଇପଡ଼ିଥିଲେ। ତାଙ୍କ ଜୁନିୟର ସାଙ୍ଗମାନେ ତାଙ୍କୁ ତୁରନ୍ତ ଭଞ୍ଜନଗର ଡାକ୍ତରଖାନାକୁ ଆଣିଥିଲେ, ଯେଉଁଠାରେ ତାଙ୍କର ରକ୍ତଚାପ (BP) ୨୨୦ ଥିବା ଜଣାପଡ଼ିଥିଲା ଏବଂ ତାଙ୍କ ଡାହାଣ ହାତ ଓ ଗୋଡ଼ କାମ କରୁନଥିଲା। ଡାକ୍ତର ତାଙ୍କୁ ତୁରନ୍ତ ବ୍ରହ୍ମପୁର ନେବାକୁ ପରାମର୍ଶ ଦେଇଥିଲେ।

ଅସୁସ୍ଥ ଛାତ୍ରୀଙ୍କ ମାଆ ୪ ମାସ ପୂର୍ବରୁ ମୃତ୍ୟୁବରଣ କରିଥିବାରୁ ଏବଂ ବାପା ହଠାତ୍ ବାଲେଶ୍ୱରରୁ ଆସିପାରି ନ ଥିବାରୁ, ସାଙ୍ଗରେ ଥିବା ଜୁନିୟର ଛାତ୍ରୀମାନେ ବ୍ରହ୍ମପୁର ନେବା ପାଇଁ କିଛି ଶିକ୍ଷକଙ୍କ ସହଯୋଗ ଲୋଡ଼ିଥିଲେ। କିନ୍ତୁ ଶିକ୍ଷକମାନେ ରାତିରେ ମାନବିକତା ଦୃଷ୍ଟିକୋଣରୁ ସହାୟତା କରିବାକୁ ଆସିନଥିଲେ।

ସୋମବାର ସକାଳେ କିଛି ସ୍ୱେଚ୍ଛାସେବୀ ଓ ଛାତ୍ରୀଙ୍କ ବାପା ପହଞ୍ଚିବା ପରେ ଛାତ୍ରୀଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଥିଲା। ତେବେ ଉପଯୁକ୍ତ ଚିକିତ୍ସା ବିଳମ୍ବ ହେବାରୁ ସେ ବ୍ରହ୍ମପୁରରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି।

ଏ ସମ୍ପର୍କରେ କଲେଜର ଅଧ୍ୟକ୍ଷ ଖୁଣ୍ଟିଆ କହିଛନ୍ତି ଯେ ସୋମବାର ରାତିରେ ତାଙ୍କ ଫୋନ୍ ଅଚଳ ଥିଲା। ମଙ୍ଗଳବାର ସକାଳେ ଖବର ପାଇ ସେ ଡାକ୍ତରଖାନା ଯାଇଥିଲେ।

ଶିକ୍ଷକଙ୍କ ଏପରି ଅବହେଳାକୁ ନେଇ କିଛି ଛାତ୍ରଛାତ୍ରୀ ବୁଧବାର ସୋସିଆଲ୍ ମିଡିଆରେ ତୀବ୍ର ପ୍ରତିକ୍ରିୟା ବ୍ୟକ୍ତ କରିଛନ୍ତି ଏବଂ “ଜଣେ ଶିକ୍ଷକ ହେବା କେବଳ ଶିକ୍ଷାଦାନ ନୁହେଁ, ବରଂ ଦାୟିତ୍ୱ ଓ ମାନବିକତାର ପ୍ରତିଶ୍ରୁତି” ବୋଲି ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri