ଭଞ୍ଜନଗର ବିଇଓଙ୍କ ତ୍ୱରିତ ପଦକ୍ଷେପ: ଅବସର ଦିନ ହିଁ ମିଳିଲା ୬ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ଫାଇନାଲ ପେନସନ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀଣୀ ଲୋପାମୁଦ୍ରା ରଥଙ୍କ ତ୍ୱରିତ ପଦକ୍ଷେପ ଯୋଗୁ ମଙ୍ଗଳବାର ଚାକିରିରୁ ଅବସର ନେଇଥିବା ୬ ଜଣ ଶିକ୍ଷୟିତ୍ରୀ, ଶିକ୍ଷକଙ୍କୁ ଅବସର ଦିନ ହିଁ ସେମାନଙ୍କ ଫାଇନାଲ ପେନସନ ସହ ଅନ୍ୟାନ୍ୟ ସୁବିଧା ସୁଯୋଗ ପ୍ରଦାନ କରାଯାଇଛି। ଏନେଇ ଆଜି ଆୟୋଜିତ ସ୍ବତନ୍ତ୍ର ଏକ ସଭାରେ ତାହା ପ୍ରଦାନ କରାଯାଇଛି।
ଏହି ଅବସରରେ ଏବିଇଓ ସୂର୍ଯ୍ୟ ନାୟକ, ଗଜେନ୍ଦ୍ର ସେଠୀ, ସୁଭାଷିନୀ ତ୍ରିପାଠୀ, କିରାଣୀ ପବିତ୍ର କୁମାର ପାତ୍ର, ଚିରଞ୍ଜିବୀ ଦାସ,ଶିବ ପ୍ରସାଦ ସ୍ବାଇଁ, ଜ୍ୟୋତିର୍ମୟୀ ନାୟକ, ସୁଶୀଲ କୁମାର ସାହୁ, ଚିନ୍ମୟ ଦାସ ପ୍ରମୁଖ ଉପସ୍ଥିତ ଥିଲେ। ଆଜି ଅବସର ନେଇଥିବା ଶିକ୍ଷୟିତ୍ରୀଶିକ୍ଷକମାନେ ହେଲେ କଇଁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସୁଜ୍ଞାନୀ କୁମାରୀ ମହାପାତ୍ର, କୁଲାଡ଼ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସସ୍ମିତା ପଟ୍ଟନାୟକ,ଟାଙ୍ଗଣ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରାମ ପ୍ରସାଦ ମିଶ୍ର, ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀ ଜ୍ୟୋତ୍ସ୍ନା ରାଣୀ ନାୟକ, ବଡକୋଦଣ୍ଡା ଜବାହର ଉଚ୍ଚ ବିଦ୍ୟାଳୟର ସହକାରୀ ଶିକ୍ଷକ ନୀଳାଚଳ ପ୍ରଧାନ ଓ ବଦାଙ୍ଗି ଗାନ୍ଧିନଗର ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ସୁଶାନ୍ତ କୁମାର ସାମନ୍ତରାୟ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri