ଭଞ୍ଜନଗରରେ ରଜ ମହୋତ୍ସବ ପାଳିତ, ଋତୁସ୍ରାବକୁ ନେଇ ସଚେତନ କରାଇଲେ ସିଡିପିଓ

ଭଞ୍ଜନଗର,୧୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବନ ବିହାର ପରିସରରେ ଗୁରୁବାର ରଜ ମହୋତ୍ସବ ପାଳିତ ହୋଇଯାଇଛି । ଆଇନା ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଋତୁସ୍ରାବ ଜନିତ ସଚେତନତା କାର୍ଯ୍ୟକ୍ରମ ମଧ୍ଯ ଅନୁଷ୍ଠିତ ହୋଇଥିଲା। ଏଥିରେ ଭଞ୍ଜନଗର ସି ଡି ପି ଓ ମିଲୀମା କୁମାରୀ ପଣ୍ତା ମୁଖ୍ୟ ଅତିଥି ଭାବେ ଯୋଗଦେଇ ମାସିକ ଋତୁସ୍ରାବ ହେଉଛି ଏକ ପ୍ରକୃତିର ନିୟମ ବୋଲି କହିଥିଲେ। ଏହାକୁ ଆମେ ଲାଜ କରିବା ନାହିଁ କି ଲୁଚାଇବା ନାହିଁ। ଗୋଟେ କିଶୋରୀ ବାଳିକା ପ୍ରଥମେ ଋତୁସ୍ରାବ ହୁଏ ସେ ମା ହେବାପାଇଁ ଯୋଗ୍ୟ ବିବେଚିତ ହୁଏ। ଏହାକୁ ଆମେ ଛୁଆଁ ଅଛୁଆଁ ଭେଦ ଭାବ ନକରି ସେହି ସମୟକୁ ଆମେ ମହିଳାକୁ କିଭଳି ଅଧିକ ବିଶ୍ରାମ ଦେବା ସେ ଉପରେ ସି ଡି ପି ଓ କହିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଭଞ୍ଜନଗର ବ୍ରହ୍ମା କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ଶାଖା ମୁଖ୍ୟ ପରିଚାଳିକା ବ୍ରହ୍ମାକୁମାରୀ ସନ୍ତୋଷୀନି, ସାମାଜିକ କର୍ମୀ
ଶୁଳପାଣି ଶତପଥି , ଅବସରପ୍ରାପ୍ତ ଶିକ୍ଷକ ମୃତ୍ୟୁଞ୍ଜୟ ରଥ, ଅଧ୍ୟାପିକା
ସୁଜାତା ସିଂ, ମହିଳା ଓ ଶିଶୁ ବିକାଶ ବିଭାଗ ସୁପର ଭାଇଜର ଭାଗ୍ୟଲତା ବେହେରା, ଲକ୍ଷ୍ମି ସାହୁ, ମଳୟ ମଞ୍ଜରୀ ମୁନି, ଆମେନିକା ଟପୋ, ସରିତା ରାଣୀ ପାତ୍ର ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ। ଏହି ଉତ୍ସବରେ ମହିଳା, କିଶୋରୀ ବାଳିକା, ଦିବ୍ୟାଙ୍ଗ ମାନେ ଯୋଗ ଦେଇଥିଲେ। ଆଇନା କର୍ମଚାରୀ ଟୁକୁନା ଖଟେଇ, କରୁଣାକର ବାରିକ୍, ବିଶ୍ୱନାଥ ଗୌଡ଼, ଦେବବ୍ରତ ପାତ୍ର,ଗଙ୍ଗାଧର ସାହୁ, ସୌଭାଗ୍ୟ ମଞ୍ଜରୀ ପ୍ରଧାନ, ହୃଷିକେଶ ପାତ୍ର, ପ୍ରିୟଙ୍କା ସାହୁ, ନବାନୀ ନାୟକ, କରିସ୍ମା ପ୍ରଧାନ ପ୍ରମୁଖ କାର୍ଯ୍ଯକ୍ରମକୁ ପରିଚାଳନା କରିବାରେ ସହଯୋଗ କରିଥିଲେ।


ଉତ୍ସବରେ ମହିଳାମାନେ ଦୋଳି ଖେଳିବା ସହ ସେମାନଙ୍କ ମଧ୍ୟରେ ଝୋଟି, ପିଠା, ସଙ୍ଗୀତ, ମେହେନ୍ଦି, ନୃତ୍ୟ ପ୍ରମୁଖ ପ୍ରତିଯୋଗୀତା ହୋଇଥିଲା। ଏହାପରେ ସେମାନଙ୍କୁ ପୁରସ୍କୃତ କରାଯାଇଥିଲା ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରହ୍ଲାଦ ନାଟକ ନୃତ୍ୟଗୁରୁ ପଦ୍ମଶ୍ରୀ ସୀମାଞ୍ଚଳଙ୍କୁ ଭେଟିଲେ ବିଧାୟକ: ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିବା ସହ..

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହ୍ଲାଦ ନାଟକର ହିରଣ୍ୟକଶ୍ୟପ ରଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ ତଥା…

କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍‌: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ…

ବଲାଙ୍ଗୀରରେ ଗୋ ସମ୍ମାନ ଆହ୍ୱାନ ଅଭିଯାନ, ୫ ଲକ୍ଷ ୨ ହଜାର ସ୍ୱାକ୍ଷର ସମ୍ବଳିତ ପ୍ରାର୍ଥନାପତ୍ର…

ବଲାଙ୍ଗୀର,୨୭।୭(ସୁନିଲ କୁମାର ମହାନ୍ତି): ଗୋମାତାଙ୍କ ସେବା, ସୁରକ୍ଷା ଓ ସମ୍ମାନ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ସାରା ଦେଶରେ ଚାଲିଥିବା ଗୋ ସମ୍ମାନ ଆହ୍ୱାନ ଅଭିଯାନର ପ୍ରଭାବ ବଲାଙ୍ଗୀରରେ…

ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି ।…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ ପୂର୍ବତନ DFO

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା) : ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆଇନର ଫାଶରେ ଛନ୍ଦି ହୋଇଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା। ସୋମବାର…

ମାଗଣା ଅଟୋ ଆମ୍ବୁଲାନ୍ସ ସେବା ଯୋଗାଇଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର:ଗର୍ଭବତୀ-ପ୍ରସୂତି ପାଇବେ ସୁବିଧା

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ନିରୀକ୍ଷଣ…

ଜାତୀୟ ସ୍ତରୀୟ ସନ୍ତରଣ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ହାସଲ କଲେ ଦିଗପହଣ୍ଡି ପୁଅ, ଛୁଟୁଛି ଶୁଭେତ୍ସାର ସୁଅ

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ଗ୍ରାମର ଯୋଗେନ୍ଦ୍ର ସେଠୀ ଜାତୀୟ ସ୍ତରୀୟ ସନ୍ତରଣ ଚାମ୍ପିୟନସିପରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି ।…

ଦାଦନ ଖଟିବାକୁ ଯାଇ ଗୋଆରେ ଛାତ୍ରଙ୍କ ମୃତ୍ୟୁ, ମର ଶରୀର ଗାଁ ଆଣିବାକୁ ନିବେଦନ କଲେ ଗ୍ରାମବାସୀ

ମୋହନା,୨୭।୭(ମନ୍ମଥ ମିଶ୍ର): ଉଚ୍ଚଶିକ୍ଷାର ସ୍ୱପ୍ନ ପୂରଣ ପାଇଁ ଗୋଆକୁ ଦାଦନ ଖଟିବାକୁ ଯାଇଥିଲେ। ବି.ଇ.ଡ଼ି ଆଡମିଶନ୍ କରିବାକୁ ଟଙ୍କା ଅଭାବରୁ ଘର ଛାଡ଼ି ରୋଜଗାର ପାଇଁ ବାହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri