ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟକୁ ରାଜ୍ୟସ୍ତରୀୟ ପ୍ରଥମ ପୁରସ୍କାର, ଉତ୍କୃଷ୍ଟତା ପ୍ରମାଣ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୨୦ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ର ପୁନର୍ବାର ବିଭିନ୍ନ କ୍ଷେତ୍ରରେ ବିଭିନ୍ନ ସମୟରେ ନିଜର ଉତ୍କୃଷ୍ଟତା ପ୍ରମାଣ କରିଛନ୍ତି। ଇତିମଧ୍ୟରେ
ଭାରତ ସରକାରଙ୍କ ପର୍ଯ୍ୟଟନ ମନ୍ତ୍ରଣାଳୟ ଦେଖୋ ଆପନା ଦେଶ ବିଷୟରେ ଏକ ସ୍କୁଲ ସ୍ତରୀୟ ବ୍ରୋସର୍‌ ତିଆରି ପ୍ରତିଯୋଗିତାର ଆୟୋଜନ କରିଥିଲା।

ଦଶମ ଶ୍ରେଣୀର ପାଞ୍ଚ ଜଣ ଛାତ୍ରୀ ସୁପ୍ରିୟାମଲ୍ଲିକ, ପ୍ରଗତି ପ୍ରିୟଦର୍ଶିନୀ ଖୁଣ୍ଟିଆ, ପ୍ରତ୍ୟାଶା ରଥ, ସମୀକ୍ଷା ଶତପଥୀ ଏବଂ ଦୀପ୍ତିମୟୀ ଦୋରା ଏକ ଅତ୍ୟନ୍ତ ସୁନ୍ଦର ବ୍ରୋସର୍‌ ପ୍ରସ୍ତୁତ କରି ତାଙ୍କ ବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି। ଉଲ୍ଲେଖନୀୟ ଯେ, ଓଡ଼ିଶାରୁ ପ୍ରଥମ ସ୍ଥାନ ଅଧିକାର କରିଥିବା ଏକମାତ୍ର ବିଦ୍ୟାଳୟ ହେଉଛି ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ।

ବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ କାମାନୁ ଛାତ୍ରୀମାନଙ୍କ ଉଦ୍ୟମ ସହିତ ତାଙ୍କ ମାର୍ଗଦର୍ଶକ ଶିକ୍ଷକ ଅଜୟ ରାଜ, ଜିଜ୍ଞାସୁଙ୍କ ପ୍ରୟାସକୁ ବିଶେଷ ପ୍ରଶଂସା କରିଥିଲେ। ବିଜେତା ଦଳକୁ ୧୦ ହଜାର ଟଙ୍କାର ନଗଦ ପୁରସ୍କାର ସହିତ ବ୍ୟାଗ, ଟି-ଶର୍ଟ ଓ ଅନ୍ୟାନ୍ୟ ସାମଗ୍ରୀ ପ୍ରଦାନ କରାଯାଇଥିଲା। ରାଜ୍ୟର ବିଭିନ୍ନ ବିଦ୍ୟାଳୟ ପ୍ରତିଯୋଗିତାରେ ଭାଗ ନେଇଥିଲେ। ଏଥିରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପ୍ରଥମ ସ୍ଥାନ ଅଧିକାର କରିଛି। ଯାହାକି ଅଞ୍ଚଳବାସୀଙ୍କ ପାଇଁ ଗର୍ବର ବିଷୟ। ଅଧ୍ୟକ୍ଷ କମାନୁ ଏବଂ ବିଦ୍ୟାଳୟର ଅନ୍ୟ ଶିକ୍ଷୟିତ୍ରୀ ଶିକ୍ଷକମାନଙ୍କ ପ୍ରଚେଷ୍ଟା ଯୋଗୁ ଏହା ସମ୍ଭବପର ହୋଇପାରିଛି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଞ୍ଜାମ,୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…

ଛକା ଚୌକା ବର୍ଷା କରି ସଭିଙ୍କୁ ପୁଣି ଚକିତ କଲେ ବୈଭବ ସୂର୍ଯ୍ୟବଂଶୀ, କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୧।୬: ବୈଭବ ସୂର୍ଯ୍ୟବଂଶୀ ଲିଷ୍ଟ ଏ କ୍ରିକେଟର ଇତିହାସରେ ଦ୍ରୁତତମ ଅର୍ଦ୍ଧଶତକ ହାସଲ କରିଛନ୍ତି। ତ୍ରି-ସିରିଜ ଫାଇନାଲରେ ସେ ଶ୍ରୀଲଙ୍କା ଏ ବିପକ୍ଷରେ ମାତ୍ର ୧୧ ବଲରେ…

ଯୁବ ବିଜେଡି ଜିଲା ସଭାପତିଙ୍କ ଘରକୁ ଗୁଳି

ସୋନପୁର/ବିନିକା,୨୧।୬ (ମୃତ୍ୟୁଞ୍ଜୟ ଶତପଥୀ/ରାମଗୋପାଳ ବାଘ): ସୁବର୍ଣ୍ଣପୁର ଯୁବ ବିଜେଡି ଜିଲା ସଭାପତି ତଥା ବିନିକା ବ୍ଲକର ପୂର୍ବତନ ଅଧ୍ୟକ୍ଷ ଅଶୋକ କୁମାର ନନ୍ଦଙ୍କ ଘର ଓ କାରକୁ…

NDAରେ ସାମିଲ ହେବ DMK? ଶେଷ ପ୍ରତିବନ୍ଧକ ଦୂର, ମୋଦି ସରକାର ଖୁବ ଶୀଘ୍ର ଲୋକ ସଭାରେ ୩୬୦ ଆସନ ହାସଲ କରିବାକୁ ଯାଉଛି

ନୂଆଦିଲ୍ଲୀ,୨୧।୬: ତାମିଲନାଡୁ ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ଦ୍ରାବିଡ଼ ମୁନ୍ନେତ୍ର କାଝଗମ (DMK)ର ଦୀର୍ଘକାଳୀନ ସହଯୋଗୀ ଇଣ୍ଡିଆନ ୟୁନିଅନ ମୁସଲିମ ଲିଗ (IUML) ଆନୁଷ୍ଠାନିକ ଭାବରେ…

‘୫୦ ବର୍ଷରେ ୩୦ ବର୍ଷ ଭଳି ଉର୍ଜାଶୀଳ ରୁହନ୍ତୁ’, ଅନ୍ତର୍ଜାତୀୟ ଯୋଗ ପ୍ରଧାନମନ୍ତ୍ରୀ ମୋଦିଙ୍କ ବାର୍ତ୍ତା

କୋଲକାତା,୨୧।୬: ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ କୋଲକାତାରେ ଏକ ଯୋଗ ଦିବସ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା, ଯେଉଁଥିରେ ପ୍ରଧାନମନ୍ତ୍ରୀ…

ହଷ୍ଟେଲରେ ଝୁଲୁଛି ଛାତ୍ରୀଙ୍କ ମୃତଦେହ: ବଢ଼ୁଛି ସନ୍ଦେହ

ଗୋପାଳପୁର,୨୧।୬(ନବୀନ ରାଜ ଆଚାରି): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜର ହଷ୍ଟେଲରେ ରହୁଥିବା ଜନୈକା ଛାତ୍ରୀଙ୍କ ମୃତଦେହ ଶନିବାର ପୋଲିସ ଜବତ କରିଛି।…

ଇସ୍ତଫା ଦେବେକି ବ୍ରିଟେନ ପ୍ରଧାନମନ୍ତ୍ରୀ? ୧୦୦ ରୁ ଅଧିକ ଏମପିଙ୍କ ଚାପ….

ଲଣ୍ଡନ,୨୧।୬: ବ୍ରିଟେନ ପ୍ରଧାନମନ୍ତ୍ରୀ କାଇର ଷ୍ଟାରମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନା ତୀବ୍ର ହୋଇଛି । ବ୍ରିଟେନ ଖବରକାଗଜର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଷ୍ଟାରମର ସୋମବାର…

ଭାରତୀୟ ଯୋଗ ସଂସ୍ଥାନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଛତ୍ରପୁର, ୨୧।୬ (ଦିଲ୍ଲୀପ ସାମଲ): ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ।ଭାରତୀୟ ଯୋଗ ସଂସ୍ଥାନ, ଏହି ଉପଲକ୍ଷେ ନୂଆଦିଲ୍ଲୀ ଛତ୍ରପୁର ଶାଖା ପକ୍ଷରୁ ସ୍ଥାନୀୟ ଷ୍ଟାଡିଅମ ପରିସରସ୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri