କ୍ରୀଡ଼ାରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ସଫଳତା: ବିଭିନ୍ନ ବର୍ଗରେ ମିଳିଲା ପଦକ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ରମାନେ ଭୁବନେଶ୍ୱରରେ ଅନୁଷ୍ଟିତ ରିଜିଓନାଲ ଡାଇରେକ୍ଟରସ୍ତରୀୟ ଖେଳକୁଦ ପ୍ରତିଯୋଗିତା ୨୦୨୬-୨୦୨୭ରେ ସଫଳତା ହାସଲ କରିଛନ୍ତି। ଆୟୁଷ୍ମାନ ନାୟକ ଅଣ୍ଡର ୧୯ ସଟପୁଟରେ ଭାଗ ନେଇ ବ୍ରୋଞ୍ଚ ପଦକ ହାସଲ କରିଛନ୍ତି। ସେହିଭଳି ଆୟୁଷ ବେହେରା ସଟ ପୁଟରେ ଅଣ୍ଡର ୧୭ରେ ସିଲଭର ପଦକ ବିଜୟୀ ହୋଇଥିବାବେଳେ ଦିବ୍ୟାଂଶୁ ସାହୁ ଜାଭଲିନ ଥ୍ରୋରେ ବ୍ରୋଞ୍ଚ ଏବଂ ଦିବ୍ୟା ଆପଟ୍ଟ ୮୦ ମିଟର ବାଧା ଦୌଡ଼ରେ ସିଲଭର ପଦକ ବିଜୟୀ ହୋଇଛନ୍ତି। ଏଥିସହ ସାଇ କ୍ରିଷ୍ଠା ବେହେରା ଓ ଆଶୁତୋଷ ଗୌଡ଼ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ବିଦ୍ୟାଳୟର ସୁନାମ ବଢ଼ାଇଛନ୍ତି।
ଭୁବନେଶ୍ବର କିଟ ବିଶ୍ୱବିଦ୍ୟାଳୟ ପରିସରରେ ଗତ ୧୦ ତାରିଖରୁ ୧୨ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ରାଜ୍ୟର ବିଭିନ୍ନ ପ୍ରାନ୍ତରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ରମାନେ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। କୃତୀ ପ୍ରତିଯୋଗୀମାନେ ଇତିମଧ୍ୟରେ ଫେରିବା ପରେ ବିଦ୍ୟାଳୟ ପକ୍ଷରୁ ସେମାନଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି। ଅଧ୍ୟକ୍ଷ ପ୍ରଦୀପ କମାନୁ କୃତୀ ପ୍ରତିଯୋଗୀମାନଙ୍କ ଉଜ୍ଜ୍ବଳ ଭବିଷ୍ୟତ କାମନା କରିଛନ୍ତି। କ୍ରୀଡ଼ା ଶିକ୍ଷକ ମଞ୍ଜିତ ଏବଂ ଗ୍ରନ୍ଥାଗାର ସୁମନଙ୍କ ନେତୃତ୍ୱରେ ଛାତ୍ରୀଛାତ୍ରମାନେ ଭୁବନେଶ୍ୱର ଯାଇଥିଲେ। ପ୍ରତିଯୋଗୀଙ୍କ ସଫଳତାରେ ବିଦ୍ୟାଳୟ ଛାତ୍ରୀଛାତ୍ର ଏବଂ ଶିକ୍ଷକମାନେ ଖୁସି ବ୍ୟକ୍ତ କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ମାସେ ବ୍ୟାପୀ ଚାଲିବ ‘ସେବା ସଂକଳ୍ପ ଅଭିଯାନ’: ମୁଖ୍ୟ ଲକ୍ଷ୍ୟ ବିକଶିତ ଭାରତ

ଭଞ୍ଜନଗର,୩୧/୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଭାରତୀୟ ଜନତା ପାର୍ଟି ତରଫରୁ ଭଞ୍ଜନଗର ଜିଲା କାର୍ଯ୍ୟାଳୟଠାରେ ‘ସେବା ସଂକଳ୍ପ ଅଭିଯାନ’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ସାଙ୍ଗଠନିକ…

ଶେଷ ହେଲା ୩୨ ବର୍ଷର ଚାକିରି ଜୀବନ: ଅଧ୍ୟାପିକାଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ପ୍ରାଣୀବିଜ୍ଞାନ ଅଧ୍ୟାପିକା ଆରତୀ ପାତ୍ରଙ୍କୁ ସୋମବାର କଲେଜ ପରିସରରେ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। କଲେଜ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri