ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ ଦ୍ୱାଦଶ ଶ୍ରେଣୀ ପରୀକ୍ଷାଫଳ ଆଗାମୀ ଦିନରେ ପ୍ରକାଶିତ ହେଵ। ଏହିଭଳି ଆଜି ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ମଧ୍ୟ ପ୍ରଥମରୁ ନବମ ଶ୍ରେଣୀ ପର୍ଯ୍ୟନ୍ତ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଚଳିତ ବର୍ଷ ପଞ୍ଚମ ଏବଂ ୮ ମ ଶ୍ରେଣୀରେ ବୋର୍ଡ ପରୀକ୍ଷା ସହ ପାସ୍ ଫେଲ୍ ବ୍ୟବସ୍ଥା ଥିଲା। ୫ମ ଏବଂ ନବମକୁ ଛାଡିଦେଲେ ଅନ୍ୟ ଶ୍ରେଣୀରେ ଶତପ୍ରତିଶତ ଛାତ୍ରୀ ଛାତ୍ର ପାସ୍ ହୋଇଛନ୍ତି। ଆଜି ପରୀକ୍ଷା ଫଳ ପ୍ରକାଶିତ ପରେ ଅଭିଭାବକ ଏବଂ ଶିକ୍ଷକ ମାନଙ୍କ ମଧ୍ୟରେ ଏକ ଓରିଏଣ୍ଟେସନ୍ କାର୍ଯ୍ୟକ୍ରମ ହୋଇଥିଲା। ବିଦ୍ୟାଳୟ ପ୍ରଧାନ ଶିକ୍ଷକ ପ୍ରଦୀପ କମାନୁଙ୍କ ନିର୍ଦ୍ଧେଶ କ୍ରମେ ସମସ୍ତ ଶ୍ରେଣୀ କକ୍ଷରେ ସଚେତନତା ସଭା ହୋଇଥିଲା।

ଏହି ଅବସରରେ ବିଦ୍ୟାଳୟ ପ୍ରଶାସନ ସମସ୍ତ ଛାତ୍ରୀଛାତ୍ର ଓ ତାଙ୍କର ଅଭିଭାବକମାନଙ୍କୁ ଅଭିନନ୍ଦନ ଜଣାଇଥିବା ସହ ନିରନ୍ତର ସହଯୋଗ ଓ ସମର୍ଥନ ପାଇଁ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି। ନୂତନ ଶିକ୍ଷାବର୍ଷ ୨୦୨୬-୨୭ ଅବସରରେ ଆୟୋଜିତ ଓରିଏଣ୍ଟେସନ୍ ପ୍ରୋଗ୍ରାମରେ ଅଭିଭାବକ ଓ ବିଦ୍ୟାଳୟ ମିଶି କାମ କରିବାକୁ ପଡ଼ିବ । ଏନେଇ ମୁଖ୍ୟ ବିଷୟଗୁଡ଼ିକ ଉପରେ ଗୁରୁତ୍ୱ ଦିଆଯାଇଥିଲା। ବିଦ୍ୟାଳୟ ପ୍ରଶାସନ ଅଭିଭାବକମାନଙ୍କୁ ନିୟମିତ ଭାବେ ପି ଟି ଏମ ବୈଠକରେ ଯୋଗ ଦେବାକୁ, ନିଜ ସନ୍ତାନ ର ପଢ଼ାଶୁଣା ଓ ଆଚରଣ ଉପରେ ନଜର ରଖିବାକୁ ଏବଂ ଛାତ୍ରୀ ଛାତ୍ରଙ୍କ କଲ୍ୟାଣ ପାଇଁ ବିଦ୍ୟାଳୟର ପ୍ରତ୍ୟେକ ପଦକ୍ଷେପରେ ସହଯୋଗ କରିବାକୁ ଅନୁରୋଧ କରିଥିଲେ। ବିଶେଷକରି ବିଦ୍ୟାଳୟର ସମଗ୍ର ଉନ୍ନତି ପାଇଁ ସକ୍ରିୟ ଭାଗୀଦାର ହେବାକୁ ଅନୁରୋଧ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଛାତ୍ରୀ ଛାତ୍ରଙ୍କ ଶିଷ୍ଟାଚାର ଓ ସେଥିରେ ଅଭିଭାବକଙ୍କ ଭୂମିକାକୁ ମଧ୍ୟ ବିଶେଷ ଭାବେ ଉଲ୍ଲେଖ କରାଯାଇଥିଲା। ଅନେକ ସମୟରେ ଅଭିଭାବକ ମାନେ ବିଦ୍ୟାଳୟ ବୈଠକକୁ ଆସୁନାହାନ୍ତି। ଏହାଦ୍ବାରା ନିଜ ସନ୍ତାନର ଭଲମନ୍ଦ ଏବଂ ଅଗ୍ରଗତି ଉପରେ ସଠିକ୍ ଭାବେ ଜାଣିପାରନ୍ତି ନାହିଁ। ତେଣୁ ଅଭିଭାବକ ମାନେ ବିଦ୍ୟାଳୟ କାର୍ଯ୍ୟକ୍ରମ ସହ ଯେତେ ଅଧିକ ଜଡିତ ହେବେ ଛାତ୍ରୀଛାତ୍ରଙ୍କ ସେତେ ଅଧିକ ବିକାଶ ହୋଇପାରିବ ବୋଲି ବୈଠକ ରେ ମତ ପ୍ରକାଶ ପାଇଥିଲା। ବିଭିନ୍ନ ଶ୍ରେଣୀରେ ବରିଷ୍ଠ ଶିକ୍ଷକ ସତ୍ୟବାନ ସାହୁ, ଜ୍ୟୋତି ପ୍ରକାଶ ସାହୁ, ଅଜୟ ରାଜ, ଅନୁପ କୁମାର ସିଂହ, ମଞ୍ଜିତ୍ ଶିକ୍ଷୟତ୍ରୀ ସଙ୍ଗୀତା, ସୁମନ, ଶ୍ରଦ୍ଧାଞ୍ଜଳି ଖୁଣ୍ଟିଆ, ଗୀତାଞ୍ଜଳି ପ୍ରଧାନ ଅଭିଭାବକ ମାନଙ୍କୁ ସଚେତନ କରାଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?