ପାଠପଢ଼ା ସହ କ୍ରୀଡ଼ାରେ ଆଉ ପାଦେ ଆଗେଇଛି ଭଞ୍ଜନଗର କେ.ଭି., ବାଳିକା ଭଲିବଲ ଟିମ୍‌ ଚାମ୍ପିୟନ, ବାଳକ ରନର୍ସ-ଅପ୍‌

ଭଞ୍ଜନଗର,୨୯ା୪(ବାବୁଲା ପ୍ରଧାନ): ବ୍ରହ୍ମପୁର କେନ୍ଦ୍ରୀୟ ବିଦ୍ୟାଳୟଠାରେ ଗତ ସୋମବାରଠାରୁ ବୁଧବାର ପର୍ଯ୍ୟନ୍ତ ଭୁବନେଶ୍ୱର କେନ୍ଦ୍ରୀୟ ବିଦ୍ୟାଳୟ ଆଞ୍ଚଳିକ ସ୍ତରୀୟ ୫୫ ତମ ଭଲିବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଥିଲା। ବୁଧବାର ଅନୁଷ୍ଠିତ ଫାଇନାଲ ମ୍ୟାଚ୍‌ରେ ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ର ବେଶ୍‌ ସଫଳତା ହାସଲ କରିଛନ୍ତି। ୧୭ ବର୍ଷରୁ କମ୍‌ ବାଳିକା ବର୍ଗରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଟିମ୍‌ ଚାମ୍ପିୟନ ହୋଇଥିବା ବେଳେ ୧୪ ବର୍ଷରୁ କମ୍‌ ବାଳକ ବର୍ଗରେ ଟିମ୍‌ ରନର୍ସ-ଅପ୍‌ ହୋଇଛନ୍ତି । ଯାହାକି ବିଦ୍ୟାଳୟ ପାଇଁ ଖୁସିଖବର। ଏହି ଖବର ଭଞ୍ଜନଗରରେ ପହଞ୍ଚିବା ପରେ ଅଭିଭାବକ, ଶିକ୍ଷୟିତ୍ରୀ, ଶିକ୍ଷକ ଏବଂ ଅନ୍ୟ ଛାତ୍ରୀଛାତ୍ର ଖୁସିବ୍ୟକ୍ତ କରିଛନ୍ତି।

ଅଧ୍ୟକ୍ଷ ପ୍ରଦୀପ କମାନୁ ଟୁର୍ଣ୍ଣାମେଣ୍ଟରେ ଭାଗ ନେଇଥିବା ସମସ୍ତ ୨୮ ଜଣ ଛାତ୍ରୀଛାତ୍ର ଏବଂ ଟିମ୍‌ରେ ଯାଇଥିବା କ୍ରୀଡ଼ା ଶିକ୍ଷକ ମଞ୍ଜିତ, ଗ୍ରନ୍ଥାଗାର ସୁମନ କୁମାରୀ, ଶିକ୍ଷକ ରାଜେଶ ପାହାଡ଼ିଙ୍କୁ ଶୁଭେଚ୍ଛା ଜଣାଇବା ସହ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ଜ୍ୱଳ କାମନା କରିଛନ୍ତି। ଏଥିସହ ଜାତୀୟ ସ୍ତରୀୟ ପ୍ରତିଯୋଗିତା ପାଇଁ ୩ ଜଣ ଛାତ୍ରୀ ଚୟନ ହୋଇଥିବା ବେଳେ ସେମାନଙ୍କର ମଧ୍ୟ ଉଜ୍ଜ୍ବଳ ଭବିଷ୍ୟତ କାମନା କରିଛନ୍ତି। ଜାତୀୟ ସ୍ତରୀୟ ଟୁର୍ଣ୍ଣାମେଣ୍ଟ ପାଇଁ ମନୋନୀତ ୩ ଛାତ୍ରୀ ହେଲେ ବିଦ୍ୟାଶା ପ୍ରିୟଦର୍ଶିନୀ (ଶ୍ରେଣୀ ଦଶମ), ସ୍ମାଇଲ ଦାଶ (ଶ୍ରେଣୀ ନବମ) ଓ ସିଗ୍ମା ରାଣୀ ପ୍ରଧାନ (ଶ୍ରେଣୀ ନବମ)।

ସୂଚନାଯୋଗ୍ୟ, ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତ୍ୟେକ କ୍ଷେତ୍ରରେ ଉନ୍ନତି କରୁଛି। ଦୀର୍ଘ ୧୬ ବର୍ଷ ପରେ ଏଠାରେ ଚଳିତ ବର୍ଷଠାରୁ ଯୁକ୍ତ ୨ ବିଜ୍ଞାନ ଖୋଲିଛି। ସ୍ଥାୟୀ କୋଠା ପାଇଁ ଅର୍ଥ ମଧ୍ୟ ମଞ୍ଜୁର ହୋଇଛି। ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ମଧ୍ୟ ଶତ ପ୍ରତିଶତ ଛାତ୍ରୀଛାତ୍ର ପାସ୍‌ ହେବା ସହ ଅଧିକାଂଶ ଛାତ୍ରୀଛାତ୍ର ଭଲ ମାର୍କ ରଖିଛନ୍ତି। ଏହିଭଳି ପରିସ୍ଥିତିରେ ବୁଧବାର କ୍ରୀଡ଼ା କ୍ଷେତ୍ରରେ ବିଦ୍ୟାଳୟ ଆଉ ପାଦେ ଆଗକୁ ବଢ଼ିଛି। ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ କମାନୁଙ୍କ ପ୍ରଚେଷ୍ଟା ଏବଂ ଉପଜିଲାପାଳ ତଥା ବିଦ୍ୟାଳୟ ଚେୟାରମ୍ୟାନ ଉମାଶଙ୍କର ବେହେରା, ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ସହଯୋଗରେ ବିଦ୍ୟାଳୟର ଉନ୍ନତି ହୋଇଚାଲିଛି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଗେମ୍ସର ଓପନିଂ ମ୍ୟାଚ୍‌ରେ ଭାରତର ବଡ଼ ବିଜୟ

କାକାମିଗାହାରା,୨୦ା୯: ଏସିଆନ ଗେମ୍ସ ପୁରୁଷ ହକି ପୁଲ୍‌ ‘ଏ’ର ଓପନିଂ ମ୍ୟାଚରେ ଭାରତ ୧୩-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ଷ୍ଟ୍ରାଇକର ଦିଲ୍‌ପ୍ରୀତ ସିଂ ଏକାକି ୪ଟି…

ଟି୨୦ କ୍ରିକେଟରେ ଇତିହାସ ରଚିଲେ ମନ୍ଧାନା

ନିଶିନ,୨୦ା୯: ଭାରତୀୟ ଓପନର ସ୍ମୃତି ମନ୍ଧାନା ରବିବାର ନିଜ କ୍ୟାରିୟରରେ ଆଉ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ବାଂଲାଦେଶ ବିପକ୍ଷ ଏସିଆନ ଗେମ୍ସ ସେମିଫାଇନାଲ ମ୍ୟାଚ୍‌ରେ ୩୭…

ଶେଫାଳିଙ୍କ ଦମ୍‌ଦାର ଶତକ: ଫାଇନାଲରେ ଭାରତ

ନିଶିନ,୨୦ା୯: ଶେଫାଳି ବର୍ମାଙ୍କ ଶତକ ବଳରେ ଖେଳାଯାଇଥିବା ସେମିଫାଇନାଲ ମ୍ୟାଚ୍‌ରେ ଭାରତ ୧୧୪ ରନ୍‌ରେ ବାଂଲାଦେଶକୁ ହରାଇ ମହିଳା କ୍ରିକେଟ ଟି୨୦ ଇଭେଣ୍ଟ ଫାଇନାଲରେ ପ୍ରବେଶ କରିଛି।…

ବିଦ୍ୟାଳୟରୁ ଚାଉଳ-ଖେଳଣା ଚୋରି, ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବୀରପଦ୍ମନାଭପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷ୍ଟୋର ରୁମରୁ ୩୦ ପ୍ୟାକେଟ ଚାଉଳ ଏବଂ…

ମଦ ଦୋକାନରେ ଗଣ୍ଡଗୋଳ, ଯୁବକଙ୍କ ତଣ୍ଟି କାଟି ହତ୍ୟା ଉଦ୍ୟମ; ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମର ଯୁବକ ଏସ. ରାଜୀବ ରେଡ୍ଡୀ ଚୈତନ୍ୟପୁର ଗ୍ରାମର ଦେବ ରେଡ୍ଡୀଙ୍କୁ ମରଣାନ୍ତକ ଆକ୍ରମଣ କରି…

ଏନ୍‌ଏସି ନିର୍ବାଚନ ପାଇଁ କଂଗ୍ରେସର ବଡ଼ ପ୍ରସ୍ତୁତି

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନଗର କଂଗ୍ରେସ କମିଟି ପକ୍ଷରୁ ସାଙ୍ଗଠନିକ ସଭା ଏବଂ ବନ୍ଧୁମିଳନ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ କଲ୍ୟାଣ…

ଚମକାଇଦେଲା BCCIର ନିଷ୍ପତ୍ତି! ଟିମ୍ ଇଣ୍ଡିଆର ନୂଆ ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଦ୍ରୁତ ବୋଲର ଲକ୍ଷ୍ମୀପତି ବାଲାଜୀଙ୍କୁ ଭାରତ-ଏ ଦଳର ହେଡ୍‌ କୋଚ୍‌ ଭାବେ ନିଯୁକ୍ତ କରାଯାଇଛି । ଅଷ୍ଟ୍ରେଲିଆ-ଏ ବିପକ୍ଷ ମଲ୍ଟି-ଫର୍ମାଟ୍‌…

ନ୍ୟୁଜିଲ୍ୟାଣ୍ଡ ଗସ୍ତରେ ବଦଳିବେ ଟିମ୍ ଇଣ୍ଡିଆର କ୍ୟାପ୍ଟେନ, ଶୁଭମନ୍ ଗିଲ୍‌ଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍ ଦଳ ବର୍ତ୍ତମାନ ଏସୀୟ କ୍ରୀଡ଼ା ପାଇଁ ଯାତ୍ରା କରୁଥିବା ବେଳେ, ଏହି ସମୟ ମଧ୍ୟରେ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଏକ ଦିନିକିଆ (ODI) ସିରିଜ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?