ଭଞ୍ଜନଗର ମେଡିକାଲକୁ ମିଳିଲା ୨ ପୁରସ୍କାର, ଖୁସିବ୍ୟକ୍ତ କଲେ ଅଞ୍ଚଳବାସୀ

ଭଞ୍ଜନଗର,୭।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟକୁ ଗୁରୁବାର ରାଜ୍ୟ ସରକାର ଦୁଇଟି ପୁରସ୍କାର ପ୍ରଦାନ କରିଛନ୍ତି। ପ୍ରଥମଟି ଶିଶୁକୁ ପ୍ରଥମ ୬ ମାସ ପର୍ଯ୍ୟନ୍ତ ମା କ୍ଷୀର ଦେବା (ବେବି ଫ୍ରେଣ୍ଡଲି ) କ୍ଷେତ୍ରରେ  ରାଜ୍ୟ ସ୍ତରରେ ଦ୍ୱିତୀୟ ସ୍ଥାନ ପୁରସ୍କାର ମିଳିଥିବା ବେଳେ ଅନ୍ୟଟି ପୃଷ୍ଟିହିନ ଶିଶୁଙ୍କ ଉପଯୁକ୍ତ ଯତ୍ନ ନେବା (ଏନ୍‌ଆରସି) ପାଇଁ ରାଜ୍ୟ ସ୍ତରରେ ତୃତୀୟ ସ୍ଥାନ ପୁରସ୍କାର ମିଳିଛି। ଗୁରୁବାର ଭୁବନେଶ୍ୱରରେ ଅନୁଷ୍ଟିତ ଉତ୍ସବରେ ସ୍ବାସ୍ଥ୍ୟ ମନ୍ତ୍ରୀ ଡ ମୁକେଶ ମହାଲିଙ୍ଗ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉକ୍ତ ପୁରସ୍କାର ପ୍ରଦାନ କରିଥିଲେ। ଏହି ସମୟରେ ମେଡିକାଲ ଅଧିକ୍ଷକ ଡାକ୍ତର ସିତାନସୁ ଶେଖର ଶତପଥୀ, ମେଡ଼ିକାଲ ପରିଚାଳକ ବିଚିତ୍ର ପାଣିଗ୍ରାହୀ ଯୋଗଦେଇ ଉକ୍ତ ପୁରସ୍କାର ଗ୍ରହଣ କରିଥିଲେ।
ଏହି ଖବର ଭଞ୍ଜନଗର ମେଡ଼ିକାଲ ପାଇଁ ଖୁସି ଖବର ଆଣିଛି। ଅଞ୍ଚଳବାସୀ ମଧ୍ୟ ଏନେଇ ଖୁସିବ୍ୟକ୍ତ କରିଛନ୍ତି। ଉକ୍ତ ଦୁଇ ସେବା ଭଞ୍ଜନଗର ମେଡ଼ିକାଲରେ ଭଲ ମିଳୁଥିବା ଏଥିରୁ ଅନୁମାନ କରାଯାଉଛି। କିନ୍ତୁ ଅନ୍ୟପଟେ ମେଡ଼ିକାଲର ସାଧାରଣ ସ୍ବାସ୍ଥ୍ୟ ସେବା ସନ୍ତୋଷଜନକ ନାହିଁ। ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ପଡ଼ିଥିବା ବେଳେ ନର୍ସ ସମେତ ଅନ୍ୟାନ୍ୟ ପଦବୀ ମଧ୍ୟ ଖାଲି ପଡ଼ିଛି। ଫଳରେ ବର୍ତ୍ତମାନ କାର୍ଯ୍ୟରତ ଡାକ୍ତର ଏବଂ ନର୍ସମାନଙ୍କ ଉପରେ କାର୍ଯ୍ୟ ଚାପ ବଢୁଛି। ଙ୍‌ତେଣୁ ଅନେକ ସମୟରେ ଭଞ୍ଜନଗର ମେଡିକାଲରୁ ରୋଗୀ ବ୍ରହ୍ମପୁର ବଡ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଉଛି । ପୁରସ୍କାର ମିଳିଥିବା ଦୁଇଟି ବିଭାଗରେ ସବୁ ଠିକ ଅଛି। ହେଲେ ଅନ୍ୟ ବିଭାଗ ଗୁଡ଼ିକର ମଧ୍ୟ ସମସ୍ୟାର ସମାଧାନ କରିବା ପାଇଁ ଅଞ୍ଚଳବାସୀ ଦାବୀ କରିଛନ୍ତି।
ସୂଚନାଯୋଗ୍ୟ, ଗତବର୍ଷ ବେବି ଫ୍ରେଣ୍ଡଲୀ ପୁରସ୍କାର ପ୍ରଦାନ ବ୍ୟବସ୍ଥା ଆରମ୍ଭ ହୋଇଥିଲା। ଗତବର୍ଷ ମଧ୍ୟ ଭଞ୍ଜନଗର  ମେଡିକାଲକୁ ତୃତୀୟ ପୁରସ୍କାର ମିଳିଥିଲା। ଚଳିତ ବର୍ଷ ରାଜ୍ୟର ୬୭ ଏନ୍‌ଆରସି ସୁବିଧା ଥିବା ମେଡ଼ିକାଲକୁ ନେଇ ଏନ୍‌ଆର୍‌ସି ପୁରସ୍କାର ପ୍ରଦାନ ପାଇଁ ପ୍ରତିଯୋଗିତା
ହୋଇଥିଲା। ଏଥିରେ ଭଞ୍ଜନଗର ମେଡ଼ିକାଲକୁ ପୁରସ୍କାର ମିଳିଛି।

Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଛାତ୍ର ନିକଟରୁ ମିଳିଲା ବନ୍ଧୁକ: ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଅଭିଭାବକ

ବାହାନଗା, ୩୧। ୧(ଅରୂପ କୁମାର ଦାସ ): ରେମୁଣା ବ୍ଲକ ଖନ୍ତାପଡ଼ା ଥାନା ଶ୍ରୀଜଙ୍ଗସ୍ଥିତ ଦାସମହାପାତ୍ର ହାଇସ୍କୁଲର ଜଣେ ଛାତ୍ରଙ୍କ ବ୍ୟାଗରୁ ଏକ ବନ୍ଧୁକ ବାହାରିଥିଲା। ଏହି…

ପଶ୍ଚିମବଙ୍ଗର ୨୧ ଚୋରଙ୍କୁ ବାନ୍ଧିଲା ଭଞ୍ଜନଗର ପୋଲିସ, ବିଦେଶୀ ଲିଙ୍କ୍‌ର ହେବ ଖୋଳତାଡ଼, ପାଖରୁ ମିଳିଲା…

ଭଞ୍ଜନଗର,୩୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଆନ୍ତଃରାଜ୍ୟ ଚୋର ଗ୍ୟାଙ୍ଗର ୨୧ ଜଣକୁ ଗିରଫ କରିବାରେ ସକ୍ଷମ ହୋଇଛି। ଏଥିସହ ସେମାନଙ୍କଠାରୁ ୧୦୬୬ଟି…

ଚାଲାଣ କଟା ପରେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣାଗାଡ଼ି : ଆଜି ରାସ୍ତାରେ ମୃତଦେହ ରଖି …

ସମ୍ବଲପୁର,୩୧।୧(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ଭତରା ପେଟ୍ରୋଲ ପମ୍ପ ନିକଟରେ ଜାତୀୟ ରାଜପଥ-୫୫ରେ ଶୁକ୍ରବାର ଭୟଙ୍କର ଦୁର୍ଘଟଣା ଘଟିଥିଲା। ଏକ ଅଜଣା ଗାଡ଼ି ଧକ୍କାରେ…

ଭୟଙ୍କର ଦୁର୍ଘଟଣା: ହଳଦିଆପଦର ଓଭରବ୍ରିଜରେ ଟ୍ରକ ଧକ୍କାରେ ୫ମୃତ, ଜଣେ ଗୁରୁତର 

ବ୍ରହ୍ମପୁର,୩୧।୧(ସୁବାସ ଚନ୍ଦ୍ର ପାଢ଼ୀ): ସଡ଼କ ଦୁର୍ଘଟଣା ହ୍ରାସ  ପାଇଁ ଅନେକ ଯୋଜନା କରାଯାଉଛି। ତାହାସତ୍ତ୍ବେ ଦୁର୍ଘଟଣା ଜନିତ ମୃତ୍ୟୁ ଘଟିବାରେ ଲାଗିଛି। ଶନିବାର ମଧ୍ୟାହ୍ନରେ ହଳଦିଆପଦର ଓଭରବ୍ରିଜରେ…

ଦାଦନ ଶ୍ରମିକଙ୍କ ପାଇଁ ଖୁସିଖବର: ଜିଲା ଭିତରେ ଯୋଗାଇ ଦିଆଯିବ କାମ, ମନ୍ତ୍ରୀ କହିଲେ…

ବଲାଙ୍ଗୀର, ୩୧/୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଏକ ଦାଦନ ପ୍ରବଣ ଜିଲା। ତଥ୍ୟ ଅନୁସାରେ ଜିଲାରୁ ୧୯ ହଜାର ଦାଦନ ଶ୍ରମିକ ନିଜ ଘରେ…

ଗଞ୍ଜାମବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ପଲ୍ଲୀଶ୍ରୀ ମେଳାକୁ ବୃଦ୍ଧି କରି କହିଲେ…

ଛତ୍ରପୁର,୩୧ା୧(ଦିଲ୍ଲୀପ ସାମଲ): ଗଞ୍ଜାମବାସୀଙ୍କ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶତାଧିକ କୋଟିର ପ୍ରକଳ୍ପ ସହିତ ଆଉ ଏକ ବଡ଼ ଉପହାର ଦେଇଛନ୍ତି। ଗୋପାଳପୁର ବେଳାଭୂମି…

ସାଇକେଲ ଆରୋହୀଙ୍କୁ ଧକ୍କା ଦେଲା ହାଇୱା, ଘଟଣାସ୍ଥଳରେ…

ଧର୍ମଶାଳା,୩୧।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ନାନପୁର ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

୧୫୩ ବର୍ଷରେ ଯୋରନ୍ଦା ମେଳା: ଜୀବଜଗତର ମଙ୍ଗଳ ପାଇଁ ଆଜି ଘୃତାହୁତି କରିବେ…

ଢେଙ୍କାନାଳ,୩୧ା୧(ରତନ ନାୟାର): ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ମହିମାଗାଦି ଯୋରନ୍ଦାରେ ପ୍ରସିଦ୍ଧ ମାଘମେଳା ଶନିବାର ଆରମ୍ଭ ହୋଇଛି। ଚଳିତ ବର୍ଷ ମେଳା ୧୫୩ ବର୍ଷରେ ପହଞ୍ଚିଛି। ସେହିପରି ଚଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri