ଭଞ୍ଜନଗର ମେଡିକାଲକୁ ମିଳିଲା ୨ ପୁରସ୍କାର, ଖୁସିବ୍ୟକ୍ତ କଲେ ଅଞ୍ଚଳବାସୀ

ଭଞ୍ଜନଗର,୭।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟକୁ ଗୁରୁବାର ରାଜ୍ୟ ସରକାର ଦୁଇଟି ପୁରସ୍କାର ପ୍ରଦାନ କରିଛନ୍ତି। ପ୍ରଥମଟି ଶିଶୁକୁ ପ୍ରଥମ ୬ ମାସ ପର୍ଯ୍ୟନ୍ତ ମା କ୍ଷୀର ଦେବା (ବେବି ଫ୍ରେଣ୍ଡଲି ) କ୍ଷେତ୍ରରେ  ରାଜ୍ୟ ସ୍ତରରେ ଦ୍ୱିତୀୟ ସ୍ଥାନ ପୁରସ୍କାର ମିଳିଥିବା ବେଳେ ଅନ୍ୟଟି ପୃଷ୍ଟିହିନ ଶିଶୁଙ୍କ ଉପଯୁକ୍ତ ଯତ୍ନ ନେବା (ଏନ୍‌ଆରସି) ପାଇଁ ରାଜ୍ୟ ସ୍ତରରେ ତୃତୀୟ ସ୍ଥାନ ପୁରସ୍କାର ମିଳିଛି। ଗୁରୁବାର ଭୁବନେଶ୍ୱରରେ ଅନୁଷ୍ଟିତ ଉତ୍ସବରେ ସ୍ବାସ୍ଥ୍ୟ ମନ୍ତ୍ରୀ ଡ ମୁକେଶ ମହାଲିଙ୍ଗ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉକ୍ତ ପୁରସ୍କାର ପ୍ରଦାନ କରିଥିଲେ। ଏହି ସମୟରେ ମେଡିକାଲ ଅଧିକ୍ଷକ ଡାକ୍ତର ସିତାନସୁ ଶେଖର ଶତପଥୀ, ମେଡ଼ିକାଲ ପରିଚାଳକ ବିଚିତ୍ର ପାଣିଗ୍ରାହୀ ଯୋଗଦେଇ ଉକ୍ତ ପୁରସ୍କାର ଗ୍ରହଣ କରିଥିଲେ।
ଏହି ଖବର ଭଞ୍ଜନଗର ମେଡ଼ିକାଲ ପାଇଁ ଖୁସି ଖବର ଆଣିଛି। ଅଞ୍ଚଳବାସୀ ମଧ୍ୟ ଏନେଇ ଖୁସିବ୍ୟକ୍ତ କରିଛନ୍ତି। ଉକ୍ତ ଦୁଇ ସେବା ଭଞ୍ଜନଗର ମେଡ଼ିକାଲରେ ଭଲ ମିଳୁଥିବା ଏଥିରୁ ଅନୁମାନ କରାଯାଉଛି। କିନ୍ତୁ ଅନ୍ୟପଟେ ମେଡ଼ିକାଲର ସାଧାରଣ ସ୍ବାସ୍ଥ୍ୟ ସେବା ସନ୍ତୋଷଜନକ ନାହିଁ। ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ପଡ଼ିଥିବା ବେଳେ ନର୍ସ ସମେତ ଅନ୍ୟାନ୍ୟ ପଦବୀ ମଧ୍ୟ ଖାଲି ପଡ଼ିଛି। ଫଳରେ ବର୍ତ୍ତମାନ କାର୍ଯ୍ୟରତ ଡାକ୍ତର ଏବଂ ନର୍ସମାନଙ୍କ ଉପରେ କାର୍ଯ୍ୟ ଚାପ ବଢୁଛି। ଙ୍‌ତେଣୁ ଅନେକ ସମୟରେ ଭଞ୍ଜନଗର ମେଡିକାଲରୁ ରୋଗୀ ବ୍ରହ୍ମପୁର ବଡ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଉଛି । ପୁରସ୍କାର ମିଳିଥିବା ଦୁଇଟି ବିଭାଗରେ ସବୁ ଠିକ ଅଛି। ହେଲେ ଅନ୍ୟ ବିଭାଗ ଗୁଡ଼ିକର ମଧ୍ୟ ସମସ୍ୟାର ସମାଧାନ କରିବା ପାଇଁ ଅଞ୍ଚଳବାସୀ ଦାବୀ କରିଛନ୍ତି।
ସୂଚନାଯୋଗ୍ୟ, ଗତବର୍ଷ ବେବି ଫ୍ରେଣ୍ଡଲୀ ପୁରସ୍କାର ପ୍ରଦାନ ବ୍ୟବସ୍ଥା ଆରମ୍ଭ ହୋଇଥିଲା। ଗତବର୍ଷ ମଧ୍ୟ ଭଞ୍ଜନଗର  ମେଡିକାଲକୁ ତୃତୀୟ ପୁରସ୍କାର ମିଳିଥିଲା। ଚଳିତ ବର୍ଷ ରାଜ୍ୟର ୬୭ ଏନ୍‌ଆରସି ସୁବିଧା ଥିବା ମେଡ଼ିକାଲକୁ ନେଇ ଏନ୍‌ଆର୍‌ସି ପୁରସ୍କାର ପ୍ରଦାନ ପାଇଁ ପ୍ରତିଯୋଗିତା
ହୋଇଥିଲା। ଏଥିରେ ଭଞ୍ଜନଗର ମେଡ଼ିକାଲକୁ ପୁରସ୍କାର ମିଳିଛି।

Enter your email to get our daily news in your inbox.

All Right Reserved By Dharitri.Com

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

ମୋରମ ରାସ୍ତାରେ ଦବୁଛି ଗାଡ଼ି: ରାଇକିଆ-ସିମନବାଡ଼ି ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ

ରାଇକିଆ, ୨୫।୯ (ପ୍ରଦୀପ ବେହେରା): ତିନି ଦିନ ଧରି ଲଗାଣ ବର୍ଷା ଯୋଗୁ କନ୍ଧମାଳ ଜିଲା ରାଇକିଆ ବ୍ଲକ ସୁଗଡ଼ବାଡ଼ି ପଞ୍ଚାୟତ ଅନ୍ତର୍ଗତ ମୁରୁଡ଼ିକୁପୁଡ଼ା ନିକଟରେ ରାଇକିଆ-ଦାରିଙ୍ଗବାଡ଼ିକୁ…

ଦଶହରା-ବାଲିଯାତ୍ରା ପୂର୍ବରୁ ମାଣିକେଶ୍ୱରୀ ପୀଠରେ ସୁରକ୍ଷା ଚିନ୍ତା: ଅଚଳ ସିସିଟିଭି, ଭଙ୍ଗା ପ୍ରାଚୀର ଓ ଲାଇଟ୍‌

ଥୁଆମୂଳରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ଅତି ପୁରାତନ ତଥା ରାଜାରାଜୁଡ଼ା ଅମଳର ପ୍ରସିଦ୍ଧ ପୀଠର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?