ଭୟଭୀତ ହୋଇ ବିଶୃଙ୍ଖଳା କରୁଛନ୍ତି, ବିରୋଧୀ ଦଳର ଭୂମିକାକୁ ନିନ୍ଦା କରୁଛି: ପ୍ରଦ୍ୟୁମ୍ନ

ଭଞ୍ଜନଗର,୨୬।୩(ବାବୁଲା ପ୍ରଧାନ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ବିଧାନସଭାରେ ୨୦୨୫-୨୬ ଗୃହ ବିଭାଗ ବଜେଟ ଉପସ୍ଥାପନ କରିଛନ୍ତି। ଏଥିରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଭାଗ ନେଇ ବଜେଟକୁ ସମର୍ଥନ ଜଣାଇ ମୁଖ୍ୟମନ୍ତ୍ରୀ ଙ୍କୁ ସେ ଧନ୍ୟବାଦ ଜଣାଇଛନ୍ତି। ଏଥିସହ ବିରୋଧୀ କଂଗ୍ରେସ ପକ୍ଷରୁ କରାଯାଉଥିବା ଅଚଳାବସ୍ଥାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି।

ଆଲୋଚନାରେ ଭାଗ ନେଇ ବିଧାୟକ କହିଛନ୍ତି, ନୂଆ କରି ବିଧାୟକ ଭାବେ ନିର୍ବାଚିତ ହେବା ପରେ ଅନେକ କିଛି ଶିଖିବୁ ବୋଲି ଆଶା ଥିଲା। ହେଲେ କଂଗ୍ରେସ ଏବଂ ବିଜେଡି ୭ ଦିନ ହେବ ବିଧାନସଭା ଚଳାଇ ଦେଉନାହାନ୍ତି। ସେମାନଙ୍କର ଦୁର୍ନୀତି ଏବଂ ଅପରାଧୀ କାର୍ଯ୍ୟକଳାପ ପଦାରେ ପଡ଼ିଯିବ ଭୟରେ ଏହିଭଳି ବିଶୃଙ୍ଖଳା କରୁଛନ୍ତି। ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାର ପେଡି ମୁଖ୍ୟମନ୍ତ୍ରୀ ପୁଣି ଖୋଲିବା ପରେ ବିଜେଡି ନେତା ମାନେ ଭୟଭୀତ ହୋଇ ପଡ଼ିଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହିଞ୍ଜିଳିକାଟୁ ନିର୍ବାଚନମଣ୍ଡଳୀରେ ଏକାଧିକ ହତ୍ୟା ଘଟିଛି। ଏଥିରେ କେତେ ନେତା ଜଡ଼ିତ ଅଛନ୍ତି, କେତେ ଜଣକୁ ଗିରଫ କରାଯାଇଛି ବୋଲି ପ୍ରଦ୍ୟୁମ୍ନ ପ୍ରଶ୍ନ କରିଛନ୍ତି।

ବିଜେଡି ଶାସନ ସମୟରେ ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଥିଲା। ଏବେ ବିରୋଧି ଦଳର ମୁଖା ଖୋଲିଯାଇଛି। ରାଜ୍ୟବାସୀ ସବୁକିଛି ଜାଣିସାରିଛନ୍ତି। କଂଗ୍ରେସ ବିଧାୟକ ମାନଙ୍କୁ ତାଙ୍କ ନିର୍ବାଚନମଣ୍ଡଳୀ ଲୋକ କଣ ଏଠି ଘଣ୍ଟ ମୃଦଙ୍ଗ ବାଡେଇବା ପାଇଁ ପଠାଇଛନ୍ତି। ଏଣୁ ଆମେ ଆହ୍ବାନ କରୁଛୁ ରାଜ୍ୟର ବିକାଶ ପାଇଁ ମିଳିମିଶି କାର୍ଯ୍ୟ କରିବା ବୋଲି ପ୍ରଦ୍ୟୁମ୍ନ ବିଧାନ ସଭା ଆଲୋଚନାରେ ଭାଗ ନେଇ ଆହ୍ବାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri