ହିତାଧିକାରୀଙ୍କୁ ଅନ୍ତଦୋୟ ଗୃହ ଯୋଜନାରେ କାର୍ଯ୍ୟାଦେଶ ଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୨୪।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ପ୍ରଶାସନ ପକ୍ଷରୁ ଶୁକ୍ରବାର ସାରେ ଜାତୀୟ ପଞ୍ଚାୟତ ରାଜ ଦିବସ ପାଳିତ ହୋଇଯାଇଛି। ଏଥିରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବ୍ଲକର ୯୬ ଜଣ ହିତାଧିକାରୀଙ୍କୁ ଅନ୍ତଦୋୟ ଗୃହ ଯୋଜନାରେ କାର୍ଯ୍ୟାଦେଶ ପ୍ରଦାନ କରିଥିଲେ। ଏହି ଅବସରରେ ବିଧାୟକ ନାୟକ କହିଥିଲେ ଯେ, ମହିଳା ମାନଙ୍କୁ ଭାଜପା ସରକାର ସର୍ବଦା ସମ୍ମାନ ଦିଏ। ତେଣୁ ମହିଳାମାନଙ୍କୁ ସଂସଦରେ ୫୦ ପ୍ରତିଶତ ସଂରକ୍ଷଣ ଦେବାପାଇଁ କେନ୍ଦ୍ର ସରକାର ବିଲ ଆଣିଥିଲେ। କିନ୍ତୁ ବିରୋଧୀ ଦଳ ଗୁଡ଼ିକ ମହିଳା ବିରୋଧୀ ହୋଇଥିବା ଯୋଗୁ ଉକ୍ତ ବିଲ୍‌କୁ ବିରୋଧ କରିଥିଲେ। ବିରୋଧି ଦଳ ଗୁଡ଼ିକ ମହିଳା ବିରୋଧି । ଆଗାମୀ ଦିନରେ ତାହାର ଉଚିତ ଜବାବ ଦିଆଯିବ ବୋଲି ବିଧାୟକ ନାୟକ କହିଥିଲେ।
ଏଥିସହ ସେ କହିଥିଲେ ଯେ, ଆଗକୁ ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନ ହେବ। ତେଣୁ ଆପଣମାନଙ୍କ ସୁଖଦୁଃଖର ଯିଏ ସାଥି ହେଉଛି ସର୍ବଦା ସେହିଭଳି ଲୋକଙ୍କୁ ପ୍ରତିନିଧି ଭାବେ ବାଛିବେ। ତାହାହେଲେ ଯାଇ ଅଞ୍ଚଳର ବିକାଶ ହୋଇପାରିବ। ବିଗତ ସରକାରରେ ଶାସକ ଦଳର ଲୋକଙ୍କୁ ଦେଖି ସରକାରୀ ଯୋଜନା ପ୍ରଦାନ କରାଯାଉଥିଲା। ଏହାଦ୍ବାରା ଯୋଜନାର ସୁଫଳ ପ୍ରକୃତ ହିତାଧିକାରୀଙ୍କ ପାଖରେ ପହଞ୍ଚି ପାରୁ ନ ଥିଲା। କିନ୍ତୁ ରାଜ୍ୟରେ ଭାଜପା ସରକାର ଆସିବା ପରେ ପ୍ରକୃତ ହିତାଧିକାରୀଙ୍କୁ ସରକାରୀ ଯୋଜନାର ସୁଫଳ ମିଳୁଛି ବୋଲି ବିଧାୟକ ନାୟକ କହିଥିଲେ। ବୈଠକରେ ବିଡିଓ ଭାରତୀ ଦେବୀ ଅଧ୍ୟକ୍ଷତା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏବିଡିଓ ପୂର୍ଣ୍ଣ ଚନ୍ଦ୍ର ପାଢ଼ୀ, ଜିଲା ପରିଷଦ ଏମପି ପ୍ରତିନିଧି ଶିବ ଶଙ୍କର ପ୍ରଧାନ, ବ୍ଲକ ଏମପି ପ୍ରତିନିଧି ରବିନ୍ଦ୍ର ଗୌଡ, ଡିହପଢ଼ାଳ ସରପଞ୍ଚ ପ୍ରତିନିଧି ସୁବାଷ ଚନ୍ଦ୍ର ବରାଡ, ତିଲିସିଙ୍ଗି ସମିତିସଭ୍ୟ ଟୁଟୁ ପ୍ରଧାନ ପ୍ରମୁଖ ସଭାରେ ଉପସ୍ଥିତ ଥିଲେ। ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସାରେ ବଲାଙ୍ଗୀର ଗାନ୍ଧୀ ଷ୍ଟାଡିୟମ ଠାରେ ରାଜ୍ୟ ସ୍ତରୀୟ ଜାତୀୟ ପଞ୍ଚାୟତ ରାଜ୍ୟ ଦିବସର ଶୁଭାରମ୍ଭ କରିଥିଲେ। ସେଠାରେ ୫୦ ହଜାର ହିତାଧିକାରୀଙ୍କ ୁଅନ୍ତଦୋୟ ଗୃହ ଯୋଜନାର କାର୍ଯ୍ୟାଦେଶ ବଣ୍ଟନର ଶୁଭାରମ୍ଭ କରିଥିଲେ। ତେଣୁ ଏହି ଅବସରରେ ରାଜ୍ୟର ସମସ୍ତ ବ୍ଲକରେ ଆଭାସୀ ମାଧ୍ୟମରେ କାର୍ଯ୍ୟକ୍ରମ ହୋଇଥିଲା। ଭଞ୍ଜନଗର ବ୍ଲକ ତିଲିସିଙ୍ଗି ପଞ୍ଚାୟତ ପୁଡ଼ୁରିଙ୍ଗି ଗ୍ରାମର ପ୍ରମିଳା ମଲ୍ଲିକଙ୍କୁ ମୁଖ୍ୟମନ୍ତ୍ରୀ ବଲାଙ୍ଗୀର ଠାରେ କାର୍ଯ୍ୟାଦେଶ ବଣ୍ଟନ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳରେ ଖେଳୁଥିଲେ,ହଠାତ୍ ମାଡ଼ି ଆସିଲା ଜୁଆର: ଭାସିଯାଇ ୮ ବର୍ଷର ଶିଶୁ ମୃତ, କାନ୍ଦ ବୋବାଳିରେ…

ଛତ୍ରପୁର, ୧ା୮(ଦିଲ୍ଲୀପ ସାମଲ / ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୂଆ ପୋଡେମପେଟା ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି। ଗ୍ରାମର…

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ଲଗାଣ ବର୍ଷାରେ କ୍ଷୟକ୍ଷତି ଅଞ୍ଚଳ ପରିଦର୍ଶନ କଲେ କେନ୍ଦୁଝର MP, ପୀଡ଼ିତଙ୍କୁ ଶୀଘ୍ର…

ବଞ୍ଚୋ, ୧।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ହୋଇଥିବା କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରିବା ପାଇଁ କେନ୍ଦୁଝର MP ଅନନ୍ତ ନାୟକ…

ରାଧାରାଣୀଙ୍କୁ ଝୁରୁଛି ଗାଁ ମାଟି: ଅବଦାନ-ସଂଗ୍ରାମୀ ଭୂମିକାକୁ ମନେ ପକାଇଲେ…

ଦିଗପହଣ୍ଡି, ୧ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟସ୍ଥ ରୋହି ଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ରାଧାରାଣୀ ଜେନାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଶନିବାର…

ହାତୀପଲଙ୍କୁ ଚିଡ଼ାଉଥିବା ବେଳେ ବାରଣ କରବାରୁ ବନ କର୍ମଚାରୀଙ୍କୁ ଆକ୍ରମଣ: ୫ ଜଣଙ୍କ ନାମରେ ମାମଲା, ୨ ଗିରଫ

କେନ୍ଦୁଝର/ପାଟଣା, ୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସଦର ରେଞ୍ଜ ସୀମାନ୍ତ ପଦ୍ମପୁର ସଂରକ୍ଷିତ ଜଙ୍ଗଲର ଜାମୁନାଳିଆ ଗାଁ ନିକଟରେ ଏକ…

ବଚସାରୁ ଗୋଡ଼ାଇ ଗୋଡ଼ାଇ କରିଥିଲେ ଆକ୍ରମଣ, ଜାମିନ ଖାରଜ ହେବାରୁ ଜେଲ ଗଲେ…

ଦିଗପହଣ୍ଡି, ୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ସୁନୀଲ ଗୌଡ଼ଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପାଟପୁର ପୋଲିସ ଶନିବାର ଅଭିଯୁକ୍ତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri