ଖମଣସାହି ପଞ୍ଚୁଦଣ୍ଡରେ ଯୋଗଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ)- ଦଣ୍ଡନାଚ ପାଇଁ ଗଞ୍ଜାମ ଜିଲା ଉତ୍ସବ ମୁଖର ହୋଇପଡ଼ିଛି। ବିଭିନ୍ନ ସ୍ଥାନରେ ଦଣ୍ଡ ଆୟୋଜନ ହେଉଥିବା ବେଳେ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଉଛନ୍ତି। ଏହି କ୍ରମରେ ଶନିବାର ସାଂରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଭଞ୍ଜନଗର ବ୍ଲକ ଦୋମୁହାନି ପଞ୍ଚାୟତ ଖମଣ ସାହିରେ ଚାଲିଥିବା ଦଣ୍ଡ ନାଚରେ ଯୋଗଦେଇ ଠାକୁରଙ୍କ ଦର୍ଶନ କରିବା ସହ ଭଞ୍ଜନଗର ନିର୍ବାଚନମଣ୍ଡଳୀ ବାସିନ୍ଦାଙ୍କ ସୁଖ ସମୃଦ୍ଧି କାମନା କରିଛନ୍ତି। ଏହି ପଞ୍ଚୁଦଣ୍ଡରେ ବାମ, ନନ୍ଦିନି, ଚାହାଲି, କଳମ୍ବା, ଦୋମୁହାଣୀ ଗ୍ରାମର ଦଣ୍ଡ ନାଚ ଦଳ ସାମିଲ ହୋଇଥିଲା।

ଗଞ୍ଜାମ କନ୍ଧମାଳ ଓ ନୟାଗଡ଼ ଜିଲା ସୀମାରେ ଥିବା ଉକ୍ତ ଗ୍ରାମରେ ତିନି ଜିଲାର ଦଣ୍ଡ ନାଚ ପରିବେଷଣ ହୋଇଥିଲା। ଦଣ୍ଡ ନାଚ ଦେଖିବାକୁ ସମ୍ପୃକ୍ତ ଅଞ୍ଚଳର ହଜାର ହଜାର ଲୋକ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମକୁ ଶାନ୍ତି ଶୃଙ୍ଖଳାରେ ପରିଚାଳନା କରିବା ପାଇଁ ଖମନସାହି, ଦୋମୁହାଣୀ ଗ୍ରାମର ଯୁବ ଗୋଷ୍ଠୀ ଏବଂ ପୋଲିସ ପ୍ରଶାସନ ସହଯୋଗ କରୁଛି।

ଅନ୍ୟପଟେ ଦଣ୍ଡନାଚ ଜିଲାର ବିଭିନ୍ନ ସ୍ଥାନରେ ମୁଖ୍ୟ ରାସ୍ତାରେ ହେଉଛି। ଯେଉଁଥିପାଇଁ ଗୁରୁତର ଟ୍ରାଫିକ ସମସ୍ୟା ଦେଖାଦେଉଛି। ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏନେଇ ପୋଲିସ ପ୍ରଶାସନ ଦୃଷ୍ଟି ଦେବାର ଆବଶ୍ୟକତା ରହିଛି। ଅପରପକ୍ଷେ ଚଳିତ ବର୍ଷ ଦଣ୍ଡନାଚରେ ଅଶ୍ଳୀଳ ନୃତ୍ୟ ପରିବେଷଣକୁ ସଂପୂର୍ଣ୍ଣ ବାରଣ କରାଯାଇଥିଲା। କିନ୍ତୁ ରେକର୍ଡ ଡ୍ୟାନ୍ସ ହେଉଛି। ଏହି ସମୟରେ କିଛିଟା ଅଶ୍ଳୀଳତା ପରିବେଷଣ ହେଉଥିବା ଅଭିଯୋଗ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ ବେଦନାରେ ଛଟପଟ ମହିଳାଙ୍କୁ ୬ କିଲୋମିଟର ଭାରରେ ବୋହିଲେ ପରିବାର ଲୋକେ, ହସ୍ପିଟାଲରେ ପହଞ୍ଚିବା ପରେ…

ମୋହନା,୨୭ା୯(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକରେ କେଉଁଠି ବିକାଶର ଚିତ୍ର ତ ଆଉ କେଉଁଠି ଜନନୀ ଯନ୍ତ୍ରଣା। ଆମ୍ବୁଲାନ୍ସ ଅଛି ହେଲେ ରାସ୍ତା ନଥିବା ହେତୁ…

ରବିବାର ଖୋଲିଲା ବ୍ୟାଙ୍କ, କଳା ପୋଷାକ ପିନ୍ଧି କାର୍ଯ୍ୟରେ ଯୋଗଦେଲେ କର୍ମଚାରୀ

ଛତ୍ରପୁର,୨୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଧର୍ମଘଟ ଯୋଗୁ ଲଗାତର ଛୁଟିରେ ବ୍ୟାଙ୍କିଂ ସେବା ପ୍ରଭାବିତ ହେବାର ଆଶଙ୍କା ଥିବାରୁ ଗ୍ରାହକଙ୍କ ସୁବିଧା ପାଇଁ ଆଜି ରବିବାର ଛୁଟିଦିନ ହୋଇଥିଲେ…

ପୂର୍ତ୍ତ ବିଭାଗ ସଚିବଙ୍କ ସମୀକ୍ଷା: କଳିଙ୍ଗା ଘାଟି ରାସ୍ତା ଖୋଲିବାରେ ହେବ ବିଳମ୍ବ

ଭଞ୍ଜନଗର,୨୭ା୯(ବାବୁଲା ପ୍ରଧାନ): ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରାସ୍ତା ସ୍ବାଭାବିକ ହେବାକୁ ଆହୁରି ମାସ ମାସ ଧରି ସମୟ ଲାଗିପାରେ। ଫଳରେ ଗଞ୍ଜାମ ସହ…

ପିଡିଏସ୍‌ ଚାଉଳ ବଣ୍ଟନରେ ଅନିୟମିତତା ଅଭିଯୋଗ: ହିତାଧିକାରୀଙ୍କୁ ମିଳିନି ପ୍ରାପ୍ୟ ଚାଉଳ, ରେକର୍ଡରେ ବଣ୍ଟନ ଦର୍ଶାଯାଇଥିବା…

ତୁମୁଡ଼ିବନ୍ଧ, ୨୭/୯ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ ଲଙ୍କାଗଡ଼ ପଞ୍ଚାୟତରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌) ଅଧୀନରେ ଚାଉଳ ବଣ୍ଟନକୁ ନେଇ…

ମା ବିରଜାଙ୍କ ପୀଠରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ: ରାଜ୍ୟ ବାହାରୁ ଆସୁଛନ୍ତି ଶ୍ରଦ୍ଧାଳୁ

କଳିଙ୍ଗନଗର, ୨୭।୯ (ଶୁଭାଶିଷ ରାଉତ): ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ପୀଠରେ ରବିବାରଠାରୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ ଆରମ୍ଭ ହୋଇଛି। ପ୍ରତିପଦାଠାରୁ ମହାଳୟା ପର୍ଯ୍ୟନ୍ତ ଦୀର୍ଘ…

ଖବର ବାଜିଲା, ପ୍ରଶାସନ ହଲିଲା : ଜିଲାପାଳ, ବିଧାୟକଙ୍କ ହସ୍ତକ୍ଷେପ ପରେ ଜଳ ନିଷ୍କାସନ କାର୍ଯ୍ୟ ଆରମ୍ଭ

ଛତ୍ରପୁର, ୨୭/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଗାଣ ବର୍ଷାରେ ଜଳବନ୍ଦୀ ହୋଇପଡ଼ିଥିବା ଛତ୍ରପୁର ପୌରପରିଷଦ ଅଞ୍ଚଳରେ ଏବେ ପ୍ରଶାସନିକ ତତ୍ପରତା ଦେଖିବାକୁ ମିଳିଛି। ଗଭୀର ଅବପାତ ପ୍ରଭାବରେ…

ପରିବେଶକୁ ସ୍ବଚ୍ଛ ରଖିବା ପାଇଁ ଆଗେଇ ଆସିଲେ ଯୁବବର୍ଗ, ଅଳିଆ ଆବର୍ଜନା ସଂଗ୍ରହ କରି…

କର୍ଲାମୁଣ୍ଡା,୨୭ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାରେ ଥିବା ରାଧାମାଧବ ଯୁବକ ସଂଘ, ଯୋରାଡବରା ତଥା ମେରା ଯୁବା ଭାରତ କଳାହାଣ୍ଡି ପକ୍ଷରୁ ‘ସେବା…

ଶୌଚ ହେବାକୁ ଯାଇ ନଦୀରେ ଖସିଗଲା କ୍ରିଷ୍ଣାରାଣୀଙ୍କ ଗୋଡ଼, ଭାଇ ଥାନାରେ ଅଭିଯୋଗ କରି…

ଧାମନଗର,୨୭ା୯(ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅନ୍ତର୍ଗତ ଦଳାଙ୍ଗ ପଞ୍ଚାୟତର ଜାହାଙ୍ଗୀର ଗ୍ରାମ (ଭୋଇ ସାହି)ର ପ୍ରଦୀପ ଜେନାଙ୍କ ଝିଅ କ୍ରିଷ୍ଣା ଜେନା (୨୧) ରବିବାର ସକାଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?