ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି ସନ୍ଧ୍ୟାରେ ଏହି ଖବର ଜଣାପଡିବା ପରେ ଅଞ୍ଚଳବାସୀ ଖୁସିବ୍ୟକ୍ତ କରିଛନ୍ତି। ଏଥିସହ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଅଞ୍ଚଳବାସୀ କୃତଜ୍ଞତା ଜଣାଇଛନ୍ତି। ଅନ୍ୟପଟେ ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମଧ୍ୟ ଏହି ବିଜ୍ଞପ୍ତି ପ୍ରକାଶ ପାଇବା ପରେ ମୁଖ୍ୟମନ୍ତ୍ରୀ, ନଗର ଉନ୍ନୟନ ମନ୍ତ୍ରୀ ଏବଂ ପଞ୍ଚାୟତରାଜ ମନ୍ତ୍ରୀ, ଏନ୍‌ଏସି ଅଧ୍ୟକ୍ଷଙ୍କୁ କୃତଜ୍ଞତା ଜଣାଇଛନ୍ତି। ‘ଏହା ଆମ ଅଞ୍ଚଳ ପାଇଁ ଗର୍ବର ବିଷୟ। ଆଗକୁ ଏହି ଦୁଇ ସହରର ବିକାଶ ପାଇଁ ସବୁ ପ୍ରକାର ପଦକ୍ଷେପ ନିଆଯିବ। ଏଥିପାଇଁ ଅର୍ଥର ଅଭାବ ରହିବ ନାହିଁ ବୋଲି ବିଧାୟକ ନାୟକ ଏକ ବିବୃତ୍ତିିରେ ପ୍ରକାଶ କରିଛନ୍ତି।’ ସେହିଭଳି ଜଗନ୍ନାଥପ୍ରସାଦକୁ ମଧ୍ୟ ଏନ୍‌ଏସି ମାନ୍ୟତା ମିଳିଛି। ୧୬ଟି ୱାର୍ଡ଼କୁ ନେଇ ନୂତନ ଏନ୍‌ଏସି ଗଠନ ହୋଇଛି। ଏହି ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଏହାଦ୍ବାରା ଯଦି କିଏ କ୍ଷତିଗ୍ରସ୍ତ ହେଉଛନ୍ତି ତେବେ ଜିଲାପାଳଙ୍କ ନିକଟରେ ନିଜର ଆପତ୍ତି ଅଭିଯୋଗ ୩୦ ଦିନ ମଧ୍ୟରେ କରିପାରିବେ। ଏନ୍‌ଏସିରେ ମିଶିବାକୁ ଥିବା ଗ୍ରାମ ଗୁଡ଼ିକ ହେଲା ଆଜ୍ଞାପ୍ରସାଦ, ଜଗନ୍ନାଥପ୍ରସାଦ, ବଣିଆଖୋଲ, ବାନିଖୋଲ ,ଡିମିରିପାଲି,ଡୁଙ୍ଗାପାଲି, ଜଗନ୍ନାଥପୁର, କନ୍ଧଗାଲେରି, ଆକୁଳକୁମ୍ପା, ଚିକିଲି, ବରବରା, କୌରାପଲ୍ଲୀ, କ୍ରିୟାଧାର, ତାଲପଙ୍କା , ଚୋପ୍ରା,ଛାମୁଣ୍ଡା ଓ ଚାରିକୋନିଆ । ସେହିଭଳି ଭଞ୍ଜନଗର ମ୍ୟୁନିସିପାଲଟିରେ ମିଶିଥିବା ଗ୍ରାମ ଗୁଡ଼ିକ ହେଲା ଅଗଝୋଳ, ବାଉଁଶଲୁଣ୍ଡି, ଲାଲସିଂ, ଗାମୁଣ୍ଡି, ଧନଞ୍ଜୟ ନଗର,ରାଜକୁଣ୍ଡ, ଛେଦାଭୂମୀ, ଜାମପଲ୍ଲୀ ଓ ଢୁଢ଼ୁଆ ।

ସୂଚନାଯୋଗ୍ୟ ଯେ, ଗତ ସାଧାରଣ ନିର୍ବାଚନ ପୂର୍ବରୁ ବିଜେଡି ଭଞ୍ଜନଗର ଏନ୍‌ଏସିକୁ ମ୍ୟୁନିସିପାଲଟି ଘୋଷଣା କରିଥିଲା। ଏହାପରେ ବିଜେଡି ନିର୍ବାଚନରେ ପରାଜୟ ବରଣ କରିଥିଲା। କିନ୍ତୁ ବିଜେଡି ସରକାର ସେ ସମୟରେ କୌଣସି କାଗଜପତ୍ର ନକରି କେବଳ ଘୋଷଣା କରିଥିଲା। ସରକାର ବଦଳିବା ପରେ ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଏନେଇ ସ୍ବତନ୍ତ୍ର ଦୃଷ୍ଟି ଦେଇ ପଦକ୍ଷେପ ନେବାପରେ ଏନ୍‌ଏସିକୁ ଆଜି ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ଗତ
ସ୍ବାୟତ୍ତ ଶାସନ ଦିବସ ଅଗଷ୍ଟ ମାସ ୩୧ ତାରିଖ ଦିନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭଞ୍ଜନଗର ଏନ୍‌ଏସିକୁ ମ୍ୟୁନିସିପାଲଟି ଘୋଷଣା କରିଥିଲେ। ଘୋଷଣାର ୩ ମାସ ପରେ ସରକାର ତୁରନ୍ତ ପଦକ୍ଷେପ ନେଇ ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଅଞ୍ଚଳବାସୀଙ୍କ ଦୀର୍ଘଦିନର ଏହା ଦାବି ଥିଲା। ଭଞ୍ଜନଗର ମ୍ୟୁନିସିପାଲଟି ଓ ଜଗନ୍ନାଥପ୍ରସାଦକୁ ଏନ୍‌ଏସି କରିବାରେ ବିଧାୟକ ନାୟକଙ୍କ ଅବଦାନ ଅତୁଳନୀୟ ବୋଲି ସାଧାରଣରେ ଆଲୋଚନା ହେଉଛି। ନୂଆ ବର୍ଷ ପୂର୍ବରୁ ଭଞ୍ଜନଗର ବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?