ହୋଟେଲରେ ବିକୁଛନ୍ତି ବାସିଖାଦ୍ୟ, ଟ୍ରେଡ୍‌ ଲାଇସେନ୍ସ ନାହିଁ: ଚଢ଼ାଉ ଜୋରଦାର କଲା ଭଞ୍ଜନଗର NAC , ୭ ଦୋକାନ…

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସି ପକ୍ଷରୁ ଶନିବାର ଶତାଧିକ ଦୋକାନ ଉପରେ ଅତର୍କିତ ଚଢ଼ାଉ କରାଯାଇଛି। ବେନିୟମ ଭାବେ ଦୋକାନ ଖୋଲିବା, ହୋଟେଲରେ ନିମ୍ନ ମାନର ଖାଦ୍ୟ ବିକ୍ରି କରିବା, ଟ୍ରେଡ ଲାଇସେନ୍ସ ନ ରଖିବା, ପଲିଥିନ ବ୍ୟବହାର କରିବା ପ୍ରମୁଖ ଅଭିଯୋଗରେ ସହରର ଶତାଧିକ ଦୋକାନ, ହୋଟେଲ ଉପରେ ଶନିବାର ଦିନ ତମାମ ଚଢ଼ାଉ କରାଯାଇଥିଲା। ଏହି ସମୟରେ ଅନିୟମିତତା ଅଭିଯୋଗରେ ୭ଟି ଦୋକାନକୁ ସିଲ କରାଯାଇଛି। ଏଥିସହ ଅନେକ ଦୋକାନୀ ଉପରେ ଜରିମାନା ଲଗାଯାଇଛି। ସା ସୁଦ୍ଧା ୪୧ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଥିବା ବେଳେ ଅନେକ ବ୍ୟବସାୟୀ ଖବର ଲେଖା ହେବା ବେଳକୁ ଜରିମାନା ଅର୍ଥ ଜମା କରିବା ପାଇଁ ଏନ୍‌ଏସି କାର୍ଯ୍ୟାଳୟରେ ଭିଡ ଲଗାଇଛନ୍ତି। ଏଥିସହ ବକେୟା ଘର ଭଡ଼ା ବାବଦକୁ ୬୦ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଏବଂ ଗୃହ ଟିକସ ବାବଦକୁ ୭୦ ହଜାରରୁ ଉର୍ଦ୍ଧ ଟଙ୍କା ଆଦାୟ କରାଯାଇଛି।
ଏନ୍‌ଏସି ପକ୍ଷରୁ ଏହିଭଳି ଚଢାଉ ଯୋଗୁ ବେନିୟମ ଭାବେ ବ୍ୟବସାୟ ପ୍ରତିଷ୍ଠାନ ଚଳାଉଥିବା ବ୍ୟବସାୟୀ ମାନେ ଆତଙ୍କିତ ହୋଇପଡିଛନ୍ତି। ଅନେକ ବ୍ୟବସାୟୀ ଚଢାଉ ଆରମ୍ଭ ଦେଖି ଦୋକାନ ବନ୍ଦ କରି କେଉଁ ଆଡ଼େ ଫେରାର ହୋଇଯାଇଥିଲେ। ଅପରପକ୍ଷେ ଏହିଭଳି ଚଢାଉକୁ ନେଇ ସହରବାସୀ ଖୁସି ବ୍ୟକ୍ତ କରିଛନ୍ତି। ଦୋକାନ ମାଲିକ ମାନେ ବର୍ଷ ବର୍ଷ ଧରି ବେନିୟମ ଭାବେ ବ୍ୟବସାୟ ପ୍ରତିଷ୍ଠାନ ଚଳାଉଥିବା ବେଳେ ଶେଷରେ ଏନ୍‌ଏ ସି କର୍ତ୍ତୃପକ୍ଷ କାର୍ଯ୍ୟନୁଷ୍ଠାନ ନେଇଛନ୍ତି। ଚଢ଼ାଉର ନେତୃତ୍ୱ ଭଞ୍ଜନଗର ଏନଏସି ନିର୍ବାହୀ ଅଧିକାରୀ ମୁରଲୀ କୃଷ୍ଣ ପଣ୍ଡା ନେଇଥିଲେ । ମାଜିଷ୍ଟ୍ରେଟ ଦାୟିତ୍ୱରେ ଅତିରିକ୍ତ ତହସିଲଦାର ଅବିନାଶ ମହାର ଥିଲେ।  ଥାନା ଅଧିକାରୀ ଜିବନାନନ୍ଦ ଜେନା ପ୍ରମୁଖ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ଆଶଙ୍କାରେ ଉପସ୍ଥିତ ଥିଲେ।
ସବିଶେଷ ତଥ୍ୟ ଅନୁସାରେ ସହରର ଦୁଇଟି ଜଣାଶୁଣା ହୋଟେଲରେ ବାସି ଖାଦ୍ୟ ରଖି ବିକ୍ରି କରିବା ଏବଂ ଖାଦ୍ୟରେ ବେନିୟମ ଭାବେ ରଙ୍ଗ ବ୍ୟବହାର କରିବା ଅଭିଯୋଗରେ କାର୍ଯ୍ୟନୁଷ୍ଠାନ ନିଆଯାଇଛି। ଏଥିସହ ଟ୍ରାଫିକ ସମସ୍ୟା ଯୋଗୁ ଶତାଧିକ ଉଠା ଦୋକାନୀଙ୍କୁ ଉଚ୍ଛେଦ କରଯାଇଛି। ସେମାନଙ୍କୁ ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ପରିସରରେ ବ୍ୟବସାୟ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ବେନିୟମ ପଲିଥିନ ବ୍ୟବହାର ଉପରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ନିଆଯାଇଛି।
ତେବେ ଚଢାଉ ସମୟରେ ବ୍ୟବସାୟୀ ଏବଂ ପ୍ରଶାସନ ମଧ୍ୟରେ କେତେକ ସ୍ଥାନରେ ଯୁକ୍ତି ତର୍କ ହୋଇଥିବା ଲକ୍ଷ୍ୟ କରାଯାଇଥିଲା। ପରିସ୍ଥିତି ବିଗିଡିବା ଦେଖି ପୋଲିସ ନିୟନ୍ତ୍ରଣ କରିନେଇଥିଲା। ଏନେଇ ନିର୍ବାହୀ ଅଧିକାରୀ ମୁରଲୀ ପଣ୍ଡାଙ୍କ ସହ ଯୋଗାଯୋଗ କରିବାରୁ ସେ କହିଛନ୍ତି ଯେ ଏହିଭଳି ଚଢାଉ ଆଗାମୀ ଦିନରେ ଜୋରଦାର ହେବ। ଏଥିସହ ଯେଉଁ ମାନଙ୍କ ଫୁଡ ଲାଇସେନ୍ସ ନାହିଁ ସେମାନଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ। ଖୁବ ଶୀଘ୍ର ଫୁଡ ଇନ୍ସପେକ୍ଟର ଆଣି ଖାଦ୍ୟର ମାନ ଯାଞ୍ଚ କରାଯିବ ବୋଲି ସେ ସୂଚନା ଦେଇଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ସଜନା ଶାଗ ତୋଳିବା ହେଲା କାଳ: ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଚାଲିଗଲା ୩୦ ବର୍ଷୀୟ ଯୁବକଙ୍କ ଜୀବନ

କୋରାପୁଟ,୧୫।୯(ଅମିତାଭ ବେହେରା): ସଜନା ଶାଗ ତୋଳିବାକୁ ଯାଇଥିଲେ, ହେଲେ ଫେରିଲା ମୃତଦେହ। ଅସାବଧାନତାର ଏକ ମୁହୂର୍ତ୍ତ ଜଣେ ଯୁବକଙ୍କ ଜୀବନରେ କାଳ ସାଜିଛି। ୧୧ କେଭି ବିଦ୍ୟୁତ୍…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

ପ୍ରଫେସର କୃତ୍ତିବାସ ବିଶ୍ୱାଳଙ୍କୁ ‘ଭଞ୍ଜଶ୍ରୀ ଶ୍ରୀଧର ଶତପଥୀ ସ୍ମୃତି ସମ୍ମାନ’

ଭଞ୍ଜନଗର,୧୫।୯ (ବାବୁଲା ପ୍ରଧାନ): ଘୁମୁସର ମାଟିର ବିଶିଷ୍ଟ ଜ୍ୟୋତିଷ, ଭଞ୍ଜ ସାହିତ୍ୟ ଗବେଷକ ତଥା ପ୍ରତିଷ୍ଠିତ ସାହିତ୍ୟିକ ଭଞ୍ଜଶ୍ରୀ ପଣ୍ଡିତ ଶ୍ରୀଧର ଶତପଥୀଙ୍କ ୧୧୩ତମ ଜୟନ୍ତୀ ମଙ୍ଗଳବାର…

ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ…

କାମ କରୁ କରୁ ଚାଲିଗଲା ଜୀବନ: ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୨୭ ବର୍ଷୀୟା ମହିଳା ଶ୍ରମିକଙ୍କ ମୃତ୍ୟୁ

ଦାରିଙ୍ଗବାଡ଼ି,୧୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ବୁର୍ଜୁବାଡ଼ି ବିଦ୍ୟାଳୟ ସମ୍ମୁଖରେ ଏକ ନିର୍ମାଣାଧୀନ କୋଠାରେ ବିଦ୍ୟୁତ୍ ଆଘାତ ଲାଗି ଜଣେ ମହିଳା ଶ୍ରମିକଙ୍କ…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?