ଭଞ୍ଜନଗର ପଞ୍ଚାୟତ ସମିତିର ସାଧାରଣ ବୈଠକ: ଯୋଗଦେଲେ ବିଧାୟକ, କହିଲେ ସମନ୍ୱୟ ରକ୍ଷା କରି…

ଭଞ୍ଜନଗର, ୧୧।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପଞ୍ଚାୟତ ସମିତିର ଚତୁର୍ଥ ସାଧାରଣ ବୈଠକ ଶୁକ୍ରବାର ପଞ୍ଚାୟତ ସମିତି ଅଧ୍ୟକ୍ଷ ନରିସଭା ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଉପସ୍ଥିତ ରହି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ତ୍ୱରାନ୍ୱିତ କରିବା ସହ ସମନ୍ୱୟ ରକ୍ଷା କରି କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ।

ବୈଠକରେ ବିଡିଓ ଭାରତୀ ଦେବୀ, ଅତିରିକ୍ତ ତହସିଲଦାର ଅବିନାଶ ମହାର, ଏବିଡିଓ ପୂର୍ଣ୍ଣଚନ୍ଦ୍ର ପାଢ଼ୀ, ସହକାରୀ ନିର୍ବାହୀ ଯନ୍ତ୍ରୀ ନିତ୍ୟାନନ୍ଦ ପାତ୍ର, କନ୍ଧମାଳ ସାଂସଦଙ୍କ ଡିଆର୍‌ଡିଏ ପ୍ରତିନିଧି ଶିବଶଙ୍କର ପ୍ରଧାନ, ଭଞ୍ଜନଗର ବ୍ଲକ ଏମ୍‌ପି ପ୍ରତିନିଧି ଧୋବା ଗୌଡ଼ଙ୍କ ସମେତ ବିଭିନ୍ନ ପଞ୍ଚାୟତର ନିର୍ବାଚିତ ପ୍ରତିନିଧି ଓ ବିଭିନ୍ନ ବିଭାଗର ଅଧିକାରୀ ଯୋଗ ଦେଇଥିଲେ।

ବୈଠକରେ ଭଞ୍ଜନଗର ବ୍ଲକ ଅଞ୍ଚଳର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ, ଜନସାଧାରଣଙ୍କ ସମସ୍ୟା ଓ ଏହାର ସମାଧାନ ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା। ବିଶେଷକରି ବ୍ଲକର ବିଭିନ୍ନ ପଞ୍ଚାୟତରେ ଚାଲିଥିବା ମେଗା ପାନୀୟ ଜଳଯୋଗାଣ ପ୍ରକଳ୍ପର କାର୍ଯ୍ୟ ମନ୍ଥର ଗତିରେ ଚାଲୁଥିବା ନେଇ ପଞ୍ଚାୟତ ପ୍ରତିନିଧିମାନେ ବୈଠକରେ ଦୃଷ୍ଟି ଆକର୍ଷଣ କରିଥିଲେ। ଏଥିସହ ବାରମ୍ବାର ବିଦ୍ୟୁତ୍‌ ବିଭ୍ରାଟ ନେଇ ନିର୍ବାଚିତ ପ୍ରତିନିଧିମାନେ ଅସନ୍ତୋଷ ପ୍ରକାଶ କରିବା ସହ ସମସ୍ୟାର ସ୍ଥାୟୀ ସମାଧାନ ଉପରେ ଗୁରୁତ୍ୱ ଦେଇଥିଲେ।

ବୈଠକ ପ୍ରାରମ୍ଭରେ ଜିପିଇଓ ପୂର୍ଣ୍ଣଚନ୍ଦ୍ର ସାହୁ ପୂର୍ବ ବୈଠକର ବିବରଣୀ ପାଠ କରିଥିଲେ। ପରେ ଗ୍ରାମ୍ୟ ପାନୀୟ ଜଳଯୋଗାଣ, ପରିମଳ, ସ୍ୱାସ୍ଥ୍ୟ, ମହିଳା ଓ ଶିଶୁ ବିକାଶ, ଶିକ୍ଷା, କୃଷି, ଉଦ୍ୟାନ କୃଷି, ମୃତ୍ତିକା ସଂରକ୍ଷଣ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ, ବିଦ୍ୟୁତ୍‌, ଗ୍ରାମ୍ୟ ଉନ୍ନୟନ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସାମାଜିକ ସୁରକ୍ଷା ଆଦି ବିଭିନ୍ନ ବିଭାଗର କାର୍ଯ୍ୟକ୍ରମ ଓ ଅଗ୍ରଗତି ଉପରେ ଅଧିକାରୀମାନେ ତଥ୍ୟ ଉପସ୍ଥାପନ କରିଥିଲେ।

ବିଭିନ୍ନ ଉନ୍ନୟନମୂଳକ ଯୋଜନା, ଭିବିଜି ରାମଜୀ, ବିଧାୟକ ଓ ସାଂସଦଙ୍କ ପାଣ୍ଠିରୁ ଚାଲିଥିବା କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ମଧ୍ୟ ବିସ୍ତୃତ ସମୀକ୍ଷା କରାଯାଇଥିଲା। ଦାରିଦ୍ର୍ୟ ଦୂରୀକରଣ ଓ ସାମାଜିକ ସୁରକ୍ଷା ଯୋଜନା ଅଧୀନରେ ପ୍ରଧାନମନ୍ତ୍ରୀ ଆବାସ, ବାର୍ଦ୍ଧକ୍ୟ ଭତ୍ତା, ଦିବ୍ୟାଙ୍ଗ ଭତ୍ତା, ବିଧବା ଭତ୍ତା ଓ ଜାତୀୟ ପରିବାର ମଙ୍ଗଳ ଯୋଜନା ସମ୍ପର୍କରେ ତଥ୍ୟ ଉପସ୍ଥାପନ କରାଯାଇଥିଲା।

ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କରେ ଯୋଗାଣ ବିଭାଗର ଅଧିକାରୀ ହିତାଧିକାରୀମାନଙ୍କୁ ବର୍ତ୍ତମାନ ମିଳୁଥିବା ବିଭିନ୍ନ ସାମଗ୍ରୀ ଓ ତାହାର ପରିମାଣ ସମ୍ପର୍କରେ ସଭ୍ୟ ଓ ସଭ୍ୟାମାନଙ୍କୁ ଅବଗତ କରାଇଥିଲେ। ସେହିପରି ସମନ୍ୱିତ ମହିଳା ଓ ଶିଶୁ ବିକାଶ ଯୋଜନାର କାର୍ଯ୍ୟକ୍ରମ ଓ ଅଗ୍ରଗତି ସମ୍ପର୍କରେ ସିଡିପିଓ ତଥ୍ୟ ଉପସ୍ଥାପନ କରିଥିଲେ।

ବୈଠକରେ ଭଞ୍ଜନଗର ପଞ୍ଚାୟତ ସମିତି ଅଧୀନ ସମସ୍ତ ସରପଞ୍ଚ, ସମିତିସଭ୍ୟ, ଜିଲା ପରିଷଦ ସଭ୍ୟଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ରହିଥିଲେ। ଜନସାଧାରଣଙ୍କ ମୌଳିକ ସୁବିଧା, ଚାଲୁଥିବା ଉନ୍ନୟନ କାର୍ଯ୍ୟର ଗୁଣାତ୍ମକ ଅଗ୍ରଗତି ଏବଂ ସରକାରୀ ଯୋଜନାର ସୁଫଳ ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚାଇବା ଉପରେ ବୈଠକରେ ଗୁରୁତ୍ୱାରୋପ କରାଯାଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଖରାରେ ସିଝିଲେ, ବର୍ଷାରେ ଭିଜିଲେ ଭିନ୍ନକ୍ଷମ

ହାଟଡିହୀ/ଛେନାପଦୀ,୧୧।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଅନୁଷ୍ଠିତ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ବ୍ୟାପକ ଅବ୍ୟବସ୍ଥା ପରିଲକ୍ଷିତ ହୋଇଛି।…

ବିରେନ୍ଦ୍ର ସେହ୍ବାଗଙ୍କ ନୂଆ ଇନିଂସ, ଅଶନୀର ଗ୍ରୋଭରଙ୍କୁ ଆଉଟ୍‌ କରି ଚମକାଇଲେ, ଏଣିକି…

ମୁମ୍ବାଇ,୧୧।୯: ପ୍ରାଇମ୍ ଭିଡିଓର ସୁପରହିଟ୍ ରିଆଲିଟି ଶୋ’ ‘ରାଇଜ୍‌ ଆଣ୍ଡ୍‌ ଫଲ୍‌’ (Rise And Fall) ନିଜର ଦ୍ୱିତୀୟ ସିଜନ୍ ସହ ଫେରୁଛି। ଏଥର ଶୋ’କୁ ନେଇ…

ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରୁ ସେବା ସଂକଳ୍ପ ଅଭିଯାନ: ୧୩ଟି କାର୍ଯ୍ୟକ୍ରମକୁ ନେଇଁ ଲୋକଙ୍କୁ ପାଖକୁ ଯିବ ଭାଜପା

ଭବାନୀପାଟଣା,୧୧।୯(ଉତ୍ତମ କୁମାର ଦାଶ): ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ମାସେ ବ୍ୟାପି ସେବା ସଂକଳ୍ପ ଅଭିଯାନ କରିବ ଭାଜପା । ଏଥିରେ ପ୍ରତ୍ୟେକ ମଣ୍ଡଳ, ବୁଥ ଏବଂ ଜିଲାରେ ସେବା…

ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ, ଅକ୍ଟୋବରରୁ ୩ରାଶିଙ୍କ ଧନଲାଭ ଯୋଗ; ଚାକିରିରେ ବଡ଼ ପ୍ରମୋଶନ!

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ, ଶନିଙ୍କୁ ସବୁଠାରୁ ଶକ୍ତିଶାଳୀ, ନିଷ୍ଠୁର ଗ୍ରହ ମଧ୍ୟରୁ ଗୋଟିଏ ବୋଲି ବିବେଚନା କରାଯାଏ । ଶନିଙ୍କ ସ୍ଥିତିର ପ୍ରଭାବ ୧୨ଟି ରାଶି ସହିତ…

ଦିବ୍ୟାଙ୍ଗଙ୍କୁ ସ୍ୱାବଲମ୍ବୀ କରାଇବା ପାଇଁ ପଦକ୍ଷେପ: ଏକାଧିକଙ୍କୁ ମିଳିଲା ସହାୟତା ରାଶି

ଦାରିଙ୍ଗବାଡ଼ି, ୧୧।୯ (ଅରୁଣ ସାହୁ): ଦିବ୍ୟାଙ୍ଗଙ୍କ ବିକାଶ ସହ ସେମାନଙ୍କୁ ସ୍ୱରୋଜଗାରକ୍ଷମ କରାଇ ସ୍ୱାବଲମ୍ବୀ କରିବା ପାଇଁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ପ୍ରୟାସ ଆରମ୍ଭ ହୋଇଛି। ପୂର୍ବରୁ…

ଘରେ ଝିଅ ଜନ୍ମ ହେଲେ ଆପଣଙ୍କୁ ମିଳିବ ୨୭ ଲକ୍ଷ ଟଙ୍କା! କରିବାକୁ ହେବ କେବଳ ଏହି କାମ…

ନୂଆଦିଲ୍ଲୀ,୧୧।୯: ଯଦି ଆପଣଙ୍କ ଘରେ ଝିଅ ଜନ୍ମ ହୋଇଛି, ତେବେ ଏବେ ଆପଣ ୨୭ ଲକ୍ଷ ଟଙ୍କା ପାଇପାରିବେ। କେନ୍ଦ୍ର ସରକାରଙ୍କ ଏପରି ଏକ ଯୋଜନା ଅଛି,…

ଗୁଣିଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ଆକ୍ରମଣ: ଥାନାରେ ପଶି ଛଡାଇ ନେବାକୁ ପୋଲିସ ସହ ଧସ୍ତାଧସ୍ତି, ୫ ମହିଳାଙ୍କ ସମେତ…

ପୁରୁଷୋତ୍ତମପୁର,୧୧ା୯ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଶୁକ୍ରବାର ଗୁଣିଗାରେଡିକୁ ନେଇ ତୁମୁଳକାଣ୍ଡ ଘଟିଛି। ଗୁଣିଗାରେଡି ସନ୍ଦେହରେ କେଶବ ଗୌଡ(୬୫)ଙ୍କୁ ଆକ୍ରମଣ କରାଯାଇଛି। ତାଙ୍କୁ ଥାନାରେ…

ମହାବୀର ପର୍ବତ ଛାଡି ଉଦାରମା ଜଙ୍ଗଲ ଗଲେ ୨୬ ଟିକିଆ ହାତୀପଲ

ବଡ଼ଗାଁ,୧୧ା୯(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଫରେଷ୍ଟ ରେଞ୍ଜ ଅଧୀନ ମହାବୀର ପର୍ବତରେ ମାସେ ହେଲା ଅବସ୍ଥାନ କରିଥିବା ୨୬ ଟିକିଆ ହାତୀପଲ ମହାବୀର ପର୍ବତରୁ ବାହାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Trending

ଛୁଟିଦିନ
ପିଲାଙ୍କ ଧରିତ୍ରୀ
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?